• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ smart health card ର ଉପଯୋଗୀତା ବିଷୟରେ ଜନଜାତି ଭାଇଭଉଣୀଙ୍କ ମଧ୍ୟରେ ସଚେତନତା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ – କୋରାପୁଟରେ ୧୦୦୦ କୋଟି ଓ ନବରଙ୍ଗପୁରରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
November 27, 2021
in ଓଡ଼ିଶା, କୋରାପୁଟ, ନବରଙ୍ଗପୁର, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ  smart health card ର ଉପଯୋଗୀତା ବିଷୟରେ ଜନଜାତି ଭାଇଭଉଣୀଙ୍କ ମଧ୍ୟରେ ସଚେତନତା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ  –  କୋରାପୁଟରେ ୧୦୦୦ କୋଟି ଓ ନବରଙ୍ଗପୁରରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
Share on FacebookShare on TwitterWhatsapp

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା : ସାରା ରାଜ୍ୟର ୨୩ଟି ଜିଲ୍ଲା ସାମିଲ – କୋରାପୁଟର ୧୨ ଲକ୍ଷ ଓ ନବରଙ୍ଗପୁରର ୧୧.୩୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା

ଓଡ଼ିଶା ତାଜା ନ୍ୟୁଜ୍ (୨୭ ନଭେମ୍ବର ଶନିବାର ) କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କୋରାପୁଟର ୧୨ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଆଜିର କାର୍ଯ୍ୟକ୍ରମ ସହିତ ରାଜ୍ୟର ୨୩ଟି ଜିଲ୍ଲାର ଜନସାଧାରଣ ଏହି ଯୋଜନାରେ ସାମିଲ ହେଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ରାଜ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ହରିଶ୍ଚନ୍ଦ୍ର ବକ୍‌ସିପାତ୍ରଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କୋରାପୁଟ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ । 

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋରାପୁଟ ଆଜି ଏକ ସଫଳ ଜିଲ୍ଲା ଭାବରେ ନୂଆ ପରିଚୟ ସୃଷ୍ଟି କରିପାରିଛି। ଏକ ନୂଆ ବ୍ରାଣ୍ଡ ଭାବରେ କୋରାପୁଟ କଫି ମାର୍କେଟରେ ସୁନାମ କରିବା ସହିତ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ନୂଆ ସୁଯୋଗ ମଧ୍ୟ ସୃଷ୍ଟି କରିପାରିଛି । ଆଗାମୀ ୫ ବର୍ଷରେ ୫୦୦୦ ହେକ୍ଟର ଜମିରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନଜାତି ଭାଇଭଉଣୀ ମାନଙ୍କ ଶିକ୍ଷା ସହିତ ନୂଆ ନୂଆ ରୋଜଗାର ସୃଷ୍ଟି ଓ ଯୋଗାଯୋଗର ଉନ୍ନତି ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେହିପରି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ୧୩୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ।

ଏଥିରେ ପିଇବା ପାଣି ଠାରୁ ଆରମ୍ଭ କରି ଯୋଗାଯୋଗ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ସେ କହିଥିଲେ । ସେହିପରି ଜିଲ୍ଲା ପାଇଁ ଗୋଟିଏ ଦିନରେ ୪୫କୋଟି ଟଙ୍କା ଖର୍ଚ୍ଚରେ ୪୯ଟି ସ୍ବାସ୍ଥ୍ୟ ପ୍ରତିଷ୍ଠାନ (Health Institution) ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜିଲ୍ଲାର କୋଣ ଅନୁକୋଣରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିପାରିବ । ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର smart health card ଜରିଆରେ ନବରଙ୍ଗପୁର ର ଏଗାର ଲକ୍ଷ ତିରିଶ ହଜାର ଲୋକ ଉପକାର ପାଇବେ । ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି ।

ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ କୋରାପୁଟରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ,

କୋରାପୁଚ ବିଧାୟକ ଶ୍ରୀ ରଘୁରାମ ପଡଲ ପ୍ରମୁଖ ଯୋଗ ଦେଇଥିବା ବେଳେ ନବରଙ୍ଗପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ସାଂସଦ ରମେଶଚନ୍ଦ୍ର ମାଝୀ ଓ ବିଧାୟକ ଶ୍ରୀ ସଦାଶିବ ପାଣିଗ୍ରାହୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ବିକାଶର ନୂତନ ଧାରା ସାରା ଦେଶକୁ ରାସ୍ତା ଦେଖାଇଛି। କୋଭିଡ ମହାମାରୀର ପରିଚାଳନା ପାଇଁ ଆଜି ରାଜ୍ୟ ଦେଶ ବିଦେଶରେ ପ୍ରଶଂସିତ ହେଉଛି । ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ପରିଚୟ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version