No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୦୬ ଡିସେମ୍ବର ସୋମବାର ) ଭୁବନେଶ୍ୱର :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତରତ୍ନ ଡ. ବି.ଆର ଆମ୍ବେଦକରଙ୍କର ଶ୍ରାଦ୍ଧଦିବସ ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଭୁବନେଶ୍ୱର ଏଜି ଛକ ଠାରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଡ. ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ ପିସିସି କାର୍ଯ୍ୟାଳୟ ଠାରେ ନେତୃବୃନ୍ଦ ଆମ୍ବେଦଙ୍କର ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ, ଜୟଦେବ ଜେନା, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଚିନ୍ମୟ ସୁନ୍ଦର ଦାସ, ପଦ୍ମାକର ଗୁରୁ, ବିସ୍ମୟ ମହାପାତ୍ର, ହଳଧର ସେଠୀ, ଜ୍ୟୋତିଷ ସାହୁ, ଦୀପକ କୁମାର ମହାପାତ୍ର, ମିହିର ଆଚାର୍ଯ୍ୟ, ଦେବେନ୍ଦ୍ର ପ୍ରସାଦ ଦାସ, ସଂକୁନା କହଁର, ଅଜୟ ସାହୁ, ଖଗେଶ୍ୱର ମଲ୍ଲିକ ପ୍ରମୁଖ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।
No Result
View All Result