ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ

ଓଡ଼ିଶା ତାଜା ନ୍ୟୁଜ୍ (୨୭ ନଭେମ୍ବର ଶନିବାର ) ଭୁବନେଶ୍ୱର :- ଭାରତୀୟ ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ବିଧାନସଭା ସଚିବାଳୟ ତରଫରୁ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶପଥପାଠ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ଯୋଗଦେଇ ବିଧାନସଭା ସଚିବାଳୟ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।

ସମ୍ବିଧାନ ପ୍ରତି ଆନୁଗତ୍ୟ ରକ୍ଷା କରିବା ପାଇଁ ତଥା ଶ୍ରଦ୍ଧା ଓ ନିଷ୍ଠାର ସହ ନିଜର କର୍ତ୍ତବ୍ୟ ସୁଚାରୁ ରୂପେ ପାଳନ ପାଇଁ ସେ କର୍ମଚାରୀମାନଙ୍କୁ ଶପଥପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଉପଶାସନ ସଚିବ ଶିଶିରକାନ୍ତ ସ୍ୱାଇଁ, ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶିବପ୍ରସାଦ ପଟ୍ଟନାୟକଙ୍କ ସମେତ ବିଧାନସଭାର ଅଧିକାରୀମାନେ ଯୋଗଦେଇଥିଲେ ।