ସବୁ ପିଲାଙ୍କ ମୁହଁରେ ଗୋଟିଏ କଥା –’ଆମ ସ୍କୁଲ ସବୁଠୁ ଭଲ ” ଛାତ୍ରଛାତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।
କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା । ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ । ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭.ଟି, ଓ କେନ୍ଦୁଝରର..୧୦୦ଟି ସ୍କୁଲ ରହିଛି ।
ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ । ଶିକ୍ଷା। ଭିତ୍ତିଭୂମି ର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।
ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”