• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 12, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୨୬ଲକ୍ଷ ୭୬ ହଜାର ଲୋକ ପାଇବେ ସୁବିଧା ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଧ୍ୟ ଉଦ୍‌ଘାଟନ ଓ ଶୁଭାରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର smart health card ରାଜ୍ୟ ବାସୀଙ୍କ ପାଇଁ ସରକାର ଙ୍କ ଶ୍ରେଷ୍ଠ ଉପହାର – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଡିସେମ୍ବର ରବିବାର ) ଗଞ୍ଜାମ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ । ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦ୍ ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାର ଙ୍କ ପ୍ରତିବଦ୍ଧତା । ଏବଂ ଏ ଦିଗରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ smart health card ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ ।

ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ । ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ଗଞ୍ଜାମ ରେ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ ଜଙ୍ଗଲ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି ତାର ଉଦାହରଣ ଦେଇଥିଲେ। ଏମ୍ ପି ଚନ୍ଦ୍ରଶେଖର ସାହୁ ,ଏମ୍ ପି ଶ୍ରୀମତୀ ପ୍ରମିଳା ବିଶୋଇ , ବିଧାୟକ ଶ୍ରୀ ବିକ୍ରମ ପଣ୍ଡା ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ ।

ବିଧାୟକ ଶ୍ରୀ ଶ୍ରୀ କାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାରାତାରିଣୀ ମନ୍ଦିର ଯାଇ ମାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ ।ପରେ ସେଠାରେ ମନ୍ଦିର ବିକାଶ କାମର ସମୀକ୍ଷା କରି ୨୦୨୩ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବ ବୋଲି ଘୋଷଣା କରିଥିଲେ । ତାରାତରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ହିଞିଳି ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ। ଗଞ୍ଜାମ ରେ ମିଶନ ଶକ୍ତି ମା ମାନଙ୍କ କାମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀ ଙ୍କୁ ଶହେ କୋଟି ଟଙ୍କାର ଋଣ ବଣ୍ଟନ କରିଥିଲେ । 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରିତ ବୃନ୍ଦାବନ ବିଦ୍ୟାପୀଠର smart class room ଓ e library ମୁଖ୍ୟମନ୍ତ୍ରୀ ବୁଲି ଦେଖି ଥିଲେ ଓ ଛାତ୍ରଛାତ୍ରୀ ଙ୍କୁ ମଧ୍ୟ ଭେଟି ସେମାନଙ୍କ ସହ କିଛି ସମୟ ବିତାଇ ଥିଲେ । ହିଞିଳିରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଗଞ୍ଜାମ ଦର୍ଶନ ବସ୍ ର ଶୁଭ ଯାତ୍ରା ଆରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ସହିତ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ଗଞ୍ଜାମ ଯାଇ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version