No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୧ ଅକ୍ଟୋବର ଗୁରୁବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଚାହଳି ପଞ୍ଚାୟତ ରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପୁରୁଣା ରାଇପୁର ଠାରେ ନୂତନ କୋଠଘର, ନୂତନ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କରିବା ସହ ମାର୍କେଟ କମ୍ପ୍ଲେକ୍ସ ର ଶିଳାନ୍ୟାସ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବିଜେଡ଼ି ବ୍ଲକ୍ ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ତଥା ଯୁବ ବିଜେଡ଼ି ସଂଗଠକ ସଞ୍ଜୟ କୁମାର ସାହୁ ,ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ସନ୍ତୋଷ କୁମାର ନାୟକ,ସମିତି ସଭ୍ୟ ସନ୍ତୋଷ କୁମାର ସେଠୀ, ପଞ୍ଚାୟତ ବିଜେଡ଼ି ସଭାପତି,ଯୁବ ନେତା ଯୁଗଳ କିଶୋର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି ଭାବେ ଢେଙ୍କେଣା ଓ ମାଳିସାହି ପଞ୍ଚାୟତ ଗୁଡୁପାଙ୍ଗି ଗ୍ରାମ ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ ର ଉଦ୍ଦେଶ୍ୟ ବର୍ଣ୍ଣନା କରିବା ସହ ଅଞ୍ଚଳ ର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ।

No Result
View All Result