• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ

Abhimanyu Maharana by Abhimanyu Maharana
September 22, 2021
in ଓଡ଼ିଶା, ବଲାଙ୍ଗିର, ମହାନଗର, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ
Share on FacebookShare on TwitterWhatsapp

ଜିଲ୍ଲାରେ ସାଢେ ଚାରି ଲକ୍ଷ ପରିବାର ପାଇବେ ହେଲ୍‌ଥ କାର୍ଡ : ଉତ୍ତମ ଚିକିତ୍ସା ସୁବିଧାରୁ କେହି ବଞ୍ଚିତ ନ ହେଉ, ଏହା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ,୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ : ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ; ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ବିକାଶ ପାଇଁ ସବୁ ସହଯୋଗ ଯୋଗାଇ ଦିଆଯିବ

ଓଡ଼ିଶା ତାଜା ନ୍ୟୁଜ୍ (୨୨ ସେପ୍ଟେମ୍ୱର ବୁଧବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି ମତ ଦେଇଥିଲେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ

ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡିଶା ସାରା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଡ ପାଖରେ ରହିଲେ, ଚିକିତ୍ସା ପାଇଁ କୌଣସି ଡକୁମେଣ୍ଟ ଦରକାର ନାହିଁ । କେବଳ କାର୍ଡଟିକୁ ନେଇ ଲୋକମାନେ ଦେଶର ୨୦୦ ବଡ ବଡ ହସପିଟାଲରେ ବିନା ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ପାଇପାରିବେ । ପରିବାର ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ।

ଟଙ୍କା ପାଇଁ କେହି ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହୁଅନ୍ତୁ, ଏହା ହିଁ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତେ ସୁସ୍ଥରେ ରହିଲେ ହିଁ ରାଜ୍ୟର ପ୍ରଗତି ହୋଇପାରିବ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଥିଲେ । ଟିଟିଲାଗଡ-ସଇଁତଳା ବ୍ଲକ୍‌ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ଟିଟିଲାଗଡ ଟାଉନ୍‌କୁ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ ।

ପାଟଣାଗଡରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପ ମଧ୍ୟରେ ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହରିଶଙ୍କର ପୀଠ ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ତୀର୍ଥକ୍ଷେତ୍ର ହେବା ସହିତ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏଠାକୁ ଆସୁଥିବା ଭକ୍ତମାନଙ୍କୁ ଏକ ସୁନ୍ଦର, ଆଧ୍ୟାତ୍ମିକ ଅନୁଭୂତି ଦେବା ପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ଏ ଅଞ୍ଚଳର ଧାର୍ମିକ ଓ ସାଂସ୍କୃତିକ ପରମ୍ପରାର ପ୍ରଚାର ପ୍ରସାର ବୃଦ୍ଧି ହେବ ବୋଲି ସେ କହିଥିଲେ ।

ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ହେଉଛି ଆମ ସବୁ ବିକାଶର ମୂଳଦୂଆ । ସେଥିପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ଦୁଇଟି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି । ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ସହିତ ସବୁ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ୫-ଟିରେ ରାଜ୍ୟର ସ୍କୁଲ ଗୁଡିକର ରୂପାନ୍ତର କରାଯାଉଛି ଓ ପ୍ରଥମ ପର୍ଯ୍ୟାୟରେ ୧୦୭୨ଟି ସ୍କୁଲର ରୂପାନ୍ତର କରାଯାଉଛି ବୋଲି ସେ କହିଥିଲେ ।

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ପରେ ଏହା ହେଉଛି ଜିଲ୍ଲାର ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ଅନୁଷ୍ଠାନ । ଏହାକୁ ଏକ ଆଦର୍ଶ ବିଶ୍ବବିଦ୍ୟାଳୟ ରୂପେ ଗଢିତୋଳିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରି ଏହାଦ୍ବାରା ବିକାଶ ଓ ସେବା ପାଇଁ ତାଙ୍କର ସଂକଳ୍ପ ଆହୁରି ମଜବୁତ ହେବ ବୋଲି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଶ୍ରୀ ବିକ୍ରମ କେଶରୀ ଆରୁଖ, ଶ୍ରୀ ନିରଞ୍ଚନ ପୂଜାରୀ,

ଶ୍ରୀ ପଦ୍ମନାଭ ବେହେରା, ଶ୍ରୀ ସୁଶାନ୍ତ ସିଂ, ଶ୍ରୀ ନବ ଦାସ, ଶ୍ରୀ ମତୀ ଟୁକୁନି ସାହୁ ଶ୍ରୀ ଦିବ୍ୟଶଙ୍କର ମିଶ୍ର, ସାସଦ ଶ୍ରୀମତୀ ସଙ୍ଗୀତା ସିହଦେଓ ବିଧାୟକ ଶ୍ରୀ ନରସିଂହ ମିଶ୍ର, ବିଧାୟକ ଶ୍ରୀ ସରୋଜ ମେହେର, ଶ୍ରୀ ସନ୍ତୋଷ ସିଂ ସାଲୁଜା,ଶ୍ରୀ ମୁକେଶ ମହାଲିଙ୍ଗ ଓଟିଡିସିର ଅଧ୍ୟକ୍ଷା ଶ୍ରମତୀ ଶ୍ରୀମୟୀ ମିଶ୍ର, ଏବଂ ଅନେକ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

July 5, 2022
ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

July 5, 2022
ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚା ମନ୍ଦିରରେ ବରାହ ନୃସିଂହ ଅବତାର ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚା ମନ୍ଦିରରେ ବରାହ ନୃସିଂହ ଅବତାର ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

July 5, 2022
ପାରଳାଖେମୁଣ୍ଡି ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି : ୬୦ ଅଭିଯୋଗ ଶୁଣିଲେ – ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

ପାରଳାଖେମୁଣ୍ଡି ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି : ୬୦ ଅଭିଯୋଗ ଶୁଣିଲେ – ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

July 5, 2022

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

July 5, 2022
ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

July 5, 2022
  • About
  • Advertise
  • Privacy & Policy
  • Contact

© 2020 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2020 Odisha Taza News.