• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଓ ଗେଟ୍‌ସ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Proprietor Abhimanyu Maharana by Proprietor Abhimanyu Maharana
September 22, 2021
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଓ ଗେଟ୍‌ସ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :-କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ମାଧ୍ୟମରେ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌ ମଧ୍ୟରେ ରାଜ୍ୟରେ ନାମମାତ୍ର ଓ ଭୂମିହୀନ ଚାଷୀମାନଙ୍କର ଜୀବନଜୀବିକାର ସମୃଦ୍ଧି ପାଇଁ ନିରନ୍ତର କୃଷି ପ୍ରୋତ୍ସାହନ ଓ କୃଷି ପ୍ରଗତି ନିମନ୍ତେ ଅଧିକ ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ଆଜି ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ା ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହେବା ଫଳରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ବୈଷୟିକ ଜ୍ଞାନ, ପ୍ରଯୁକ୍ତି ଓ ସୃଜନଶୀଳ କାର୍ଯ୍ୟକ୍ରମ ଦ୍ୱାରା କ୍ଷୁଦ୍ର ଚାଷୀଙ୍କ କୃଷି ଉତ୍ପାଦନ ବୃଦ୍ଧି ପାଇଁ ଅଧିକ ସୁଯୋଗ ସୃଷ୍ଟି କରିପାରିବ । କୃଷିକୁ ଚିରପୋଷଣୀୟ କରିବା, ବଜାର ଦକ୍ଷତା ବୃଦ୍ଧି, ଖାଦ୍ୟର ଗୁଣାତ୍ମକ ମାନ ବୃଦ୍ଧି ସହିତ ମରୁଡ଼ି ଆଶଙ୍କା କମାଇବା, କୀଟ ଆକ୍ରମଣ ଓ ଅନ୍ୟ ଜଳବାୟୁଜନିତ ବିପଦକୁ ହ୍ରାସ କରିବା, ମୃତ୍ତିକା ଓ ଜଳସମ୍ବଳ ପରିଚାଳନାକୁ ଦକ୍ଷ କରିବା ଆଦିରେ ନିଷ୍ପତ୍ତି ଗ୍ରହଣ କରିବାରେ ଆବଶ୍ୟକ ହେଉଥିବା ତଥ୍ୟ ବ୍ୟବହାରକୁ ଗେଟ୍‌ସ ଫାଉଣ୍ଡେସନ୍‌ ତ୍ୱରାନ୍ୱିତ କରିବ ।

ତା’ଛଡ଼ା ନୀତି ରୂପାୟନରେ ଏହା ସହାୟକ ହେବ । ଜଳବାୟୁ ଉପଯୋଗୀ, ସମନ୍ୱିତ କୃଷି ଅର୍ଥନୀତି ସୃଷ୍ଟି ହେବା ଦ୍ୱାରା ଓଡ଼ିଶାର ଭୂମିହୀନ, କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ କ୍ଷେତ୍ରରେ ରୂପାନ୍ତରଣ ଆସିପାରିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶୀ ନେତୃତ୍ୱରେ ଓଡ଼ିଶାର କୃଷି କ୍ଷେତ୍ର ସମ୍ଭାବ୍ୟ ଅଭିବୃଦ୍ଧି ଦିଗରେ ଅଗ୍ରସର ହେଉଅଛି । ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କ୍ଷୁଦ୍ର ଉତ୍ପାଦନକାରୀଙ୍କ ପାଇଁ ଏକ ବିସ୍ତୃତ ସାମାଜିକ-ଆର୍ଥିକ ଅବସ୍ଥାର ଉନ୍ନତି ପାଇଁ କାର୍ଯ୍ୟ କରୁଅଛି । କୃଷକଙ୍କ ଆୟ ବୃଦ୍ଧି ଓ ପ୍ରାଣୀସଂପଦ ସ୍ୱାସ୍ଥ୍ୟର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରାଯାଉଛି । ଏହି ବୁଝାମଣାପତ୍ର ମାଧ୍ୟମରେ ଗେଟ୍‌ସ ଫାଉଣ୍ଡେସନ୍‌ ଓ ଏହାର ଭାଗୀଦାରମାନେ ଡାଟା ସିଷ୍ଟମ୍‌, ପ୍ରଯୁକ୍ତି ବିଦ୍ୟା ବିକାଶ ଓ ଘରୋଇ କ୍ଷେତ୍ରରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରିପାରିବେ ।

ଏହି ଅବସରରେ ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଲେ ଯେ ଆମ ସରକାର ଚାଷ ଜମି, ପ୍ରାଣୀସଂପଦ, ଜଙ୍ଗଲ ଓ ମତ୍ସ୍ୟ ଉତ୍ପାଦନ ପରିଚାଳନା ନିମନ୍ତେ ଏକ ସମନ୍ୱିତ ପଦ୍ଧତି ଗ୍ରହଣ କରି ଆସିଥିବାବେଳେ ଖାଦ୍ୟ ନିରାପତ୍ତା ଓ ଜଳବାୟୁ ପରିବର୍ତ୍ତନ ସହିତ ଅନ୍ୟ କ୍ଷେତ୍ର ପ୍ରତି ଗୁରୁତ୍ୱ ପ୍ରଦାନ କରାଯାଇଛି । ଭୂମିହୀନ ଶ୍ରମିକ, କ୍ଷୁଦ୍ର ଚାଷୀ ଓ ମହିଳାଙ୍କ ସମେତ ସମସ୍ତ ଚାଷୀଙ୍କର ଜୀବନଧାରାରେ ଗୁଣାତ୍ମକ ପରିବର୍ତ୍ତନ ପାଇଁ ଆମ ସରକାର ବଦ୍ଧପରିକର । ଗେଟ୍‌ସ ଫାଉଣ୍ଡେସନ୍‌ର ସହଯୋଗରେ ଆମେ ବିଶ୍ୱର ଶ୍ରେଷ୍ଠ ପଦ୍ଧତି, ସର୍ବଶ୍ରେଷ୍ଠ ପ୍ରଯୁକ୍ତି ଓ ଅଭିନବ କୌଶଳ ଲାଭ କରିପାରିବୁ ।

ଏହା ଦ୍ୱାରା ଗ୍ରାମୀଣ ଲୋକଙ୍କ ପାଇଁ ସୂଚନା, ଦ୍ରବ୍ୟ, ସେବା ଓ ଭାଗୀଦାରିକୁ ଅଧିକ ପ୍ରୋତ୍ସାହିତ କରାଯାଇପାରିବ । ବିଲ୍‌ ଓ ମେଲିଣ୍ଡା ଫାଉଣ୍ଡେସନ୍‌ର ନିର୍ଦ୍ଦେଶକ ଶ୍ରୀ ଅଲକେଶ ୱାଧୱାନୀ କହିଲେ, ଓଡ଼ିଶା କ୍ଷୁଦ୍ର ଚାଷୀଙ୍କ ଜୀବିକାର ଉନ୍ନତି ପାଇଁ ଓଡ଼ିଶା ସରକାରଙ୍କୁ ଆମେ ସହଯୋଗ ଯୋଗାଇ ଦେବୁ । ଫାଉଣ୍ଡେସନ୍‌ ଓଡ଼ିଶା ସରକାରଙ୍କ ସହିତ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରରେ ଅଧିକ ମୂଲ୍ୟଯୁକ୍ତ ଫସଲର ବିବିଧିକରଣ, କୃଷକ ଉତ୍ପାଦନକାରୀ ସଂଘଗୁଡ଼ିକର ସୁଦୃଢ଼ୀକରଣ ବଜାର ସୁବିଧା ସୃଷ୍ଟି, ଡିଜିଟାଲ୍‌ ସଂପ୍ରସାରଣ, ଭବିଷ୍ୟତ ପ୍ରଯୁକ୍ତି ଓ ସମନ୍ୱିତ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଡାଟାବେସ୍‌ ସୃଷ୍ଟି ଉପରେ ଏହା କାର୍ଯ୍ୟ କରିଆସୁଛି ।

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଡ. ପୱନ କୁମାର ଅଗ୍ରୱାଲ ଏହି ଉପକ୍ରମ କୃଷି ଓ କୃଷକମାନଙ୍କ ଉନ୍ନତି ଦିଗରେ କାମ କରିବା ସହ ଚଳନ୍ତି ପ୍ରକ୍ରିୟାକୁ ଅଧିକ ଗତି ପ୍ରଦାନ କରିବ ବୋଲି କହିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଓ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ଏହି ଅବସରରେ ତାଙ୍କର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ପରେ ବିଭାଗ ତରଫରୁ କୃଷି ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଓ ପ୍ରାଣୀସଂପଦ ବିକାଶ ନିର୍ଦ୍ଦେଶକ ଶ୍ରୀ ୟେଦୁଲ୍ଲା ବିଜୟ ବିଲ୍‌ ଓ ମିଲିଣ୍ଡା ଫାଉଣ୍ଡେସନ୍‌ ତରଫରୁ ଡ. ଅଲକେଶ ୱାଧୱାନୀ ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ୍‌ର ନିପାଣିଆ ଗ୍ରାମର ଶ୍ରୀମତୀ ନିରୁପମା ମହାନ୍ତ, ରାୟଗଡ଼ା ଜିଲ୍ଲା କୋଲନାରା, ଜଗତଜନନୀ ଏସ୍‌ଏଚ୍‌ଜିର ଶ୍ରୀମତୀ କୁମାରୀ କାଡ୍ରାକା, ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ବଡ଼କୁମାରୀ ଗ୍ରାମର ମାଉଲିମା ଖାଦ୍ୟ ଉତ୍ପାଦକ ସଂଘର ସଦସ୍ୟ ମକାଚାଷୀ ଶ୍ରୀ ତୁଳାରାମ ବିନ୍ଧାଣୀ ଓ ବୀରସିଂହ ଭତ୍ରା ସେମାନଙ୍କ କୃଷି କାର୍ଯ୍ୟରେ ସଫଳତାର କାହାଣୀ ବର୍ଣ୍ଣନା କରିଥିଲେ । ପରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ମେଲିଣ୍ଡା ଫାଉଣ୍ଡେସନ୍‌ର ନିର୍ଦ୍ଦେଶକ ଶ୍ରୀ ଅଲକେଶ ୱାଧୱାନୀ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଫାଉଣ୍ଡେସନ୍‌ର ବରିଷ୍ଠ କାର୍ଯ୍ୟକ୍ରମ ଅଧିକାରୀ ସୁଶ୍ରୀ ନିଧିନାଥ ଶ୍ରୀନିବାସଙ୍କୁ ସ୍ମଚ୍ଚmଞ୍ଛ;ୃତିଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଭିଡ଼ିଓ ବାର୍ତ୍ତା ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ ଲେଙ୍କା ସ୍ୱାଗତ ଭାଷଣ ଦେଇଥିବାବେଳେ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମତି ରଂଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026

Recent News

Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version