No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୭ ଅକ୍ଟୋବର ବୁଧବାର ) ଖୋର୍ଦ୍ଧା :- ବହୁ ଚର୍ଚିତ ମମିତା ମେହେର ହତ୍ୟାକାଣ୍ଡ ରେ ସମ୍ପୃକ୍ତି ଅଭିଯୋଗ କରି ସ୍ଵରାଷ୍ଟ୍ର ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଙ୍କ ଇସ୍ତଫା ଓ ଗିରଫ ତଥା ସିବିଆଇ ତଦନ୍ତ ଦାବି କରି ଖୋର୍ଦ୍ଧା ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ ସହିତ ଖୋର୍ଦ୍ଧା ଏସ ପି ଅଫିସ ଘେରାଉ କରାଯିବା ସହ ଗୃହ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା l
ଉକ୍ତ କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥ୍ଵୀ ରାଜ ହରିଚନ୍ଦନ,ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ରଶ୍ମି ରଞ୍ଜନ ମହାପାତ୍ର, ବିଧାୟକ ପ୍ରାର୍ଥୀ କାଳୁ ଚରଣ ଖଣ୍ଡୟତ ରାୟ, ରାଜ୍ୟ କର୍ଯ୍ୟକାରିଣୀ ସଦସ୍ୟ ସୁରଜ ପାଇକରାୟ, ବିଜେପି ଖୋର୍ଦ୍ଧା ନଗର ସଭାପତି ଲୋକନାଥ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରତାପ ମହାପାତ୍ର,
ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରବୀଣା ଭଞ୍ଜଦେଓ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ରଶ୍ମିମୟୀ ପଟ୍ଟନାୟକ, ଜିଲ୍ଲା ଉପ ସଭାନେତ୍ରୀ ରୋଜିନା ରାଣୀ ଦାସ, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ପ୍ରଦୀପ୍ତ ବଡ଼ଜେନା, ସାଧାରଣ ସମ୍ପାଦକ ଆଶୁତୋଷ ବେହେରା ତଥା ଜିଲ୍ଲା ଗଣମାଧ୍ୟମ ସଂଯୋଜକ ପ୍ରଦୀପ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ l
No Result
View All Result