No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ ( ୩୦ ସେପ୍ଟେମ୍ୱର ଗୁରୁବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଇଛେଳି ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କୃଷ୍ଣଚନ୍ଦ୍ର ପୁର ଗ୍ରାମ ର ଜ୍ୟୋତି ଯୁବକ ସଂଘ ସହିତ ଗୋଷ୍ଠୀ କେନ୍ଦ୍ର ଏବଂ ଭୂଇଁ ରଗଡ଼ି ଗ୍ରାମ ର ମା ମଙ୍ଗଳା ଗୃହ ଶୁଭ ଉଦଘାଟନ କରିଥିଲେ।ତତ୍ ସହିତ ଲୋକମାନଙ୍କ ବିଭିନ୍ନ ସମସ୍ୟା ବୁଝିଥିଲେ ବିଧାୟକ ।

ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ତଥା ଯୁବ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ଉପ ସଭାପତି ମୁରଲୀ ଧର ଜେନା, ଛାତ୍ର ବିଜେଡ଼ି ଉପ ସଭାପତି ଅମୂଲ୍ୟ ସାହୁ,ବ୍ଲକ୍ ଛାତ୍ର ସଭାପତି ସୁବ୍ରତ ପରିଡ଼ା,ଜିଲ୍ଲା ବିଜେଡ଼ି ଯୁବ ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ତ୍ରିନାଥ ନାୟକ, ପଞ୍ଚାୟତ ସଭାପତି ଦାଶରଥି ପ୍ରଧାନ,ବ୍ଲକ୍ ଯୁବ ଉପ ସଭାପତି ବିଭୂତି ଭୂଷଣ ପ୍ରଧାନ,ସମ୍ପାଦକ ସୁଧୀର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result