• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଛାତ୍ର ପ୍ରୋତ୍ସାହନ ଯୋଜନାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 5, 2021
in ଓଡ଼ିଶା, ହୋମ୍
0
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଛାତ୍ର ପ୍ରୋତ୍ସାହନ ଯୋଜନାର ଶୁଭାରମ୍ଭ
Share on FacebookShare on TwitterWhatsapp

ଛାତ୍ରଛାତ୍ରୀମାନେ ପାଇବେ ଇଂଜିନିୟରିଂ ଓ ମେଡିକାଲ ପ୍ରବେଶ ନିମନ୍ତେ ସ୍ୱତନ୍ତ୍ର କୋଚିଂ 

ଓଡ଼ିଶା ତାଜା ନ୍ୟୁଜ୍ (୦୪ ଅକ୍ଟୋବର ସୋମବାର ) ଭୁବନେଶ୍ୱର :- ଆଜି ଭର୍ଚୁଆଲ ମୋଡ୍‌ରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଛାତ୍ର ପ୍ରୋତ୍ସାହନ ଯୋଜନାର ଶୁଭାରମ୍ଭ ହୋଇଛି । ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଂଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଯୋଗାଇଦେବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ା ସଂପ୍ରତି ରାଜ୍ୟର ୧୪ଟି ଜିଲ୍ଲାରେ ବିଭାଗ ଦ୍ୱାରା ପରିଚାଳିତ ୬୨ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି । ପ୍ରତ୍ୟେକ ବର୍ଷ ୩୦ ହଜାରରୁ ଊଦ୍ଧ୍ୱର୍ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ଦେଇଥାନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ଏବଂ ଯୁବବୟସରୁ ଏହି ବର୍ଗର ପିଲାମାନଙ୍କ ପ୍ରତିଭାର ବିକାଶ ସହିତ ସେମାନଙ୍କୁ ଚିହ୍ନଟ କରିବା ଲକ୍ଷ୍ୟରେ ରାଜ୍ୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟଗୁଡ଼ିକରେ ୭ଟି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ।

ଏଥି ପାଇଁ ମେଧା ଭିତ୍ତିରେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଓ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପରିଚାଳିତ ହାଇସ୍କୁଲର ମାଟି୍ରକ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯିବ । ଆଦିବାସୀ-ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହି ଯୋଜନା ପ୍ରସ୍ତୁତ କରାଯାଇଛି । ଏହା ଦ୍ୱାରା ଦୁର୍ଗମ ଅଞ୍ଚଳରେ ରହୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀମାନେ ଉତ୍କୃଷ୍ଟ କୋଚିଂ ସୁବିଧା ପାଇପାରିବେ ଓ ସେମାନଙ୍କର ପ୍ରତିଭା ସମେତ ପ୍ରତିଯୋଗୀ ମନୋଭାବ ବିକଶିତ ହୋଇପାରିବ । ଏହି ଞ୍ଜଫଞ୍ଚଟ୍ଟ;ଛାତ୍ର ପ୍ରୋତ୍ସାହନ ଯୋଜନା ଦ୍ୱାରା ଦଶମ ଶ୍ରେଣୀର ମେଧାବୀ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ତରୁଣ ବୟସରୁ ପ୍ରୋତ୍ସାହିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏକ ଅନ୍ତର୍ଭୁକ୍ତିକରଣ ଆଭିମୁଖ୍ୟ ମାଧ୍ୟମରେ ମନୋନୀତ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼ୁଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିବେଶରେ କୋଚିଂ ପ୍ରଦାନ କରାଯିବ ।

ଏହି ଅବସରରେ ଞ୍ଜଫଞ୍ଚଟ୍ଟ;ଛାତ୍ର ପ୍ରୋତ୍ସାହନ ଯୋଜନା ନିମନ୍ତେ ମନୋନୀତ କୋଚିଂ ଏଜେନ୍ସି ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ଏଜେନ୍ସିଗୁଡ଼ିକ ପ୍ରତ୍ୟକ୍ଷ ଭାବେ (କ୍ସn-ଟiଟ୍ଟe) ମେଡିକାଲ ଓ ଇଂଜିନିୟରିଂ କୋଚିଂ ପ୍ରଦାନ କରିବେ ଓ ମନୋନୀତ ଛାତ୍ରଛାତ୍ରୀଙ୍କୁ ୭ଟି ଉତ୍କର୍ଷ କେନ୍ଦ୍ରରେ ପ୍ରସ୍ତୁତି ନିମନ୍ତେ ପ୍ରଶିକ୍ଷଣ ଦେବେ । ମାନ୍ୟବର ରାଜ୍ୟସଭା ସାଂସଦ ଡ. ଅମର ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସାଂସଦ ପାଣ୍ଠିରୁ ୨୦୦ଟି ଟାବ୍‌ଲେଟ୍‌ ପ୍ରଦାନ କରିଥିଲେ । ଟାବ୍‌ଲେଟ୍‌ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଡିଜିଟାଲ୍‌ ଶିକ୍ଷା ଗ୍ରହଣ କରିପାରିବେ ଏବଂ ସେମାନେ ଘରେ ଥିବା ସମୟରେ ସେମାନଙ୍କ ପ୍ରଶିକ୍ଷକଙ୍କ ସହିତ ସଂଯୁକ୍ତ ହୋଇପାରିବେ । ପୁଣି ସେମାନେ ଦେଶ ଓ ଦେଶ ବାହାରୁ ବିଷୟ ସଂପର୍କିତ ତଥ୍ୟ ଓ ସମ୍ବଳ ଏବଂ ଅନ୍ୟାନ୍ୟ ପାଠ୍ୟସାମଗ୍ରୀ ଆହରଣ କରିପାରିବେ । ଚଳିତ ବର୍ଷର ମନୋନୀତ ଛାତ୍ରଛାତ୍ରୀମାନେ ୨୦୨୩ ବର୍ଷର ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେବେ ।

ଆଜିର ଛାତ୍ର ପ୍ରୋତ୍ସାହନ ଯୋଜନାର ଭର୍ଚୁଆଲ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ (ରାଜ୍ୟସଭା) ଡ. ଅମର ପଟ୍ଟନାୟକ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ଆଇଟିଡିଏ ପ୍ରକଳ୍ପ ଅଧିକାରୀବୃନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀବୃନ୍ଦ, ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version