• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇଥିବା : ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର – ଶ୍ରୀ ପ୍ରଦୀପ ଜେନା

Proprietor Abhimanyu Maharana by Proprietor Abhimanyu Maharana
December 4, 2021
in ଓଡ଼ିଶା, ମହାନଗର, ହୋମ୍
0
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ନିଆଯାଇଥିବା : ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର – ଶ୍ରୀ ପ୍ରଦୀପ ଜେନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୩ ଡିସେମ୍ବର ଶୁକ୍ରବାର ) ଭୁବନେଶ୍ୱର :- ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ବିଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସାମାନ୍ୟ ଉତ୍ତର ଦିଗକୁ ଘଣ୍ଟା ପ୍ରତି ୬ କିମି ବେଗରେ ଗତି କରି ଏକ ସାମୁଦି୍ରକ ଝଡ଼ ବା ବାତ୍ୟା ‘ଜୱାଦ’ ରେ ପରିଣତ ହୋଇଛି । ଏହା ଆଜି ଡିସେମ୍ବର ୪ ତାରିଖ ସକାଳ ୮.୩୦ ସମୟରେ ଅକ୍ଷାଂଶ ୧୬.୪ଂ ଉତ୍ତର ଏବଂ ଦ୍ରାଘିମା ୮୪.୮ଂ ପୂର୍ବ, ଯାହା ପାଖାପାଖି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି ।

ଏହା ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟନମ୍‌ଠାରୁ ୨୧୦ କିମି, ଗୋପାଳପୁରଠାରୁ ଦକ୍ଷିଣ ଦିଗରେ ୩୨୦ କିମି, ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୩୯୦ କିମି ଏବଂ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୭୦ କିମି ଦୂରରେ ରହିଛି । ଏହା କ୍ରମଶଃ ଦୁର୍ବଳ ହୋଇ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରାୟ ଉତ୍ତର ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳରେ ଡିସେମ୍ବର ୫ ତାରିଖ ମଧ୍ୟାହ୍ନରେ ପୁରୀ ନିକଟରେ ପହଞ୍ଚିବ ା ପରବର୍ତ୍ତୀ ସମୟରେ ଏହା ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ଏବଂ ଉତ୍ତର-ଉତ୍ତରପୂର୍ବ ଦିଗକୁ ଓଡ଼ିଶା ଉପକୂଳ ଦେଇ ପଶ୍ଚିମ ବଙ୍ଗୋପସାଗର ଉପକୂଳ ଆଡ଼କୁ ଗତି କରିପାରେ ।

ଅନୁମାନ କରାଯାଉଛି ଯେ ବାତ୍ୟା ‘ଜୱାଦର ତୀବ୍ରତା ହ୍ରାସ ପାଇବାରେ ଲାଗିଛି । ଆସନ୍ତାକାଲି ମଧ୍ୟାହ୍ନରେ ଏହା ପୁରୀ ଉପକୂଳ ଦେଇ ହୁଏତ ସ୍ଥଳଭାଗରେ ପ୍ରବେଶ କରିବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ସମୟରେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ମୁହାଁଇପାରେ । ଆକଳନ କରାଯାଉଛି ଯେ ପୁରୀ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୬୦-୭୦ କିମି ରହିବ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି କଟକ ଏବଂ ଭୁବନେଶ୍ୱରରେ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଏହି ବାତ୍ୟାରେ ଅତ୍ୟଧିକ ଭିତ୍ତିଭୂମି ନଷ୍ଟ ହେବାର ସମ୍ଭାବନା ନାହିଁ । କିନ୍ତୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଚାଷ ପ୍ରଭାବିତ ହୋଇପାରେ । ଧାନ ଏବଂ ପନିପରିବା ଚାଷରେ ଅଧିକ କ୍ଷତି ହୋଇପାରେ । ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରି ମଧ୍ୟରାତ୍ର ପୂର୍ବରୁ ଓଡ଼ିଶାରୁ ଏହା ହଟି ଯାଇଥିବ ବୋଲି ସ୍ୱତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗଣମାଧ୍ୟମ, ସୋସିଆଲ୍‌ ମିଡିଆ ଏବଂ େୱବ୍‌ ମିଡିଆରେ ୬ଟି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଜୁଆରର ପ୍ରଭାବ ଅଧିକ ରହିବ ବୋଲି ସମ୍ଭାଦ ପ୍ରସାରଣ ହେଉଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ଯେ ଜନସାଧାରଣ ଆତଙ୍କିତ ହେବାର ଆବଶ୍ୟକତା ନାହିଁ ।

ଅମାବାସ୍ୟା ଏବଂ ପ୍ରତିପଦା ରହୁଥିବା ହେତୁ ଜୁଆରର ଉଚ୍ଚତା ଦେଢ଼ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି । ଜିଲ୍ଲା ପ୍ରଶାସନ ଆବଶ୍ୟକ ସ୍ଥଳେ ଉଦ୍ଧାର କାର୍ଯ୍ୟ କରିବେ । ଗର୍ଭବତୀ ମହିଳାଙ୍କ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଉପକୂଳବର୍ତ୍ତୀ ଜିଲ୍ଲାର ଗର୍ଭବତୀ ମହିଳାମାନଙ୍କୁ ସୁରକ୍ଷିତ ଭାବେ ଡାକ୍ତରଖାନାକୁ ସ୍ଥାନାନ୍ତରଣ କରାଯାଇଛି । ୩୦୦ରୁ ଊଦ୍ଧ୍ୱର୍ ଗର୍ଭବତୀ ମହିଳାମାନଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ଥାନାନ୍ତରଣ କରାଯାଇ ସାରିଛି । ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ।

ଜିଲ୍ଲାସ୍ତରରେ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବୁଝାଯାଇ ନିକଟସ୍ଥ ଆଶ୍ରୟସ୍ଥଳୀକୁ ନିଆଯାଉଛି । ଏହି ପରିସ୍ଥିତିରେ ବିଦୁ୍ୟତ ସରବରାହ ମଧ୍ୟ ବାଧାପ୍ରାପ୍ତ ହୋଇପାରେ । ବାତ୍ୟା ସମୟରେ ଘରୁ ନବାହାରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । ବାତ୍ୟା ଆଶ୍ରୟସ୍ଥଳୀ, ନିକଟସ୍ଥ ସ୍କୁଲ କିମ୍ବା ଅଙ୍ଗନବାଡ଼ି କେନ୍ଦ୍ରରେ ଆଶ୍ରୟ ନେବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ସରକାରଙ୍କ ପକ୍ଷରୁ କୌଣସି ପରିସ୍ଥିତିରେ କଚ୍ଚାଘରେ ନରହିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଇଛି । ଅଦିନିଆ ବର୍ଷାରେ କୃଷି କ୍ଷେତ୍ରରେ ବ୍ୟାପକ କ୍ଷୟକ୍ଷତି ହେବାର ସମ୍ଭାବନା ରହିଛି । ତେବେ ଏକ ସପ୍ତାହ ମଧ୍ୟରେ କ୍ଷୟକ୍ଷତିର ଆକଳନ କରାଯାଇ ପରବର୍ତ୍ତୀ ସମୟରେ ସରକାର ପଦକ୍ଷେପ ଗ୍ରହଣ କରିବେ ବୋଲି ସ୍ୱତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version