• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର – ଉପକାର ପାଇବେ ୭ ଲକ୍ଷ ୭୩ ହଜାର

Proprietor Abhimanyu Maharana by Proprietor Abhimanyu Maharana
November 4, 2021
in ଓଡ଼ିଶା, ସମ୍ବଲପୁର, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର – ଉପକାର ପାଇବେ ୭ ଲକ୍ଷ ୭୩ ହଜାର
Share on FacebookShare on TwitterWhatsapp

ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ

ମା ସମଲେଇଙ୍କ ପୀଠର ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ଜରୁରୀ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ ( ୩ ନଭେମ୍ବର ବୁଧବାର) କୁଚିଣ୍ଡା :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ ।କୁଚିଣ୍ଡା ର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଥିଲେ ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର ପରିଚୟ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି। ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ।

ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଥିଲେ ଏବଂ ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ଆଜି ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୁଚିଣ୍ଡା ଓ ରେଢାଖୋଲ ଏନ୍‌.ଏ.ସି.ର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶାରେ ଆଜି ଗରିବ ଲୋକ ନିଜକୁ ସୁରକ୍ଷିତ ମନେ କରୁଛି। ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଅର୍ଥିକ ସୁରକ୍ଷା ସେମାନଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version