• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ : ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
November 28, 2021
in ଓଡ଼ିଶା, କରୋନା, ଖୋର୍ଦ୍ଧା, ମହାନଗର, ହୋମ୍
0
ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ : ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ
Share on FacebookShare on TwitterWhatsapp

କୋଭିଡ୍ ମୃତକଙ୍କ ଉତ୍ତରାଧିକାରୀଙ୍କୁ ଅନୁକଂପା ସହାୟତା ପ୍ରଦାନକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ୍ (୨୮ ନଭେମ୍ବର ରବିବାର ) ଭୁବନେଶ୍ୱର :- କୋଭିଡ୍-୧୯ ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍.ପି. ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ସିଧାସଳଖ ଆଲୋଚନା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତ୍ତମାନ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଶିକ୍ଷାଦାନ ଆରମ୍ଭ ହୋଇଛି ।

ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି । ଜିବୀକା ନିର୍ବାହ ସହିତ ସଂପୃକ୍ତ ସମସ୍ତ ଅନୁଷ୍ଠାନ, ସଂସ୍ଥା ଏବଂ କାର୍ଯ୍ୟକ୍ରମଗୁଡ଼ିକ ପୁନଃ ଆରମ୍ଭ ହୋଇଛି । ତେଣୁ ଏହି ସମୟରେ ସମ୍ଭାବ୍ୟ ତୃତୀୟ ଲହରର ପ୍ରଭାବ ରୋକିବା ନିମନ୍ତେ ଆମକୁ ଅଧିକ ସତର୍କ, ସଜାଗ ଓ କ୍ରିୟାଶୀଳ ହେବାକୁ ପଡ଼ିବ । ମଣ୍ଡଳ ଉନ୍ନୟନ ଅଧିକାରୀ, ସରପଂଚ, ୱାର୍ଡମେମ୍ବର, ଅଙ୍ଗନାବାଡ଼ି କର୍ମୀ, ଗ୍ରାମ ଓ ପଂଚାୟତ ସ୍ତରୀୟ ସରକାରୀ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ମାନଙ୍କ ମାଧ୍ୟମରେ ସବୁ ଅଂଚଳର ବାସ୍ତବ ସ୍ଥିତି ବିଷୟରେ ସଠିକ୍ ସୂଚନା ସଂଗ୍ରହ ସହ କୌଣସି ସ୍ଥାନରେ କୋଭିଡ୍ ସଂକ୍ରମଣ ଜଣାପଡ଼ିବା ମାତ୍ରେ ଲକ୍ଷଣ ପ୍ରକାଶ ପାଇବାମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହାଛଡ଼ା ଘରକୁ ଘର ଅଭିଜାନ ମାଧ୍ୟମରେ କୋଭିଡ୍ ଟିକାକରଣକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ କୋଭିଡ୍ ପରିଚାଳନାରେ ଓଡ଼ିଶା ଆନ୍ତର୍ଜାତିକ ସ୍ୱୀକୃତି ପାଇଛି । କୋଭିଡ୍ ଟିକାକରଣରେ ସମଭାବେ ଆଗୁଆ ହୋଇ ଏହି ସୁନାମ ବଜାୟ ରଖିବା ପାଇଁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଟିକାକରଣର ଗ୍ରାମ ସ୍ତରୀୟ କାର୍ଯ୍ୟ-ଯୋଜନାକୁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟାନ୍ୱୟନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜକୁମାର ଶର୍ମା କହଥିଲେ ଯେ କେତେକ ଦେଶରେ କୋଭିଡ୍ର ଏକ ନୂଆ ମିଶ୍ରିତ ପ୍ରକାର ଦେଖାଇଛି । ଏହା ଅଧିକ ମିଶ୍ରିତ ଏବଂ ତୀବ୍ର ହେବାର ସମ୍ଭାବନା ରହିଛି । ତେଣୁ ୧୮ ରୁ ଉର୍ଦ୍ଧ୍ଵ ସମସ୍ତ ନାଗରିକଙ୍କର ଶତ ପ୍ରତିଶତ ଟିକାକରଣ ଆମ ପାଇଁ ଏକ ବଡ଼ ପ୍ରତିରୋଧକ ହେବ । କୋଭିଡ୍ ପରୀକ୍ଷା କଲାବେଳେ ‘ଜେନୋମିକ୍ ସିକୁଏନ୍ସିଂ’ କରାଇବା ପାଇଁ ମଧ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ନିର୍ଦ୍ଦେଶ ଦେଇଥିଲେ ।

କୋଭିଡ୍ ନିରାକରଣ ବ୍ୟବହାର ଯଥା ମାସ୍କ ପରିଧାନ, ସାମାଜିକ ଦୂରତା ରକ୍ଷା ଏବଂ ସାନିଟାଇଜର ବ୍ୟବହାର ଆଦିକୁ କଡାକଡି ଭାବେ ପ୍ରବର୍ତ୍ତନ କରାଇବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ନିୟମ ଭଙ୍ଗ କରୁଥିବା ବ୍ୟକ୍ତି ବା ଅନୁଷ୍ଠାନଙ୍କ ବିରୁଦ୍ଧରେ ଆଇନ୍ଗତ କାର୍ଯ୍ୟାନୁଷ୍ଠାନ, ଜୋରିମାନା ଆଦାୟ ଆଦିକୁ ଅଧିକ ସଘନ ଓ ବ୍ୟାପକ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ । କୋଭିଡ୍-୧୯ ମୃତକଙ୍କ ଉତ୍ତରାଧିକାରୀଙ୍କୁ ଅନୁକଂପା ସହାୟତା ରାଶି ପ୍ରଦାନ ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା ।

ଏହି ପ୍ରକ୍ରିୟାକୁ ଜନ ସାଧାରଣଙ୍କ ନିମନ୍ତେ ଅଧିକ ସରଳ ଓ ସୁଗମ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । କୋଭିଡ୍ ଅଡିଟେଡ୍ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ଅନୁକଂପା ରାଶି ପ୍ରଦାନ ନିମନ୍ତେ ପ୍ରକ୍ରିୟାଗତ ଆବଶ୍ୟକତା ପ୍ରତିବନ୍ଧକ ହେବା ଉଚ୍ଚିତ୍ ନୁହେଁ ବୋଲି ଉନ୍ନୟନ କମିଶନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ । ସବୁ ଜିଲ୍ଲାର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାର କୋଭିଡ୍ ସ୍ଥିତି, ପ୍ରତିରୋଧାତ୍ମକ କାର୍ଯ୍ୟଯୋଜନା ଏବଂ ଅନୁକଂପା ରାଶି ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version