କୋଭିଡ୍‌-୧୯ ମୁକାବିଲା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ଦିନର ଦରମା ପ୍ରଦାନ

Agriculture & FE Department

ଭୁବନେଶ୍ୱର ,ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି .୨୪ ଏପ୍ରିଲ, ଶୁକ୍ରବାର :- ରାଜ୍ୟର କୋଭିଡ୍‌-୧୯ ସ୍ଥିତିର ମୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଓ କର୍ମଚାରୀ ମାନେ ସେମାନଙ୍କର ଗୋଟିଏ ଦିନର ଦରମା ୧୯ ଲକ୍ଷ ୮ ହଜାର ୩୯୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଆଜି ପୂର୍ବାହ୍ନରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଡ. ପବନ କୁମାର ଅଗ୍ରଓ୍ୱାଲ୍‌ କୃଷି ଭବନଠାରେ ଏହି ଅର୍ଥରାଶିର ଏକ ବ୍ୟାଙ୍କ ଡ୍ରାଫଫ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଉପସ୍ଥିତ ଥିଲେ ।