No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୯,ଅକ୍ଟୋବର,ମଙ୍ଗଳବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ପଞ୍ଚାୟତ ଅଧିନରେ ଥିବା ଘଢେଇ ବନ୍ଦ ଗ୍ରାମ ରେ ମା ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଲୋକମାନଙ୍କ ବିଭିନ୍ନ ସମସ୍ୟା ବୁଝିଥିଲେ । ତତ୍ ସହିତ ଗ୍ରାମ ର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ ଦଶପଲ୍ଲା ବିଧାୟକ ।

ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ସୂର୍ଯ୍ୟ ନାରାୟଣ ସାହୁ,ବ୍ଲକ୍ ବିଜେଡ଼ି ଉପ ସଭାପତି ମୁରଲୀ ଧର ଜେନା, ଯୁବ ସଭାପତି ଶୁଭ୍ରାଂଶୁ ଶେଖର ସେନାପତି, କାପ୍ତା ପଲ୍ଲୀ ପୂର୍ବତନ ସରପଞ୍ଚ ହାଡିବନ୍ଧୁ ସାମନ୍ତ ରାୟ , ବାହାଡ ଝୋଲା ପୂର୍ବତନ ସରପଞ୍ଚ ପ୍ରମୁଖ ଯୋଗଦେଇଥିଲେ ।

ପଞ୍ଚାୟତ ଯୁବ ବିଜେଡ଼ି ସଭାପତି ସୁଶାନ୍ତ କୁମାର ପଢିଆରୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବ୍ଲକ୍ ଯୁବ ବିଜେଡ଼ି ଉପ ସଭାପତି ସଞ୍ଜୀବ କୁମାର ଡାକୁଆ ଧନ୍ୟବାଦ୍ ଅର୍ପଣ କରିଥିଲେ । ସେହିପରି ଭାବେ ନୂଆଗାଁ, ବରକୋଳା ଏବଂ ଶୁଣ୍ଡିଝୋଲା ଗ୍ରାମ ରେ ଅନୁଷ୍ଠିତ ମା ଗଜଲକ୍ଷ୍ମୀ ପୂଜା ରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା ଙ୍କୁ ଭକ୍ତିପୂତ ପ୍ରଣାମ ଜଣାଇବା ସହ ଆଶିର୍ବାଦ ନେଇଥିଲେ ।

No Result
View All Result