• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିବିଟିରେ ଅବହେଳା କରୁଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ – ମନ୍ତ୍ରୀଙ୍କ ତାଗିଦ୍‌

Proprietor Abhimanyu Maharana by Proprietor Abhimanyu Maharana
December 2, 2021
in ଓଡ଼ିଶା, ମହାନଗର, ହୋମ୍
0
ଡିବିଟିରେ ଅବହେଳା କରୁଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ – ମନ୍ତ୍ରୀଙ୍କ ତାଗିଦ୍‌
Share on FacebookShare on TwitterWhatsapp

କୃଷି କ୍ଷେତ୍ର ପ୍ରଦର୍ଶନ ସଂପର୍କିତ ସମୀକ୍ଷା ବୈଠକ

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ୫-‘ଟିି’ମାଧ୍ୟମରେ କର୍ମକ୍ଷେତ୍ରରେ ସ୍ୱଚ୍ଛତା ଓ କର୍ମଚାରୀମାନଙ୍କ ଦକ୍ଷତା ଉପରେ ନିରପେକ୍ଷ ଆଲୋକପାତ କରାଯିବା ସଙ୍ଗେ ସଙ୍ଗେ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଏହାର ସଫଳ ରୂପାୟନ ପାଇଁ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଡ. ସାହୁ କୃଷି କ୍ଷେତ୍ର ପ୍ରଦର୍ଶନର ରୂପାୟନ ସଂପର୍କିତ ଆୟୋଜିତ ଏକ ବୈଠକରେ ଉପରୋକ୍ତ ମର୍ମରେ ଉଲ୍ଲେଖ କରିଛନ୍ତି ।

ସ୍ୱଚ୍ଛତାକୁ ବିଭାଗୀୟ କାର୍ଯ୍ୟକ୍ରମରେ ପ୍ରତିଫଳିତ କରିବା ନିମନ୍ତେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ସମସ୍ତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମରେ ଆବଶ୍ୟକୀୟ କୃଷି ସହାୟତା ଯୋଗାଇବା ପଦ୍ଧତିକୁ ପ୍ରତ୍ୟକ୍ଷ ଅର୍ଥ ହସ୍ତାନ୍ତରଣ (ଡିବିଟି) ଅନ୍ତର୍ଭୁକ୍ତ କରାଯାଇଛି । ଡିବିଟି ମାଧ୍ୟମରେ ସରକାରୀ ପ୍ରୋତ୍ସାହନ ତଥା ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଚାଷୀମାନଙ୍କର ବ୍ୟାଙ୍କ ଜମାଖାତାକୁ ସିଧାସଳଖ ରିହାତି ଅର୍ଥ ପ୍ରଦାନ କରାଯାଉଛି ।

ଏପରି ବ୍ୟବସ୍ଥାରେ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମର କାର୍ଯ୍ୟଶୈଳୀ ଉତ୍ସାହଜନକ ନୁହେଁ ବୋଲି ଦର୍ଶାଇ ମନ୍ତ୍ରୀ ଡ. ସାହୁ ସୁଧାର ତଥା ଅଧିକ ଅଗ୍ରଗତି ନିମନ୍ତେ ପଦାଧିକାରୀମାନଙ୍କୁ ତାଗିଦ୍‌ କରିବା ସହିତ ଚଳିତ ମାସ ୧୭ ତାରିଖରେ ଅନ୍ୟ ଏକ ସମୀକ୍ଷା ବୈଠକ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୁଧାର ବ୍ୟବସ୍ଥାରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଇ ଦେଇଛନ୍ତି ।

ଅନୁରୂପ ଭାବରେ ଉତ୍ସାହଜନକ କାର୍ଯ୍ୟଶୈଳୀ ପ୍ରଦର୍ଶନ କରୁଥିବା ଅଧିକାରୀମାନଙ୍କୁ ପୁରସ୍କୃତ କରିବା ନିମନ୍ତେ ବନ୍ଦୋବସ୍ତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ମଧ୍ୟ ଡିବିଟିରେ ଅନ୍ତର୍ଭୁକ୍ତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତି ଉପରେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ଅଧିକ ନିଷ୍ଠା ଓ ଆନ୍ତରିକତା ପ୍ରଦର୍ଶନ ଉପରେ ସେ ଗୁରୁତ୍ୱ ଦେଇଥିଲେ ।

ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କୃଷି ଜିଲ୍ଲା ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀ ଓ ସହକାରୀ କୃଷି ଅଧିକାରୀମାନେ ଯୋଗଦେଇଥିଲେ । ବୈଠକରେ ମଧ୍ୟ ରାଜ୍ୟ ଯୋଜନା ଓ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମ ଗୁଡ଼ିକର ସମୀକ୍ଷା କରାଯାଇଥିବାବେଳେ କ୍ଷେତ୍ରୀୟ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version