• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

1075 ସ୍କୁଲର ରୂପାନ୍ତର ପର୍ବ : ଶିଶୁ ଦିବସରେ କେନ୍ଦୁଝର ର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 15, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
1075 ସ୍କୁଲର ରୂପାନ୍ତର ପର୍ବ : ଶିଶୁ ଦିବସରେ କେନ୍ଦୁଝର ର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ସବୁ ପିଲାଙ୍କ ମୁହଁରେ ଗୋଟିଏ କଥା –’ଆମ ସ୍କୁଲ ସବୁଠୁ ଭଲ ” ଛାତ୍ରଛାତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା । ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ । ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭.ଟି, ଓ କେନ୍ଦୁଝରର..୧୦୦ଟି ସ୍କୁଲ ରହିଛି ।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ । ଶିକ୍ଷା। ଭିତ୍ତିଭୂମି ର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି । ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ । ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି  । ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ବିଧାୟକ .ଶ୍ରୀ ପ୍ରଦୀପ ଅମାତ୍ ..ଓ ଶ୍ରୀ ବ୍ୟୋମକେଶ ରାୟ… ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version