No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ କବଳରୁ କିଛି ମାତ୍ରାରେ ଆଶ୍ବସ୍ତ ମିଳିଥିବାରୁ ସରକାରଙ୍କ ନିର୍ଦ୍ଦେଶ କ୍ରମେ କେବଳ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପ୍ରଥମେ ବିଦ୍ୟାଳୟ ସ୍ତରୀୟ ଏବଂ ପରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଥିଲା ।
ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବ୍ଲକର ପ୍ରାୟ ୬୦ ରୁ ଉର୍ଦ୍ଧ ବିଦ୍ୟାଳୟ ମାନଙ୍କରୁ ୧୫୦ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ବକ୍ତୃତା, ରଚନା, ଚିତ୍ର ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତିଯୋଗିତାରେ ଭାଗ ନେଇ ନିଜ ନିଜର କଳା ପ୍ରଦର୍ଶନ କରିଥିଲେ । ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ, ଦିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବାକୁ ଘୋଷଣା କରାଯାଇଥିଲା ।
ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବଳରାମ ବେହେରା ଓ ନୂଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁକାବତୀ ସାହାଣୀ ଉଦଘାଟନ କରିଥିଲେ ଏବଂ ଉଦଯାପନ ଉତ୍ସବରେ ଯୋଗଦେଇ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ , ଅବସରପ୍ରାପ୍ତ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର ଓ ଶ୍ରୀମତୀ ରେଣୁକାବତୀ ସାହାଣୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ । ବାଲିଗୁଡ଼ା ବ୍ଲକର ସମସ୍ତ ସିଆରସିସି, ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗ କ୍ରମେ ଏହି କାର୍ଯ୍ୟକ୍ରମ ସଫଳତା ପୂର୍ବକ ଶେଷ ହୋଇଥିଲା ।
No Result
View All Result