• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଲୋକର ପର୍ବ ଦୀପାବଳି – ବିଭୁ ପ୍ରସାଦ ନାୟକ

Proprietor Abhimanyu Maharana by Proprietor Abhimanyu Maharana
November 4, 2021
in ଓଡ଼ିଶା, ମହାନଗର, ହୋମ୍
0
ଆଲୋକର ପର୍ବ ଦୀପାବଳି – ବିଭୁ ପ୍ରସାଦ ନାୟକ
Share on FacebookShare on TwitterWhatsapp

“ପିତୃ ଲୋକଂ ପରିତାଜ୍ୟ – ଆଗତା ଯେ ମହାଳୟେ
ଇଜ୍ଜ୍ୱଳେ ଜ୍ୟୋତିଷାଂ ମାର୍ଗେ – ପ୍ରପଦ୍ୟନ୍ତୋ ବ୍ରଜନ୍ତୁତେ ।”

ଓଡ଼ିଶା ତାଜା ନ୍ୟୁଜ୍ (୪ ନଭେମ୍ବର ଗୁରୁବାର )  ଆଲୋକର ପର୍ବ ଦୀପାବଳି । ଭାରତ ଏକ ସଂସ୍କୃତି ସମ୍ପର୍ଣ୍ଣ ରାଷ୍ଟ୍ର । ହୋଲି ଏବଂ ଦୀପାବଳି ଭାରତର ଜାତୀୟ ପର୍ବ ଭାବେ ପାଳିତ ହୁଏ । ଅନ୍ଧାର ଉପରେ ଆଲୋକର ବିଜୟ ଭାବେ ପାଳିତ ହୁଏ । ଦୀପାବଳି ସାରା ଭାରତବର୍ଷରେ ଲକ୍ଷ୍ମୀ ଓ ଗଣେଶଙ୍କୁ ପୂଜା କରୁଥିବା ବେଳେ ଓଡ଼ିଶାରେ ଏହି ଦିନ ପିତୃପୁରୁଷ ବା ବଡ଼ବଡୁଆଙ୍କ ଉଦ୍ଦେଶ୍ୟରେ ପିଣ୍ଡ ଦିଆଯିବାର ପରମ୍ପରା ରହିଆସିଛି । ଦୀପାବଳି ଦିନ ଓଡ଼ିଆ ମାନେ ପିତୃପୁରୁଷଙ୍କୁ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି । ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି । କାଉଁରିଆ କାଠି ଜାଳିବାବେଳେ ସାତ ପୁରୁଷର ଦିବଙ୍ଗତ ବଡ଼ବଡୁଆଙ୍କୁ ନାମ ଉଚ୍ଚାରଣ କରି କହିଥାନ୍ତି :
ବଡ଼ବଡୁଆ ହୋ — 

ଅନ୍ଧାରରେ ଆସ ଆଲୁଅରେ ଯା’,
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛେ ଗଡ଼ଗଡାଉ ଥା’ ।

●●● ଋକ୍ ବେଦରୁ ସୂଚନା ମିଳେ ଯେ, ପୃଥିବୀ ଏକଦା ଘୋର ଅନ୍ଧକାର ଭିତରେ ବୁଡି ରହିଥିଲା । କାଳ କ୍ରମେ ସୂର୍ଯ୍ୟଙ୍କର କିରଣ ପାଇ ପୃଥିବୀ ଦିନେ ଆଲୋକିତ ହେଲା । ଏହାକୁ ମନେ ରଖିବା ପାଇଁ ଦୀପାବଳି ଉତ୍ସବ ପାଳନ କରାଯାଏ ।

●●●  ଦୀପାବଳିକୁ ନେଇ ଏନକ ପୌରାଣିକ ମତବାଦ, ସଂଯୋଗ ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡ଼େ ଏହା ଏକ କୃଷିଭିତ୍ତିକ ବିଧି । ଯାହା ପ୍ରାଚୀନ କଳିଙ୍ଗର ତାର କୃଷିକ୍ଷେତ୍ର ଓ ତତସହିତ ପୁରପଲ୍ଲୀରେ ପୋକ ନିୟନ୍ତ୍ରଣ ପାଇଁ ଆୟୋଜନ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶା ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପରିକ ଚାଷ ପ୍ରଣାଳୀ ମଧ୍ୟ ବିଜ୍ଞାନ ସମ୍ମତ । ପୂର୍ବକାଳର ରୋଗପୋକ ନିୟନ୍ତ୍ରଣ ପଦ୍ଧତି ଅତି ଉତ୍କୃଷ୍ଟ ଥିଲା ବୋଲି ଆମେରିକାର ଗବେଷକ ଉପନୀତ ହୋଇଛନ୍ତି । ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକମାନେ ମତ ଦିଅନ୍ତି । ଏ ଦୁଇଟି ଉପାୟ ଏବେ ସୁଦ୍ଧା ବୈଜ୍ଞାନିକଙ୍କଦ୍ୱାରା ସର୍ବୋତ୍କୃଷ୍ଟ ବିବେଚିତ ହୋଇଛି । ଅମଳ ଋତୁ ଉପନୀତ ହୁଅନ୍ତେ ଶସ୍ୟକ୍ଷେତ୍ର ସମେତ ଜନବସତିରେ କୀଟ ପତଙ୍ଗଙ୍କ ସଂଖ୍ୟା ବୃଦ୍ଧି ପାଏ । କାର୍ତ୍ତିକ ମାସର ଅମାବାସ୍ୟା ଆଡକୁ ଏମାନଙ୍କ ସଂଖ୍ୟା ଏତେ ବୃଦ୍ଧି ପାଏ ଯେ ବିଶେଷ କରି ରାତ୍ରୀ ସମୟରେ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼େ । ଅମାବାସ୍ୟା ପୂର୍ବ ପରକୁ ମିଶାଇ ପାଞ୍ଚ ଦିନ ମଶାଲ, ଦିହୁରୀ, ଦୀପ, ଲଣ୍ଠନ ଆଦି ଜଳାଇ ପୋକଙ୍କୁ ଆକୃଷ୍ଟ କରି ଦମନ କରାଯିବାର ପରମ୍ପରା ଦୀପାବଳି ବୋଲି ବିଶେଷଜ୍ଞ ମତ ଦେଇଥାନ୍ତି । କଥାରେ ଅଛି :
ଅନଳ ଦେଖିଣ ପତଙ୍ଗ ଧାବନ୍ତି ହୋଇ ଉଦବେଗ ।

●●●  ଦୀପାବଳି ବିଭିନ୍ନ ସମ୍ପ୍ରଦାୟରେ ଧାର୍ମିକ ବିଶ୍ୱାସ , ଓ ପାଳନରେ ତାତ୍ପର୍ଯ୍ୟ ରଖିଥାଏ , ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀର ଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ । ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । ଜୈନ ବ୍ୟବସାୟୀମାନେ ହିସାବଖାତା ଏବଂ ମୁଦ୍ରା ପୂଜାକରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ । ଜୈନ ଧର୍ମାବଲମ୍ବୀଙ୍କ ଭଗବାନ ମହାବୀରଙ୍କ ନିର୍ବାଣପ୍ରାପ୍ତି ଦିବସ ଓ ଭଗବାନ ମହାବୀରଙ୍କ ଉତ୍ତରାଧ୍ୟାୟନ ସୂତ୍ର- ଶେଷପ୍ରବଚନ ପାଠର ମହାର୍ଘ୍ୟତିଥି ଭାବେ ଉତ୍ସାହର ସହିତ ଦୀପାବଳି ଉତ୍ସବ ପାଳନ କରାଯାଏ ।

●●●  ଶିଖ ଧର୍ମ ମତରେ ଦୀପାବଳିର ଏକ ସ୍ବତନ୍ତ୍ରତା ରହିଛି । ମୋଗଲ ସମ୍ରାଟ ଔରଙ୍ଗଦେବଙ୍କଦ୍ୱାରା ଶିଖ‌ଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଏବଂ ଆନ୍ଦୋଳନ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ଗୁରୁ ହରଗୋବିନ୍ଦ ସିଂହଙ୍କୁ ସ୍ୱାଗତକରିବା ପାଇଁ ସେତେବେଳେ ସ୍ୱର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇ ଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ‌ମାନେ ଗୋଇନ୍ଦୱ।ଲ୍ ସାହିବ ଗୁରୁଦ୍ୱାରକୁ ତୀର୍ଥକରି ଯାଏହିଦିନଟିକୁ ଶିଖ‌ମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନକରାଯାଏ ।

●●● ଦୀପାବଳି ଦିନ ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ମା କାଳୀଙ୍କ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ । ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ । ସେହିପରି ଭାରତର ଅନ୍ୟାନ୍ୟ ଅଂଶରେ ଦୀପାବଳୀରେ ମା ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ । ବିଶେଷ କରି, ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ । ଏହା ଏହି ସବୁ ଅଞ୍ଚଳରେ ଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ ।

●●● କିମ୍ବଦନ୍ତୀ କହେ କାର୍ତ୍ତିକ ଅମାବାସ୍ୟାରେ ଦୀପାବଳୀ ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳୀ ଅମାବାସ୍ୟାକୁ ମଧ୍ୟ ପୟାଅମାବାସ୍ୟା କହନ୍ତି ।

●●●  ରାମାୟଣ କହେ ତ୍ରେତୟା ଯୁଗରେ ପ୍ରଭୁ ଶ୍ରୀରାମଚନ୍ଦ୍ର ରାବଣକୁ ମାରି ମାଆ ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଲେ । ଅଯୋଧ୍ୟାର ସମସ୍ତ ନରନାରୀ ଶ୍ରୀରାମଙ୍କ ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳେଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି । ଉତ୍ତର ଭାରତରେ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କର ଭକ୍ତମାନେ ଏହିଦିନ ଟିକୁ ବହୁ ଯାକଜମକରେ ପାଳନ କରନ୍ତି । ‘ଉତ୍ସବ ତତ୍ତ୍ୱାଭିଧାନ’ ଅନୁଯାୟୀ ଏକଦା କାର୍ତ୍ତିକ(ତୁଳା)ମାସ- ଘନଅନ୍ଧକାର କୃଷ୍ଣପକ୍ଷରେ ଜଣେ ଭବିଷ୍ୟଦ୍ରଷ୍ଟା ଜ୍ୟୋତିଷ ପ୍ରଭୁ ଶ୍ରୀରାମଙ୍କୁ ବିପର୍ଯ୍ୟସ୍ଥ ଦୁର୍ଭାଗ୍ୟ କାଳସର୍ପ ରୂପେ ଅମାରାତିରେ ଦଂଶନକରିବା ପାଇଁ ଲୁଚିଛପି ଆସିବାର ଭବିଷ୍ୟବାଣୀ କରିଥିଲେ । ସତର୍କତାପୂର୍ବକ ଅଯୋଧ୍ୟା ରାଜନଗରୀର କୃଷ୍ଣପକ୍ଷ ସାରା ଉଜ୍ଜଳଆଲୋକ ପ୍ରଜ୍ଜଳନ କରାଯାଇଥିଲା ଏବଂ କାଳସର୍ପ ଦଂଶନର ଚକ୍ରାନ୍ତ ପଣ୍ଡହୋଇଥିଲା ।

●●● ଅନ୍ଯ ଏକ ପୌରାଣିକ ମତରେ ଭଗବାନ ବିଷ୍ଣୁ ଭକ୍ତପ୍ରହ୍ଲାଦଙ୍କୁ ଇନ୍ଦ୍ରପଦ ଯାଚିବାରୁ ସେ ବିନୀତଭାବେ ପ୍ରତ୍ୟାଖାନ କରିବାରୁ, ତାଙ୍କର ନାତି ବଳୀରାଜାଙ୍କୁ ଏହିଦିନ ‘ଇନ୍ଦ୍ରପଦ’ ପ୍ରଦାନ କରିଥିଲେ । ତେଣୁ ଦାନବଗଣ ଦୀପଜଳାଇ, ବାଣ, ଆତସବାଜି ଫୁଟାଇ ଉତ୍ସବ ପାଳିଥିଲେ । ବିରୋଚନ ପୁତ୍ର ବଳି ଇନ୍ଦ୍ର ଓ ମରୁତଗଣଙ୍କୁ ପରାସ୍ତ କରି ତ୍ରିଭୁବନ ଜୟକରି ପ୍ରଜାପାଳନ କରୁଥିଲେ । ଦାନପାଇଁ ସେ ପ୍ରସିଦ୍ଧ ଥିଲେ ଏବଂ ଯେ ଯାହା ମାଗୁଥିଲେ, ତାହା ଦାନ କରୁଥିଲେ । ତାଙ୍କର ବିକ୍ରମ ଓ ଦାନର ପ୍ରଭାବରେ ସେ ଇନ୍ଦ୍ର ଓ ଦେବତାମାନଙ୍କୁ ନିଷ୍ପ୍ରଭ କରିବାକୁ ବସିଲେ । ଏଥିରେ ଇନ୍ଦ୍ର ଓ ଦେବଗଣ ଭୟଭୀତ ହେଲେ । ବଳି ଏକ ପ୍ରସିଦ୍ଧ ଯଜ୍ଞ କଲେ । ଏହି ଯଜ୍ଞ ଶେଷହେଲେ ଇନ୍ଦ୍ର ଓ ଦେବଗଣଙ୍କର ସମସ୍ତ ଶକ୍ତି ଓ ତେଜ ଚାଲିଯିବ । ଏହାର ଆଶୁ ନିରାକରଣ ପାଇଁ ଭଗବାନ ବିଷ୍ଣୁଙ୍କର ଶରଣାପନ୍ନ ହେଲେ । ବିଷ୍ଣୁ ବାମନ ରୂପରେ ବଳିଙ୍କ ଠାରୁ ତିନିଲୋକ ପ୍ରାପ୍ତହେଲେ । ଦାନପ୍ରଦାନ ଛଳରେ ମାୟାବୀବିଷ୍ଣୁ ଗର୍ବୀବଳିଙ୍କୁ ତୃତୀୟପାଦରେ ପାତାଳ ଚାପି ଦେଲେ । କଥା ଦେଲେ ଯେ ବଳି ବର୍ଷରେ ଥରେ କାର୍ତ୍ତିକ ଶୁକ୍ଲ୍ଲ ପ୍ରତିପଦା ଦିନ ପୃଥ୍ୱୀଲୋକକୁ ଆସିପାରିବ । ତାଙ୍କ ଆଗମନରେ ଭୂଲୋକବାସୀ ଆନନ୍ଦ ଉଲ୍ଲାସରେ ପ୍ରଦୀପ ଜାଳି ତାଙ୍କୁ ସମ୍ବର୍ଦ୍ଧିତ କରିବେ । ସେହି ଆଲୋକ ସମ୍ବର୍ଦ୍ଧନା କାଳକ୍ରମେ ଦୀପାବଳି ଉତ୍ସବରେ ରୂପାନ୍ତରିତ ହେଲା ବୋଲି ପୁରାଣ କୁହେ ।

●●●  ଶ୍ରୀକୃଷ୍ଣ ଅତ୍ୟାଚାରୀ ନରକାସୁରକୁ କୃଷ୍ଣ ଚତୁର୍ଦଶୀ ଦିନ ବଧ କରିଥିଲେ ତେଣୁ ଖୁସିରେ ଆଲୋକର ଉତ୍ସବ ପାଳିତ ହେଇଥିଲା । ଏହି ଦିନକୁ ନରକ ଚତୁର୍ଦ୍ଦଶୀ କୁହଯାଏ । ଏ ଦିନ ସୂର୍ୟୋଦୟ କାଳରେ ସମସ୍ତ ଶରୀରରେ ସୁଗନ୍ଧ ତୈଳ ଲଗାଇ ଗାଧୋଈବାର ପ୍ରଥା ଅଛି । ଦ୍ୱାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠିସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକାଦ୍ୱାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ବାସୁଦେବ ଶ୍ରୀକୃଷ୍ଣ ସତ୍ୟଭାମାଙ୍କୁ ନେଇ ସ୍ୱର୍ଗକୁ ଯାଇଥିଲେ । ସତ୍ୟଭାମାଙ୍କ ଅନୁରୋଧରେ ପାରିଜାତ ବୃକ୍ଷର ଚାରାଟିଏ ଆଣିବାକୁ ଗଲାବେଳେ ଇନ୍ଦ୍ରଙ୍କ ସହିତ ସମସ୍ତଦେବତା ବାଧାଦେବାରୁ ଏକାକି ଶ୍ରୀକୃଷ୍ଣ ସବୁଦେବତାଙ୍କୁ ପରାସ୍ତ କରି ପାରିଜାତ ବୃକ୍ଷ ସହ ଅନେକ ଧନରତ୍ନ ନେଇ ଏହିଦିବସରେ ଦ୍ୱାରକା ଫେରିଥିଲେ । ତେଣୁ ଦ୍ୱାରକାବାସୀ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ସ୍ୱାଗତ ଜଣାଇ ସମଗ୍ରନଗରୀକୁ ଦୀପମାଳାରେ ସଜାଇ, ବାଣ ଫୁଟାଇ ବିଜୟ ଉତ୍ସବ ପାଳନ କରିଥିଲେ ।

●●●  ଦୀପାବଳିକୁ ନେଇ ଐତିହାସିକ ମତ ଦିଅନ୍ତି , ମୋଗଲ ଯୁଗର ପ୍ରସିଦ୍ଧଐତିହାସିକ ଆବୁଲ ଫଜୀଲ ତାଙ୍କର ଆଇନ ଆକବରୀରେ ମୋଗଲ ଶାସନକାଳୀନ ବଣିକ, ଆଲୋକ ଜ୍ଜଳନ୍ତ ଓ ଅକ୍ଷକ୍ରୀଡା ନାମକ ଦୀପାବଳି ଆଧାରିତ ମନୋଜ୍ଞ ଉପକଥାର ଉଲ୍ଲେଖ କରିଛନ୍ତି । ଆଲବରୁଣୀରେ ମୋଗଲ ସମ୍ରାଟଙ୍କ ଲମ୍ବା ବାଉଁଶ ପୋତି ତା’ର ଅଗରେ ଶିକାରେ ଆକାଶପ୍ରଦୀପ ଜାଳିବାକଥା ବରୋଦା ସଂଗ୍ରହାଳୟରେ ରଖାଯାଇଥିବା ପ୍ରାଚୀନ ଆକାଶପ୍ରଦୀପ ଅତୀତରେ ଦୀପାବଳି ପାଳନ କରାଯାଉଥିବାର ପ୍ରମାଣ ଦିଏ । ସେହିଭଳି ଚାଣକ୍ୟ ଓ ଚୋଳବଂଶକାଳୀନ ଉତ୍ସବ ପରମ୍ପରାରେ ଦୀପାବଳିପାଳନ ହେଉଥିବାର କନୌଜବଂଶୀୟ ରାଜା ହର୍ଷବର୍ଦ୍ଧନଙ୍କ କାଳଜୟୀ ଅମରକୃତି ନାଟକ ନାଗାନନ୍ଦରୁ ଜଣାପଡେ । ଗୁପ୍ତବଂଶୀୟ ସମ୍ରାଟ ଦ୍ୱିତୀୟଚନ୍ଦ୍ରଗୁପ୍ତ ବିକ୍ରମାଦିତ୍ୟ, ପବିତ୍ର ଦୀପାବଳି ତିଥିରେ ସିଂହାସନ ଆରୋହଣ କରିଥିବାରୁ ତା’ର ସ୍ମାରକୀ ରୂପେ ଦୀପାବଳି ଦିନଠାରୁ ଗୁପ୍ତାଦ୍ଧର ପ୍ରଚଳନ ହୋଇଥିଲା ବୋଲି ଇତିହାସ କୁହେ ।

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version