• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

1025 ସ୍କୁଲର ରୂପାନ୍ତର ପର୍ବ ଶୁଭାରମ୍ଭ : ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 12, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
1025 ସ୍କୁଲର ରୂପାନ୍ତର ପର୍ବ ଶୁଭାରମ୍ଭ : ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ପିଲାମାନଙ୍କ ଭିତରେ ଆତ୍ମବିଶ୍ବାସ ଭରି ଦେବା ଏବଂ ଶ୍ରେଷ୍ଠତ୍ବ ହାସଲ ପାଇଁ ସୁଯୋଗ ସୃଷ୍ଟି କରିବା ରୂପାନ୍ତରର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ଗୁରୁବାର ) ଭୁବନେଶ୍ଵର :- ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ

ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।” ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformationକାର୍ଯ୍ୟକ୍ରମର first phaseରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ । ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍ । ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି । ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ । ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ,

ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version