• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ –  କୃଷି, ଶିକ୍ଷା ଓ ଭିତ୍ତିଭୂମି କ୍ଷେତ୍ରରେ କଳାହାଣ୍ଡି ଆଗୁଆ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 8, 2021
in ଓଡ଼ିଶା, କଳାହାଣ୍ଡି, ରାଜନୀତି, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ –  କୃଷି, ଶିକ୍ଷା ଓ ଭିତ୍ତିଭୂମି କ୍ଷେତ୍ରରେ କଳାହାଣ୍ଡି ଆଗୁଆ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଗରିବ ଲୋକଙ୍କ ଚିକିତ୍ସା ବୋଝ ଲାଘବ କରିବ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ – ୮୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) କଳାହାଣ୍ଡି ଜିଲ୍ଲା :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି । ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦ୍ଘାଟନ କରିଥିଲେ ବୋଲି ମନେ ପକାଇ କହିଲେ ଯେ ଆଜି ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି । କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନ୍ରେ ପହଞ୍ଚିବା ବେଳେ, ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି । କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ ବୋଲି ପ୍ରକାଶ କରି କହିଥିଲେ ଯେ ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି । ଏଥିପାଇଁ ସେ ଖୁସି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି । ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି ବୋଲି ସେ କହିଥିଲେ । ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ – ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି ବୋଲି ସେ କହିଥିଲେ। କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି । କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ 100 ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ। କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି ବୋଲି ସେମାନେ ମତ ଦେଇଥିଲେ। କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version