No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୦୫ ଅକ୍ଟୋବର ମଙ୍ଗଳବାର) ଭୁବନେଶ୍ୱର :- ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୪୦୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଗଞ୍ଜାମ ଜିଲ୍ଲାରୁ ୨ ଜଣ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୮ ହଜାର ୮୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୩୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୫ ହଜାର ୦୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୯୫୧୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
No Result
View All Result