ବାଙ୍କୀ କଲେଜ ଶିକ୍ଷାବିଭାଗର ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ

ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ଗୁରୁବାର ) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷାବିଭାଗ ଆନୁକୁଲ୍ୟରେ ସ୍ନାତକ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଆଜି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ କଲେଜ ଦୃଶ୍ୟଶ୍ରାବ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟା ପ୍ରାଧ୍ୟାପିକା କଳାବତୀ ଶତପଥୀ ସଭାପତିତ୍ୱ କରି ଭଲ ପାଠ ପଢ଼ିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ଡଃ.ଅରୁଣ କୁମାର ବେହେରା ଯୋଗଦାନ କରି ଛାତ୍ରଛାତ୍ରୀମାନେ ଭଲ ମଣିଷ ହେବାକୁ କହିଥିଲେ । ମୁଖ୍ୟ ବକ୍ତାଭାବେ ଉପାଧ୍ୟକ୍ଷ ପ୍ରଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନେ ନିଜକୁ ଜଣେ ଜଣେ ଆଦର୍ଶ ନାଗରିକ ଭାବେ ଗଢ଼ି ତୋଳିବାକୁ ପରାମର୍ଶ ଦେଇଥିଲେ ।

ଅତିଥି ଭାବେ ଅଧ୍ୟାପିକା ଜ୍ୟୋର୍ତିମୟୀ ପାଢୀ, ଅଧ୍ୟାପିକା ଏଲିଜା ମହାପାତ୍ର, ବୀଣାପାଣି ରାଉତ ଓ ସଂଘମିତ୍ରା ଦାସ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ଫୁଲତୋଡା ଓ ଉପହାର ପ୍ରଦାନ କରାଯାଇଥିଲା । ସଭା ପ୍ରାରମ୍ଭରେ ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ସଭାଟିକୁ ଅମ୍ବିକା ସେଠୀ ପରିଚାଳନା କରିଥିବା ବେଳେ ସୁଦୀପ୍ତା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।