No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୦ ସେପ୍ଟେମ୍ବର ସୋମବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ସ୍ୱର୍ଗତ ତ୍ରିନାଥ ସାହୁଙ୍କ ୧୨ତମ ପୂଣ୍ୟତିଥି ପାଳିତ ହୋଇଯାଇଛି । ସ୍ଥାନୀୟ ସ୍ନାତକ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ ରୀନା ସାହୁଙ୍କ ସମେତ ଅଧ୍ୟାପିକା ଓ ଛାତ୍ରୀମାନେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତ ତ୍ରିନାଥ ସାହୁଙ୍କୁ ଫୋଟଚିତ୍ରରେ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜଳନ ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ଡ ଭାରତୀ ପାଣିଗ୍ରାହୀ,ଡ କଲ୍ୟାଣୀ ମିଶ୍ର, ଶ୍ରୀମତି ବରଦା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ସାହୁଙ୍କ ଶିକ୍ଷା,କଳା,ସଂସ୍କୃତି ସମେତ ଅନ୍ୟାନ୍ୟ ବିକାଶ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି ନିଜର ମତ ଉପସ୍ଥାପନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ରାଜେଶ ପାତ୍ର, ଲାଲୀ ଖଡଗରାୟ , ଏଲ ଦୁର୍ଯ୍ୟୋଧନ ପ୍ରମୁଖ ସହଯୋଗ କରିଥିଲେ (ଗରୁଡ଼ ଧ୍ଵଜ ଚୌଧୁରୀ)
No Result
View All Result