• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକ ସଂପର୍କ ଭବନରେ ରାଜ୍ୟ ସ୍ତରୀୟ ଜାତୀୟ ସଂହତି ଦିବସ ପାଳିତ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
November 19, 2021
in ଓଡ଼ିଶା, ମହାନଗର, ହୋମ୍
0
ଲୋକ ସଂପର୍କ ଭବନରେ ରାଜ୍ୟ ସ୍ତରୀୟ ଜାତୀୟ ସଂହତି ଦିବସ ପାଳିତ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯ ନଭେମ୍ବର ଶୁକ୍ରବାର) ଭୁବନେଶ୍ୱର :- ଆଧୁନିକ ଭାରତର ଇତିହାସ ପୃଷ୍ଠାରେ ଯେଉଁ କେତେ ଜଣ ମହିୟସୀ ମହିଳା ସେମାନଙ୍କର ଅଲିଭା ସ୍ୱାକ୍ଷର ଛାଡି ଯାଇଛନ୍ତି, ତନ୍ମଧ୍ୟରେ ଭାରତର ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରାଗାନ୍ଧିଙ୍କ ନାମ ଅନ୍ୟତମ । ୧୯୧୭ ମସିହା ନଭେମ୍ବର ୧୯ ତାରିଖରେ ଏହି ମହିୟସୀ ମହିଳା ଜନ୍ମଲାଭ କରିଥିଲେ । ପରବର୍ତୀ ସମୟରେ ଦେଶର ପ୍ରଧାନ ମନ୍ତ୍ରୀ ସମୟରେ ଭାରତର ରାଜନୈତିକ ଓ ସାମାଜିକ କ୍ଷେତ୍ର ଠାରୁ ଆରମ୍ଭ କରି ବୈଦେଶିକ ନୀତି, ବ୍ୟାଙ୍କ ଜାତୀୟକରଣ ଏବଂ ଗୋଷ୍ଠୀନିରପେକ୍ଷ ଆନ୍ଦୋଳନ ଆଦିରେ ତାଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା । ଭାରତ ବର୍ଷ ସମେତ ସମଗ୍ର ପୃଥିବୀରେ ସେ ଜଣେ ଅନନ୍ୟା ନାରୀନେତ୍ରୀ ଭାବେ ସ୍ୱତନ୍ତ୍ର ପରିଚିତି ସୃଷ୍ଟି କରିଥିଲେ ।

ଆଜି ଭାରତ ବର୍ଷ ୧୯୭୧ ଯୁଦ୍ଧରେ ବିଜୟ ଲାଭର ୫୦ ବର୍ଷ ପୂର୍ତି ଉପଲକ୍ଷେ ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ କରୁଛି । କିନ୍ତୁ ଏହି ସମୟରେ ଯେଉଁ ସାହସୀ. ଶକ୍ତିଶାଳୀ,ଦୃଢମନା ପ୍ରଧାନମନ୍ତ୍ରୀ ଭାରତକୁ ନେତୃତ୍ୱ ଦେଇ ବଙ୍ଗଳାଦେଶ ପରି ରାଷ୍ଟ୍ର ସୃଷ୍ଟି କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ, ସେହି ମହିୟସୀ ମହିଳା ସ୍ୱର୍ଗୀୟା ଇନ୍ଦିରାଗାନ୍ଧିଙ୍କ ଜୟନ୍ତୀରେ ଦେଶ ଆଜି ତାଙ୍କର ବହୁମୁଖୀ ଅବଦାନ ପାଇଁ ଗଭୀର ଶ୍ରଦ୍ଧଞ୍ଜଳି ଜଣାଉଛି ବୋଲି ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ରାଜ୍ୟ ସ୍ତରୀୟ ଜାତୀୟ ସଂହତି ଦିବସ ପାଳନ ଅବସରରେ ଅତିଥି ଓ ବକ୍ତାମାନେ ଯୋଗଦେଇ ଏହା ପ୍ରକାଶ କରିଛନ୍ତି ।

ଦେଶର ଅଖଣ୍ଡତା ଓ ଜାତୀୟ ଏକତା ପାଇଁ ସର୍ବଦା ଚେଷ୍ଟିତ ଥିବା ଇନ୍ଦିରା ଗାନ୍ଧିଙ୍କ ବଳିଦାନ ଯୋଗୁଁ ଆଜି ଏକତା ଓ ଜାତୀୟ ସଂହତିର ରକ୍ଷା ସମସ୍ତଙ୍କ ପାଇଁ ଗୁରୁ ଦାୟିତ୍ୱ ଓ ଆହ୍ୱାନ ହୋଇଛି ବୋଲି ବକ୍ତାମାନେ ପ୍ରକାଶ କରିଥିଲେ । ଏହି ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବରେ ପ୍ରଥମେ ଅତିଥିମାନଙ୍କ ଦ୍ୱାରା ସ୍ୱର୍ଗୀୟା ଇନ୍ଦିରାଗାନ୍ଧିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦାପ ପ୍ରଜ୍ଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇ ସ୍ୱର୍ଗୀୟା ଇନ୍ଦିରାଗାନ୍ଧିଙ୍କ କର୍ତବ୍ୟ ନିଷ୍ଠା, ଦୂରଦୃଷ୍ଟି ସଂପନ୍ନ ଚିନ୍ତାଧାରା ଓ ଗରିବୀ ଦୂରୀକରଣ ଆଭିମୁଖ୍ୟକୁ ବିଶ୍ୱର ରାଷ୍ଟ୍ରନୀତିଜ୍ଞମାନେ ସମ୍ମାନ ଦେଉଥିଲେ ବୋଲି ପ୍ରକାଶ କରିବା ସହିତ ତାଙ୍କର ରାଷ୍ଟ୍ରଗଠନର ଦର୍ଶନ ଆମ ସମସ୍ତଙ୍କୁ ଆଗକୁ ବଢିବାରେ ପ୍ରେରଣା ଯୋଗାଉଥିବ ବୋଲି ସେ କହିଥିଲେ ।

ମୁଖ୍ୟ ବକ୍ତା ବିଶିଷ୍ଟ ଶିକ୍ଷାବିତ୍ ଏବଂ ଗବେଷକ ଡ. ଗିରିଶ ପ୍ରସାଦ ସ୍ୱାଇଁ ଯୋଗଦେଇ ଇନ୍ଦିରାଗାନ୍ଧିଙ୍କ ଜୀବନୀ ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ସ୍ୱର୍ଗତ ଜବାହରଲାଲ ନେହେରୁଙ୍କର ସୁପୁତ୍ରୀ ଇନ୍ଦିରାଗାନ୍ଧିଙ୍କୁ ସେ ଲୌହମାନବୀ ବୋଲି ଅଭିହିତ କରି କହିଲେ ଯେ, ନେହେରୁ ତଥା ପୃଥିବୀର ବିଶିଷ୍ଟ ଦର୍ଶନବାଦୀ ବ୍ୟକ୍ତିତ୍ୱଙ୍କର ବହୁ ଭଲଗୁଣ ତାଙ୍କ ଠାରେ ପରିପ୍ରକାଶ ଘଟିଥିଲା । ଏକ ବିଳାସପୂର୍ଣ୍ଣ ପରିବାରରୁ ଆସି ମଧ୍ୟ ସାଧାରଣ ଲୋକଙ୍କ ପରି ତାଙ୍କର ବ୍ୟବହାର ଥିଲା ଏବଂ ଲୋକଙ୍କ ଅର୍ଥନୈତିକ ବିକାଶ ଓ ଅନଗ୍ରସର ବର୍ଗଙ୍କୁ ସୁବିଧା ପ୍ରଦାନ କରିବା ପାଇଁ ବିଂଶ ସୂତ୍ରୀ କାର୍ଯ୍ୟକ୍ରମ ସେ ଆରମ୍ଭ କରିଥିଲେ ।

ଶୃଙ୍ଖଳା ଓ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବା, ଦେଶର ପ୍ରତିରକ୍ଷାକୁ ଗୁରୁତ୍ୱ ଦେବା ସହ ସାମାଜିକ ସଶକ୍ତିକରଣ, ମହିଳା ସଶକ୍ତିକରଣକୁ ସେ ପ୍ରାଧାନ୍ୟ ଦେଉଥିଲେ ଏବଂ ଭାରତରେ ବୈଷୟିକ ବିଜ୍ଞାନର ସେ ଜନକ ଥିଲେ ବୋଲି ମୁଖ୍ୟବକ୍ତା ଡଃ. ସ୍ୱାଇଁ ଏହି ଅବସରରେ ପ୍ରକାଶ କରିଥିଲେ । ପରିଶେଷରେ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲୋ ସୂଚନା ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସୂଚନା ଓ ଲୋକ ସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଓ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version