• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ଝାରସୁଗୁଡା ଜିଲ୍ଲା

Proprietor Abhimanyu Maharana by Proprietor Abhimanyu Maharana
November 15, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ଝାରସୁଗୁଡା ଜିଲ୍ଲା
Share on FacebookShare on TwitterWhatsapp

ଜିଲ୍ଲାର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା

ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ
୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧.୨୨ ଲକ୍ଷ ପରିବାରକୁ ପାଇପ ପାଣିର ସୁବିଧା

ଝାରସୁଗୁଡା ୩୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।  ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି warer treatment plant ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।

ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ । ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ । ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026

Recent News

ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version