• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦୁଝରରେ ମୋ କଲେଜ ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
November 19, 2021
in ଓଡ଼ିଶା, କେନ୍ଦୁଝର, ମହାନଗର, ହୋମ୍
0
କେନ୍ଦୁଝରରେ ମୋ କଲେଜ ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୯ ନଭେମ୍ବର ଶୁକ୍ରବାର) କେନ୍ଦୁଝର :- ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଲେ ମୋ କଲେଜ ଅଧ୍ୟକ୍ଷ କେନ୍ଦୁଝର, ୧୯ ନଭେମ୍ବର, ୨୦୨୧ : କେନ୍ଦୁଝର ଜିଲ୍ଲାର ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟରେ ଗୁରୁବାର ଦିନ ମୋ କଲେଜ ଅଭିଯାନର ଏକ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଶ୍ରୀ ଆକାଶ ଦାସନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଅଭିଯାନ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଅଭିନବ ପରିକଳ୍ପନା ବୋଲି କହିଥିଲେ । ‘‘ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ କେନ୍ଦୁଝର ଜିଲ୍ଲାର ଏକ ଜଣାଶୁଣା ଶିକ୍ଷାନୁଷ୍ଠାନ । ଖଣି ପ୍ରଭାବିତ ତଥା ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା କ୍ଷେତ୍ରରେ ଏହା ବିଶେଷ ସହାୟକ ହେଉଛି ।

ସେମାନଙ୍କ ପାଇଁ ଶିକ୍ଷାର ଆଲୋକ ବର୍ତ୍ତିକା ସାଜିଛି ଏହି ଉଚ୍ଚ ଶିକ୍ଷାନୁଷ୍ଠାନ । ତେଣୁ ଆଗାମୀ ଦିନରେ ଏହି କଲେଜକୁ ରାଜ୍ୟର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନରେ ପରିଣତ କରିବା ପାଇଁ ଅଧ୍ୟାପକ, ଅଧ୍ୟାପିକା, ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ସହ ପୁରାତନ ଛାତ୍ରଛାତ୍ରୀମାନଙ୍କର ସହଯୋଗ ଆବଶ୍ୟକତା ରହିଛି’’, କହିଛନ୍ତି ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଶ୍ରୀ ଆକାଶ ଦାସନାୟକ। ଏହି ଜିଲ୍ଲାସ୍ତରୀୟ ବୈଠକରେ ଯୋଗ ଦେବାକୁ ମୋ କଲେଜ ଅଭିଯାନ ଅଧ୍ୟକ୍ଷ ଶ୍ରୀ ଆକାଶ ଦାସନାୟକ ଗୁରୁବାର ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଥିଲେ। ମୋ କଲେଜ ଅଭିଯାନ ଅଧୀନରେ ଶିକ୍ଷାନୁଷ୍ଠାନର କିଭଳି ସାମଗ୍ରିକ ବିକାଶ ହେବ ଓ ଶିକ୍ଷାଦାନ ଆହୁରି ଉନ୍ନତ ହୋଇପାରିବ ସେନେଇ ଆଲୋଚନା କରିଥିଲେ। ଏହି ଅବସରରେ ସେ ଆହୁରି କହିଥିଲେ ଯେ, ‘‘କେନ୍ଦୁଝର ଏକ ଖଣି ପ୍ରଭାବିତ ଜିଲ୍ଲା ।

ଏଠାରେ ଛାତ୍ରଛାତ୍ରୀମାନଙ୍କୁ ତାଙ୍କର କ୍ୟାରିୟର ସ୍ୱପ୍ନ ପୂରା କରିବା ପାଇଁ ଅଧିକ ସୁଯୋଗ ମିଳିବା ଦରକାର । ପିଲାଙ୍କ ଭଲ ଭବିଷ୍ୟତ ପାଇଁ ଏହି କଲେଜର ବିଶେଷ ଭୂମିକା ରହିଥିବାରୁ ଏହାର ସର୍ବାଙ୍ଗୀନ ବିକାଶ ପାଇଁ ସମସ୍ତେ ଆଗକୁ ଆସିବା ଜରୁରୀ ।’’ ସେହିପରି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ନରେନ୍ଦ୍ର କୁମାର ସାହୁ କହିଥଲେ, ‘‘ଏହି କଲେଜର ପୁରାତନ ଛାତ୍ରଛାତ୍ରୀ ଆମ ପାଇଁ ଗର୍ବ ଓ ଗୌରବ । ଏଠାରେ ପାଠପଢ଼ି ଅନେକ ଛାତ୍ରଛାତ୍ରୀ ଦେଶ ବିଦେଶରେ ପ୍ରତିଷ୍ଠିତ ହୋଇଛନ୍ତି। ତେଣୁ କଲେଜର ସାମଗ୍ରିକ ବିକାଶ ଲାଗି ସେମାନେ ସହଯୋଗର ହାତ ବଢ଼ାଇବା ଦରକାର। ସେମାନଙ୍କ ଅବଦାନ ଅନ୍ୟ ପୁରାତନ ଛାତ୍ରଛାତ୍ରୀଙ୍କ ପାଇଁ ଉଦାହରଣ ପାଲଟିବ । ସେମାନେ ବି ନିଜ ପ୍ରିୟ କଲେଜ ସହ ଯୋଡ଼ି ହୋଇପାରିବେ । ଫଳରେ କଲେଜର ବିକାଶ ହେବା ସହ ପିଲାମାନଙ୍କ ସମସ୍ତ ଆବଶ୍ୟକତା ପୂରଣ ହୋଇପାରିବ ।’’

ଏହି କାର୍ଯ୍ୟକ୍ରମରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ଡକ୍ଟର ଅନିଲ କୁମାର ଦାଶ ଯୋଗ ଦେଇ କଲେଜର ବିକାଶ ଲାଗି ପୁରାତନ ଛାତ୍ର ସଂଘ ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ମୋ କଲେଜ ଅଭିଯାନ ଅଧ୍ୟକ୍ଷ ଶ୍ରୀ ଆକାଶ ଦାସନାୟକ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ମୋ କଲେଜ ସଂଯୋଜକ ଶ୍ରୀଯୁକ୍ତ ଦୋଳଗୋବିନ୍ଦ ରାଉତ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଅବସରରେ ମୋ କଲେଜ ଅଭିଯାନ ଉପରେ ପ୍ରସ୍ତୁତ ଏକ ସ୍ୱତନ୍ତ୍ର ଭିଡିଓ ପ୍ରଦର୍ଶିତ ହୋଇଥିଲା । ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ସମେତ ଜିଲ୍ଲାର ଆଉ ଦୁଇଟି ସରକାରୀ ମହାବିଦ୍ୟାଳୟ, ୧୫ଟି ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଏବଂ ପୁରାତନ ଛାତ୍ରଛାତ୍ରୀମାନେ ସାମିଲ ହୋଇଥିଲେ। ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ସହକାରୀ ପ୍ରଫେସର ଶ୍ରୀଯୁକ୍ତ ସୁଧାକର ଦାଶ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version