• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶାରଦୀୟ ଦୁର୍ଗାପୂଜା ଓ ମହାନବମୀ : ନବମୀ – ଶ୍ରୀ ବିଭୁ ପ୍ରସାଦ ନାୟକ

Proprietor Abhimanyu Maharana by Proprietor Abhimanyu Maharana
October 14, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
ଶାରଦୀୟ ଦୁର୍ଗାପୂଜା ଓ ମହାନବମୀ : ନବମୀ – ଶ୍ରୀ ବିଭୁ ପ୍ରସାଦ ନାୟକ
Share on FacebookShare on TwitterWhatsapp

ନବମୀ’ ଚନ୍ଦ୍ରପକ୍ଷର ନବମ ଦିବସ :-  

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଅକ୍ଟୋବର ଗୁରୁବାର ) ଭୁବନେଶ୍ୱର ,କଟକ/ରିପୋର୍ଟ – ଅଭିମନ୍ୟୁ :- ଚନ୍ଦ୍ରର ନବମ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । ଅଷ୍ଟମୀର ପରବର୍ତ୍ତୀ ଓ ଦଶମୀର ପୂର୍ବବର୍ତ୍ତୀ ତିଥି । କୃଷ୍ଣ ପକ୍ଷର ନବମୀକୁ କୃଷ୍ଣା ନବମୀ ଓ ଶୁକ୍ଳ ପକ୍ଷର ନବମୀକୁ ଶୁକ୍ଳା ନବମୀ କୁହାଯାଇଥାଏ । ଆଶ୍ୱିନ ଶୁକ୍ଳନବମୀ ମହାନବମୀ ଶାରଦୀୟା ଦୁର୍ଗା ପୂଜାର ତୃତୀୟ ବା ଶେଷ ଦିବସ । ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ (୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ । ଚାମୁଣ୍ଡା ଦେବୀଙ୍କ ସହାୟତାରେ ଶ୍ରୀରାମଚନ୍ଦ୍ର ଏହି ‘ସନ୍ଧିପୂଜା’ କରିଥିଲେ । ଏହି ପୂଜା ପରେ ଅର୍ଥାତ୍‌ ନବମୀ ଦିନ ଦେବୀ ଜାଗ୍ରତ ହେଲେ ଏବଂ ପୁନର୍ବାର ‘କୁମାରୀ’ ରୂପରେ ଶ୍ରୀରାମଚନ୍ଦ୍ରଙ୍କୁ ଦର୍ଶନ ଦେଲେ । ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି ।

କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି “ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ” ଅର୍ଥାତ୍‌ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ବିଶେଷ ଭାବରେ ପ୍ରକାଶିତ । ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ ।

ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ । କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ । ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ ।

ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର । ଓଡ଼ିଶା ପ୍ରସିଦ୍ଧ କଟକ ଦୁର୍ଗା ପୂଜା ନବମୀ ଦିନରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ ।

କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି । ଶ୍ରଦ୍ଧାଳୁ ମାନେ ମା ଦୁର୍ଗାଙ୍କର ଏହି ବିରଳ ଭୋଗ ପାଇବା ନିମନ୍ତେ ଅପେକ୍ଷା କରିଥିବା ଗୋଟିଏ ବର୍ଷର ଅନ୍ତ ଘଟିବା ସହିତ ପୁଣି ଆସନ୍ତା ବର୍ଷର ମାଛ ଭୋଗ ପାଇବା ନିମନ୍ତେ ମା ଦୁର୍ଗତିନାସିନୀଙ୍କୁ ସ୍ମରଣ କରିଥାନ୍ତି । ପରଦିନ ଦଶହରା ମହା ଧୁମଧାମରେ ପାଳନ କରାଯାଏ ଏବଂ ଶେଷରେ ମା ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିକୁ ଜାକଜମକରେ ପଟୁଆର ସହ ଭଷାଣୀ ଉତ୍ସବ ସହ ଶାରଦୀୟ ଦୁର୍ଗାପୂଜା ଶେଷ ହୋଇଥାଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version