• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆପଡା ଓ କୋମନାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାର ୮୦ ପ୍ରତିଶତଙ୍କ ପାଖରେ ପହଞ୍ଚିବ ଭଲ ପିଇବା ପାଣି

Proprietor Abhimanyu Maharana by Proprietor Abhimanyu Maharana
November 8, 2021
in ଓଡ଼ିଶା, ନୂଆପଡ଼ା, ହୋମ୍
0
ନୂଆପଡା ଓ କୋମନାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାର ୮୦ ପ୍ରତିଶତଙ୍କ ପାଖରେ ପହଞ୍ଚିବ ଭଲ ପିଇବା ପାଣି
Share on FacebookShare on TwitterWhatsapp

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ନୂଆପଡା ଜିଲ୍ଲା – ନୂଆପଡାର ୧ ଲକ୍ଷ ୭୩ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା

ଖରିଆରର ଇଭାନ୍‌ଜେଲିକାଲ ହସ୍‌ପିଟାଲକୁ BSKYରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା – ଜିଲ୍ଲାରେ ୪୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) ନୂଆପଡା :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୭୩ ଲକ୍ଷ ଲୋକ ଏହି ସୁବିଧା ପାଇବେ । ନୂଆପଡା ସହିତ ରାଜ୍ୟର ୧୦ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂଆପଡାରେ ପ୍ରାୟ ୪୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପିଇବା ପାଣି ହେଉଛି ନୂଆପଡାର ଗୋଟିଏ ବଡ ସମସ୍ୟା । ତାକୁ ଦୂର କରିବା ପାଇଁ ଜିଲ୍ଲାର ସବୁ ବ୍ଲକ୍‌, ସବୁ ଗାଁ ଓ ସବୁ ପଡାକୁ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଜାରି ରହିଛି ବୋଲି ସେ କହିଥିଲେ । ନୂଆପଡା ଓ କୋମନା ପାଇଁ ଦୁଇଟି ମେଗା ପାଇପ ପାଣି ଯୋଜନା ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ । ଏହାଦ୍ବାରା ଜିଲ୍ଲାର ୮୦ ପ୍ରତିଶତ ଲୋକ ଭଲ ପିଇବା ପାଣି ପାଇପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଖରିଆର ବିଧାୟକଙ୍କ ଅନୁରୋଧରେ ଖରିଆରର ଇଭାନ୍‌ଜେଲିକାଲ ହସ୍‌ପିଟାଲକୁ BSKY ଯୋଜନାରେ ସାମିଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାଦ୍ବାରା ଜିଲ୍ଲାର ଲୋକମାନେ ଏହି ହସ୍‌ପିଟାଲରେ ସ୍ମାର୍ଟ କାର୍ଡ ଜରିଆରେ ଚିକିତ୍ସା ସୁବିଧା ପାଇପାରିବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ନୂଆପଡାର ଚାଷୀ ମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ନୂଆପଡା ନୂଆ ପରିଚୟ ନେଇ ଆଗକୁ ବଢୁଛି । ନୂଆପଡାର ଚାଷୀମାନେ ଆଜି ବିଭିନ୍ନ ପ୍ରକାର ଫସଲ କରିବା ସହିତ ଫସଲର ବିବିଧକରଣ, ଜୈବସାର ଓ କୀଟନାଶକ ଉପରେ ଗୁରୁତ୍ବ ଦେଉଛନ୍ତି । ଚାଷୀ ମାନଙ୍କର ରୋଜଗାର ବଢିବା ସହିତ ଲାଭ ମଧ୍ୟ ହେଉଛି।

ନୂଆପଡା ବ୍ଲକ୍‌ର ସାଲିନା ଗାଁର ମୋହନ ଶବର ନାମକ ଜଣେ ବ୍ୟକ୍ତିଙ୍କର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କର ଦେଢ ଏକର ଜମି ଆଜି ସାଢେ ଚାରି ଏକରରେ ପହଞ୍ଚିଲାଣି । ପରିବା ଚାଷରେ ତାଙ୍କର ରୋଜଗାର ମଧ୍ୟ ଭଲ ହେଉଛି । ସେ ଆଜି ସମସ୍ତଙ୍କ ପାଇଁ ପ୍ରେରଣା । ତେଣୁ ମୋର ଅନୁରୋଧ, ଆପଣମାନେ ସରକାରଙ୍କ ବିଭିନ୍ନ ୟୋଜନାର ସୁଯୋଗ ନିଅନ୍ତୁ ଓ ନିଜର ଉନ୍ନତି କରନ୍ତୁ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଓ ଖରିଆର ବିଧାୟକ ଶ୍ରୀ ଅଧିରାଜ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ନୂଆପଡାର ବିକାଶ ଉପରେ ଆଲୋକପାତ କରିଥିଲେ। ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version