• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ ବାଲେଶ୍ୱରରେ ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଭବ୍ୟ ସ୍ୱାଗତ

Proprietor Abhimanyu Maharana by Proprietor Abhimanyu Maharana
November 7, 2021
in ଓଡ଼ିଶା, ବାଲେଶ୍ଵର, ମହାନଗର, ହୋମ୍
0
ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ ବାଲେଶ୍ୱରରେ ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଭବ୍ୟ ସ୍ୱାଗତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ନଭେମ୍ବର ରବିବାର) ବାଲେଶ୍ୱର/ଭୁବନେଶ୍ୱର :-  ୧୯୭୧ ମସିହାରେ ହୋଇଥିବା ଭାରତ-ପାକିସ୍ତାନ ଯୁଦ୍ଧରେ ଭାରତର ଅଭୂତପୂର୍ବ ବିଜୟକୁ ସ୍ମରଣୀୟ କରିବା ପାଇଁ ଚଳିତ ବର୍ଷ ସମଗ୍ର ଦେଶରେ ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ କରାଯାଉଥିବା ବେଳେ ଏହି ଅବସରରେ ଏକ ବିଜୟ ମଶାଲ ଶୋଭାଯାତ୍ରା ଦେଶର ବିଭିନ୍ନ ରାଜ୍ୟ ପରିଭ୍ରମଣ କରୁଛି । ଗତ ଅକ୍ଟୋବର ୨୦ ତାରିଖରୁ ଏହି ସ୍ୱର୍ଣ୍ଣିମ ବିଜୟ ମଶାଲ ଓଡିଶାର ବିଭିନ୍ନ ଜିଲ୍ଲା ପରିକ୍ରମା ଆରମ୍ଭ କରିଥିବା ବେଳେ ଆଜି ଏହା ପହଂଚିଛି ବାଲେଶ୍ୱରରେ ା ଆଜି ସକାଳୁ ଏହା ଭୁବନେଶ୍ୱରରୁ ବାହାରୁ ଦିବା ପ୍ରାୟ ୧୨ଘଟିକା ସମୟରେ ଏହା ବାଲେଶ୍ୱର ପହଂଚିବା ପରେ ସ୍ଥାନୀୟ ରିଜର୍ଭ ପୁଲିସ ପରେଡ ପଡିଆଠାରେ ଏହାକୁ ଭବ୍ୟ ସ୍ୱାଗତ କରାଯାଇଥିଲା ।

ପୁଲିସ ବ୍ୟାଣ୍ଡର ତାଳେ ତାଳେ ବିଜୟ ମଶାଲକୁ ଆନୁଷ୍ଠାନିକ ସ୍ୱାଗତ ସହ ମଂଚ ଉପରକୁ ଅଣାଯାଇଥିଲା । ପ୍ରତିରକ୍ଷା ବିଭାଗ ଅଧିକାରୀଙ୍କ ପାଖରୁ ଏହାକୁ ଆଣି ମଂଚ ଉପରେ ନିର୍ଦ୍ଧାରିତ ସ୍ଥାନରେ ରଖାଯିବା ପରେ ପୁଲିସ ବାହିନୀ ପକ୍ଷରୁ ବିଜୟ ମଶାଲକୁ ସାଲ୍ୟୁଟ୍ ଏବଂ ସମ୍ମାନ ପ୍ରଦର୍ଶନ କରାଯାଇଥିଲା । ପୂର୍ବାଂଚଳ ଆଇଜି ଶ୍ରୀ ହିମାଂଶୁ କୁମାର ଲାଲ, ଜିଲ୍ଲାପାଳ ଶ୍ରୀ କେ.ସୁଦର୍ଶନ ଚକ୍ରବର୍ତୀ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ସୁଧାଂଶୁ ଶେଖର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିଲୁ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଭବେଶ କୁମାର ନାୟକଙ୍କ ସମେତ ପ୍ରତିରକ୍ଷା ବିଭାଗ ଅଧିକାରୀ, ପୁଲିସ ବିଭାଗ ଅଧିକାରୀ ଏବଂ ଅନ୍ୟମାନେ ମଂଚ ଉପରେ ଉପସ୍ଥିତ ରହି ବିଜୟ ମଶାଲକୁ ସମ୍ମାନ ପ୍ରଦର୍ଶନ ସହ ପୁଷ୍ପ ଅର୍ପଣ କରିଥିଲେ ।

ଏହା ପରେ ପୁଲିସ ବାହିନୀ ଦ୍ୱାରା ବିଜୟ ମଶାଲକୁ ପ୍ରତିରକ୍ଷା ବିଭାଗ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା । ସ୍କୁଲ ଛାତ୍ରଛାତ୍ରୀ, ଏନସିସି, ସ୍କାଉଟ୍‌, ଏନଏସଏସ କ୍ୟାଡେଟ୍‌ମାନେ ରାସ୍ତା ପାଶ୍ୱର୍ରେ ଉପସ୍ଥିତ ରହି ପୁଷ୍ପବୃଷ୍ଟି ସହ ବିଜୟ ମଶାଲକୁ ସମ୍ମାନ ପ୍ରଦର୍ଶନ କରିଥିଲେ । ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ବିଷ୍ଣୁ ଚରଣ ସୂତାର, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଅନନ୍ତ ପ୍ରସାଦ ସେଠୀ, ଡିଏସପି ଶ୍ରୀ ମାନସ ଦେଓ, ସର୍ଜେଂଟ ଶ୍ରୀ ରାଜୀବ ମାର୍ଣ୍ଡିଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

ଏହା ପରେ ପରେ ସ୍ୱର୍ଣ୍ଣିମ ବିଜୟ ମଶାଲ ଯାତ୍ରା କରିଥିଲା ଚାନ୍ଦିପୁର ସ୍ଥିତ ଡିଆରଡିଓ (ପ୍ରତିରକ୍ଷା ଗବେଷଣା ଏବଂ ଉନ୍ନୟନ ସଂସ୍ଥା) କ୍ୟାମ୍ପସକୁ । ଅପରାହ୍ନ ୨ଘଟିକାରେ ସେଠାରେ ବିଜୟ ମଶାଲ ପହଂଚିବା ପରେ ଡିଆରଡିଓ ଏବଂ ପ୍ରତିରକ୍ଷା ବିଭାଗର ବାଲେଶ୍ୱର ଷ୍ଟେସନ ହେଡକ୍ୱାର୍ଟର ଦ୍ୱାରା ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଆନୁଷ୍ଠାନିକ ଭାବେ ସ୍ୱାଗତ ଓ ସମ୍ମାନ ପ୍ରଦର୍ଶନ କରାଯାଇଥିଲା । ପ୍ରତିରକ୍ଷା ବିଭାଗ ବ୍ୟାଣ୍ଡ ଟ୍ରୁପ୍‌ ଦ୍ୱାରା ଉଚ୍ଚକୋଟୀର କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଡିଆରଡିଓ ପ୍ରେକ୍ଷାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୧୯୭୧ ଯୁଦ୍ଧ ଉପରେ ପ୍ରସ୍ତୁତ ଏକ କ୍ଷୁଦ୍ର ପ୍ରାମାଣିକ ଭିଡିଓ ପ୍ରଦର୍ଶନ କରାଯାଇଥିଲା ।

୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମେତ କାରଗିଲର “ଅପରେସନ ବିଜୟ”, ଜାମ୍ମୁ କାଶ୍ମୀରର ଆତଙ୍କବାଦ ବିରୋଧୀ “ଅପରେସନ ରକ୍ଷକ”, ଗତବର୍ଷ ଗଲୱାନ ଉପତ୍ୟକାରେ ହୋଇଥିବା ସଂଘର୍ଷ ଓ ସେନା ଅପରେସନରେ ଭାଗ ନେଇଥିବା ଏବଂ ଶହୀଦ ହୋଇଥିବା ବୀର ଯବାନ, ବୀର ନାରୀ (ଯୁଦ୍ଧରେ ଶହୀଦ ହୋଇଥିବା ଯବାନଙ୍କ ପତ୍ନୀ)ଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା । ଉତର ଓଡିଶାର ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝରର ୩୦ଜଣ ବୀର ଯବାନ ଏବଂ ବୀର ନାରୀଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ୧୯୭୧ ଯୁଦ୍ଧରେ ଭାଗ ନେଇଥିବା ମେଜର ଜେନେରାଲ ଆର.କେ.ସାହୁ, ଚାନ୍ଦିପୁର ଆଇଟିଆର ନିର୍ଦ୍ଦେଶକ ଶ୍ରୀ ଏଚ.କେ.ରଥ, ଚାନ୍ଦିପୁର ପି.ଏକ୍ସ.ଇ. ନିର୍ଦ୍ଦେଶକ ଶ୍ରୀ ଡି.କେ.ଯୋଶୀ, ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଭବେଶ କୁମାର ନାୟକ, ବାଲେଶ୍ୱର ଷ୍ଟେସନ ହେଡକ୍ୱାର୍ଟର ଏଡିଏମ, କମାଣ୍ଡାଂଟ୍ କର୍ଣ୍ଣେଲ ସତୀଶ କୁମାର, ପି.ଏକ୍ସ.ଇ ଅତିରିକ୍ତ ନିର୍ଦ୍ଦେଶକ(ଏମ.ଏ.) କର୍ଣ୍ଣେଲ ସୁମନ କୁମାର ଦତ ପ୍ରମୁଖ ମଂଚାସୀନ ଥିବା ବେଳେ ଲେଫ୍‌ଟନାଂଟ କର୍ଣ୍ଣେଲ ଆର. ନାଗର, ଲେଫ୍‌ଟନାଂଟ କର୍ଣ୍ଣେଲ ଏସ. ରୋହିଲା, ଲେଫ୍‌ଟନାଂଟ କର୍ଣ୍ଣେଲ ଆର.କେ.ବଳ, ଲେଫ୍‌ଟନାଂଟ କର୍ଣ୍ଣେଲ ଇମ୍ରାନ ଖାନ, ଲେଫ୍‌ଟନାଂଟ କର୍ଣ୍ଣେଲ ବିନୟ ଗମ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଆସନ୍ତା କାଲି ଏହି ସ୍ୱର୍ଣ୍ଣିମ ବିଜୟ ମଶାଲ ବାଲେଶ୍ୱର ରୁ ବାହାରି ଜାମସେଦପୁର ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version