No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୦୬ ଡିସେମ୍ବର ସୋମବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ମହିପୁର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ରେ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା କରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ବ୍ଲକ୍ ରୁ ୧୪୪ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୧୪୧ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ର ଛାତ୍ରୀ ମାନେ ପରୀକ୍ଷା ଦେବାପାଇଁ ୬ ଟି କ୍ଲାସ୍ ରୁମ୍ ର ବ୍ୟବସ୍ଥା କରାଯାଇଥିଲା ।

ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ରିତା ପଟ୍ଟନାୟକ ସୂପରି ଟେଡେଣ୍ଟ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବେଳେ ଶିକ୍ଷକ ମାନସ ରଞ୍ଜନ ଷଡ଼ଙ୍ଗୀ ,ଦିଲ୍ଲୀପ କୁମାର ଦାଶ, ପଞ୍ଚାନନ୍ ପ୍ରଧାନ, ଶିକ୍ଷୟତ୍ରୀ ପ୍ରିୟଦର୍ଶିନୀ ପ୍ରଧାନ ପ୍ରମୁଖ ପରୀକ୍ଷା ପରିଚାଳନା ରେ ସହଯୋଗ କରିଥିଲେ । ଶାନ୍ତି ଶୃଙ୍ଖଳା ସହ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ସମାପନ ହୋଇଥିବା ଜଣାପଡିଛି ।

No Result
View All Result