ଗଜପତି ଜିଲ୍ଲାର ୫ଟି ରୂପାନ୍ତରିତ ପାଞ୍ଚ ଗୋଟି ହାଇସ୍କୁଲ କୁ ଲୋକାର୍ପିତ କଲେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଲକାର୍ପିତ

ଓଡ଼ିଶା ତାଜା ନ୍ୟୁଜ୍ (୧ ଡିସେମ୍ବର ବୁଧବାର ) ପାରଳାଖେମୁଣ୍ଡି :- ୫ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାରେ ଆଜି ପାଞ୍ଚ ଗୋଟି ହାଇସ୍କୁଲ ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହୋଇଛି । ଭିଡିଓ କନଫେରେସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ସ୍କୁଲ ଗୁଡିକକୁ ଲୋକାର୍ପିତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଗଜପତି ଜିଲ୍ଲାର ଗୁମ୍ମା ବ୍ଳକ ସରକାରୀ ହାଇସ୍କୁଲ ପରିସରରେ ଏଥି ନିମନ୍ତେ ଏକ ସ୍ୱତନ୍ତ୍ର ସଭା ଅନୁଷ୍ଠିତ ହୋଇଥିଲା । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗ ଦେଇ ଥିଲେ ।

ପ୍ରଥମ ପର୍ଯ୍ୟାୟରେ 5ଟି ହାଇସ୍କୁଲ ମଧ୍ୟରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର 3 ଟି ହାଇସ୍କୁଲ ଯଥା ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି,ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ବିଦ୍ୟାଳୟ ଗୁରାଣ୍ଡି ଓ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁମ୍ମା ଥିବା ବେଳେ ମୋହନା ନିର୍ବାଚନ ମଣ୍ଡଳୀରେ ୨ ଟି ହାଇସ୍କୁଲ ଯଥା ସରକାରୀ ଉଚ୍ଚ ବିଦ୍ୟାଳୟ ସୀଙ୍କୁଳି ପଦର ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ ଛେଳି ଗଡ଼ ପ୍ରମୁଖ ରହିଛି ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଜିଲ୍ଲାର ୬୦ଟି ହାଇସ୍କୁଲକୁ ଏହି ରୂପାନ୍ତରିତ ହାଇସ୍କୁଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ଅନାମ ଚରଣ ପାତ୍ର ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ଶ୍ରୀ ସରୋଜ କୁମାର ବେହେରା,ବ୍ଳକ ଅଧ୍ୟକ୍ଷା ଶ୍ରୀମତି ଗୀତାଞ୍ଜଳି ଭୂୟାଁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅନୁପ ଅଭିଷେକ ବେହେରା,ତହସିଲଦାର ଗୁମ୍ମା ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ ।