• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚକ ପଛର ଗହନ କଥା – ବ୍ଯଙ୍ଗକବି ଧର୍ମଛଡା

Proprietor Abhimanyu Maharana by Proprietor Abhimanyu Maharana
November 16, 2021
in ଓଡ଼ିଶା, କଟକ, ହୋମ୍
0
ପଞ୍ଚକ ପଛର ଗହନ କଥା – ବ୍ଯଙ୍ଗକବି ଧର୍ମଛଡା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ଭାରତୀୟ ପୁରାଣରେ ଉଲ୍ଲେଖ ରହିଛି ଯେ କାର୍ତ୍ତିକ ମାସ ଅତି ପବିତ୍ର ମାସ । କୁମାର ପୂର୍ଣିମା ପରଦିନ ପ୍ରତିପଦା ତିଥିରୁ କାର୍ତ୍ତିକମାସ ଆରମ୍ଭ ହୋଇ ରାସ ପୂର୍ଣ୍ଣିମା ବା କାର୍ତ୍ତିକ ପୂର୍ଣ୍ଣିମାରେ ଶେଷ ହୋଇଥାଏ । କାର୍ତ୍ତିକ ମାସ ସାରା ଦେବ ମନ୍ଦିର ଇତ୍ୟାଦିରେ ଦୀପଦାନ ଭଗବାନଙ୍କ ଉଦ୍ଧେଶ୍ୟରେ କରାଯାଇଥାଏ । ଏହା ଦ୍ବାରା ଅକାଳ ମୃତ୍ୟୁ ହୋଇନଥାଏ । ଶୁକ୍ଳ ଦଶମୀ ତିଥିଠାରୁ ଶ୍ରୀକୃଷ୍ଣଙ୍କ ଶରତ ରାସ ଯାତ୍ରା ଆରମ୍ଭ ହୋଇଥାଏ । ପୂର୍ଣ୍ଣିମା ଦିନ ରାସ ଉତ୍ସବ ଉଦଯାପନ ହୋଇଥାଏ । ପଞ୍ଚକ ପାଞ୍ଚଦିନ ଭାଗବତ ଏବଂ ଗୀତା ପାଠ କରିବା ବିଧେୟ ବୋଲି ଶାସ୍ତ୍ର କହେ I ସ୍କନ୍ଦ ପୁରାଣ ମତରେ ଏହି ପଞ୍ଚକ ସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକଲେ ପାପରୁ ମୁକ୍ତ ହେବାସହ ନିର୍ବାଣ ପ୍ରାପ୍ତ ହୋଇଥାଏ ।

“ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ
ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ
ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି
ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ
ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍
ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I”

ବଡ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ପଡେ ଭିଷ୍ମ ପଞ୍ଚକ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି । କୁହାଯାଏ ପଞ୍ଚକ ପାଞ୍ଚ ଦିନ ଯାକ ବକ ମଧ୍ୟ ମାଛ ଖାଇନଥାଏ। ଚତୁଃମାସ୍ୟ ବ୍ରତ ସମାପ୍ତ ହେଉଥିବା ଯୋଗୁଁ ଏହାକୁ ଚତୁଃମାସ୍ୟ ପଞ୍ଚକ ବୋଲି କୁହାଯାଇ ଥାଏ। ଚତୁର୍ଦ୍ଦଶୀ ଦିନ ଶିବ ଉତଥାନ ଯାତ୍ରା ଓ ବଡ ଓଷା ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ଠାରେ ଅନୁଷ୍ଠିତ ହୋଇଥାଏ । ପୂର୍ଣ୍ଣିମା ଦିନ ପ୍ରଭାତରୁ ପୁରପଲ୍ଲୀରେ ନଦୀ ପୋଖରୀରେ ଡଙ୍ଗା ଭସା ଉତ୍ସବ ପାଳନ କରାଯାଏ । ଓଡ଼ିଶାର ସାଧବପୁଅ ମାନଙ୍କ ନୌବାଣିଜ୍ୟ ସ୍ମୃତିକୁ ମନେପକାଇ ପୂର୍ଣ୍ଣିମା ଠାରୁ କଟକର ଆରମ୍ଭ ହୋଇଯାଏ ଐତିହାସିକ ବାଲିଯାତ୍ରା ।

କିମ୍ବଦନ୍ତୀ ଅନୁସାରେ ବଗସବୁ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରହନ୍ତି ବୋଲି କଥିତ ଥିବାରୁ ଏହାକୁ “ବକ ପଞ୍ଚକ” ମଧ୍ୟ କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, “ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା ।

ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ” । ପଞ୍ଚକରେ ଅର୍ଘ୍ୟଦାନ ମନ୍ତ୍ର ହେଉଛି- “ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I” ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି ।

ଶେଷ ପାଞ୍ଚଦିନରେ ମୁରୁଜ ପଡିବଖର ପୌରାଣିକ ରହସ୍ୟ- ବୃନ୍ଦାବତୀ ଦାନବ ରାଜ ଜଳକନ୍ଦର ଅତ୍ୟାଚାରରେ ତିନିଲୋକ ହାହାକାର କରୁଥିଲେ। ଜଳକନ୍ଧରଙ୍କୁ ଅମର ବର ମିଳିନଥିଲେ ବି ପତ୍ନୀଙ୍କ ସତୀତ୍ବ ନଷ୍ଟ ହେଲେ ଯାଇ ତାଙ୍କର ମୃତ୍ୟୁ ହେବ ବୋଲି ବର ମିଳିଥିଲା । ତେବେ ପତ୍ନୀ ମହାସତୀ ହୋଇଥିବାରୁ ନିଜକୁ ଅମର ଭାବୁଥିଲା ଜଳକନ୍ଧର । ଶେଷରେ ତାଙ୍କୁ ମାରିବା ପାଇଁ ଶ୍ରୀକୃଷ୍ଣ ନିଜେ ଜଳକନ୍ଧର ବେଶରେ ଆସି ବୃନ୍ଦାବତୀଙ୍କ ସତୀତ୍ବ ହରଣ କରିଥିଲେ । ଏହି ଘଟଣାରେ ବୃନ୍ଦାବତୀଙ୍କ ସତୀତ୍ଵ ଉପରେ ପ୍ରଶ୍ନ ହେବାରୁ ତାଙ୍କୁ ପଞ୍ଚବନୀ ରସ ବା ଅମୃତ ରସରେ ପବିତ୍ର କରାଯାଇଥିଲା । ଏହି ପଞ୍ଚବନୀ ଶଦ୍ଦରୁ ପଞ୍ଚକ ଶଦ୍ଦ ଯାତ। କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପଞ୍ଚୁକ ଭାବେ ପାଳନ କରାଯାଇଥିବା ବେଳେ ବୃନ୍ଦାବତୀଙ୍କ ସମ୍ମୁଖରେ ମୁରୁଜ ଅଙ୍କାଯାଇ ପୂଜା କରାଯାଏ ।

ଶ୍ରୀମନ୍ଦିରରେ ପଞ୍ଚକ ଅବସରରେ ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କୁ ଆକର୍ଷଣୀୟ ବେଶରେ ସୁସଜ୍ଜିତ କରାଯାଏ ।

●ଏକାଦଶୀରେ: ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ
●ଦ୍ୱାଦଶୀରେ: ବାଙ୍କଚୂଡ଼ା ବେଶ ବା ବାମନ ବେଶ
●ତ୍ରୟୋଦଶୀରେ: ତ୍ରିବିକ୍ରମ ବେଶ ବା ଆଡ଼କିଆ ବେଶ
●ଚତୁର୍ଦ୍ଦଶୀରେ: ଲକ୍ଷ୍ମୀନୃସିଂହ ବେଶ ବା ଡାଳିକିଆ ବେଶ
●ପୂର୍ଣ୍ଣମୀରେ: ରାଜରାଜେଶ୍ୱର ବେଶ ବା ସୁନାବେଶ

ମଳତିଥିରେ :-

ନାଗାର୍ଜୁନ ବେଶ (କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼ିଲେ ମଳତିଥି ଦିନ ଜଗନ୍ନାଥଙ୍କର ନାଗାର୍ଜୁନ ବେଶ ଅନୁଷ୍ଠିତ ହୁଏ ।) ପଞ୍ଚକ ଅବସରରେ ପ୍ରତ୍ୟହ ଅବକାଶ ନୀତି ଶେଷହେବା ପରେ ତିନିଠାକୁରଙ୍କୁ ଏହିସବୁ ବେଶରେ ସଜ୍ଜିତ କରାଯାଏ । ବେଶ ଥାଇ ଠାକୁରମାନଙ୍କ ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ ଓ ଭୋଗମଣ୍ଡପ ନୀତି ଆଦି ଅନୁଷ୍ଠିତ ହୋଇଥାଏ । ଭୋଗମଣ୍ଡପ ନୀତି ଶେଷହେବା ପରେ ଏହି ବେଶ ଓ ଅଳଙ୍କାର ଆଦି ମଇଲମ ହୋଇ ମଧ୍ୟାହ୍ନଧୂପ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ଜଗନ୍ନାଥଙ୍କ ପଞ୍ଚକ ପାଞ୍ଚଦିନ ଏହି ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଥାଏ । କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼ିଲେ ମଳତିଥି ଦିନ ଜଗନ୍ନାଥଙ୍କର ନାଗାର୍ଜୁନ ବେଶ ଅନୁଷ୍ଠିତ ହୁଏ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version