No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୩ ଅକ୍ଟୋବର ଶନିବାର) ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ପ୍ରତ୍ୟେକ ରବିବାର ଦିନ ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍ ଟୁର୍ର ବ୍ୟବସ୍ଥା କରାଯାଇଛି । ଦର୍ଶକମାନେ ଫେସ୍ବୁକ୍ ଓ ଟୁଇଟର ପେଜ୍ @stscdev, @scstrti ଖୋଲି ଅକେଫାବର ୨୪ ତାରିଖ ଦିନ ଓଡ଼ିଶାର ଜନଜାତି ସଂପ୍ରଦାୟଙ୍କର ଦେଶୀୟ ଜ୍ଞାନକୌଶଳରେ ଖାଦ୍ୟସଂଗ୍ରହ ପଦ୍ଧତି ସଂପର୍କରେ ଜାଣିପାରିବେ ବୋଲି ଏସ୍ସିଏସ୍ଟିଆର୍ଟିଆଇର ନିର୍ଦ୍ଦେଶକ ପ୍ରଫେସର(ଡ.) ଅଖିଳ ବିହାରୀ ଓତା ପ୍ରକାଶ କରିଛନ୍ତି । ଓଡ଼ିଶାରେ ବିବିଧ ଜନଜାତି ସଂପ୍ରଦାୟ ବସବାସ କରିଥାି’ନ୍ତି ।
ଘଞ୍ଚ ଜଙ୍ଗଲ ମଧ୍ୟରେ ବସବାସ କରୁଥିବା ଜନଜାତି ସଂପ୍ରଦାୟ ସେମାନଙ୍କର ଦୈନନ୍ଦିନ ଆବଶ୍ୟକତା ମେଣ୍ଟାଇବା ନିମନ୍ତେ ସେହି ପରିବେଶରେ ମିଳୁଥିବା ପ୍ରାକୃତିକ ସଂପଦ ଉପରେ ନିର୍ଭର କରିଥାି’ନ୍ତି । ସେମାନେ କୃଷିକୁ ଜୀବିକା ଭାବେ ଗ୍ରହଣ କରିଥାି’ନ୍ତି । ଜନଜାତିମାନେ ବିଭିନ୍ନ ପ୍ରକାରର କୃଷି ପଦ୍ଧତିକୁ ଆପଣେଇଥାି’ନ୍ତି । ପୋଡ଼ୁଚାଷ ସହିତ ଉଦ୍ୟାନକୃଷି, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ, ଶିକାର ଓ ମାଛ ଧରିବାକୁ ସେମାନେ ବୃତ୍ତି ଭାବେ ଗ୍ରହଣ କରିଥାି’ନ୍ତି ।
ବିଭିନ୍ନ ପ୍ରକାରର ଜଙ୍ଗଲଜାତ ଫଳ, ପତ୍ର, ଖାଦ୍ୟ ଉପଯୋଗୀ ଫୁଲ, କୀଟ, ଛତୁ ଓ ଆଳୁକୁ ଜନଜାତିମାନେ ଖାଦ୍ୟ ଭାବେ ଗ୍ରହଣ କରିଥାି’ନ୍ତି । ବିଭିନ୍ନ ପ୍ରକାରର ଜଙ୍ଗଲୀ ମୂଳ ଓ ଆଳୁ ରହିଛି । ସେଗୁଡ଼ିକ ମଧ୍ୟରୁ କେତେକ ମାଟିର ଉପରି ଭାଗରେ ଏବଂ ଆଉ କେତେକ ମାଟି ତଳୁ ଖୋଳା ଯାଇ ସଂଗ୍ରହ କରାଯାଇଥାଏ । ଜନଜାତିମାନେ ଜଙ୍ଗଲରୁ ସଂଗ୍ରହ କରୁଥିବା ଜଙ୍ଗଲୀ ମୂଳ ଓ ଆଳୁ ଅତ୍ୟନ୍ତ ପୁଷ୍ଟିକର ଅଟେ । ଜନଜାତି ସଂପ୍ରଦାୟ ଏହାକୁ ନିଆଁରେ ଭାଜି, ସିଝାଇ କିମ୍ବା ତରକାରି ରୂପେ ପ୍ରସ୍ତୁତ କରିଥାି’ନ୍ତି । ଏହି ଚଳଚ୍ଚିତ୍ରରେ ବିଭିନ୍ନ ଜନଜାତିମାନେ କିପରି ମୂଳଗୁଡ଼ିକୁ ସଂଗ୍ରହ ଓ ପ୍ରକ୍ରିୟାକରଣ କରି ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି ସେ ବିଷୟରେ ଦର୍ଶକମାନେ ଜାଣିପାରିବେ ।
No Result
View All Result