No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୨ ଅକ୍ଟୋବର ଶୁକ୍ରବାର ) ବରଗଡ଼ :- କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନ ସାଇନ୍ ପବ୍ଲିକ ସ୍କୁଲ ର ଅଧ୍ୟକ୍ଷା ସ୍ମିତା ମେହେର ଙ୍କ ହତ୍ୟା ଘଟଣାର ସଂପୃକ୍ତ ଅଭିଯୋଗରେ ରାଜ୍ୟ ସରକାର ଙ୍କ ଗୃହ ବିଭାଗ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିବା ସହ କୁଶପୁତ୍ତଳିକା ଦାହ କରିଥିଲା ବରଗଡ଼ ବିଜେପି । ଭାଜପା ବରଗଡ଼ ଜିଲ୍ଲା ପକ୍ଷରୁ ଆଜି ସଂଧ୍ୟା ରେ ବରଗଡ଼ ଗାନ୍ଧୀ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ନିରବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।
ପରେ ଅଭିଯୁକ୍ତ ମାନଙ୍କୁ ଉପଯୁକ୍ତ ଦଣ୍ଡ ଦେବାକୁ ଦାବି କରିଥିଲେ । ଗାନ୍ଧୀ ଛକ ଠାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରିଥିଲେ,ଓ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ । ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ,ଅକୃର ମଲ୍ଲିକ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅମିତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।
No Result
View All Result