• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡର ୭.୭୦ ଲକ୍ଷ ଲୋକ ପାଇବେ : ସ୍ମାର୍ଟ କାର୍ଡର ସୁବିଧା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହି ରୂପାନ୍ତର ଗରିବ ଲୋକମାନଙ୍କୁ ବାସ୍ତବରେ ସଶକ୍ତ କରିବ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 14, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡର ୭.୭୦ ଲକ୍ଷ ଲୋକ ପାଇବେ : ସ୍ମାର୍ଟ କାର୍ଡର ସୁବିଧା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହି ରୂପାନ୍ତର ଗରିବ ଲୋକମାନଙ୍କୁ ବାସ୍ତବରେ ସଶକ୍ତ କରିବ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା : ନୟାଗଡ ଜିଲ୍ଲା – ସାରା ରାଜ୍ୟର ୨୮ଟି ଜିଲ୍ଲା ସାମିଲ

ନୟାଗଡରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଡିସେମ୍ବର ମଙ୍ଗଳବାର ) ନୟାଗଡ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ  । ଏହାସହିତ ରାଜ୍ୟର ୨୮ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିପାରିବ । ଏହାଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ ନୟାଗଡ ଜିଲ୍ଲାରେ ୧୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ନୟାଗଡ ମାଟିର ଗୌରବ ପ୍ରସିଦ୍ଧ ଜ୍ୟୋତିର୍ବିଜ୍ଞାନୀ ପଠାଣୀ ସାମନ୍ତ ତଥା ସଂଗ୍ରାମୀ, ଶହୀଦ ରଘୁ ଦିବାକରଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ସାରା ରାଜ୍ୟରେ ପିଇବା ପାଣି ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୟାଗଡରେ ୧୦୦୦ କୋଟି ଟଙ୍କା ବିନିଯୋଗରେ ଏକ ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ଏହାଦ୍ବାରା ଜିଲ୍ଲାର ୮ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।

ନୟାଗଡର ମିଶନ ଶକ୍ତିର ମା ମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କ ବିଜିନେସ୍‌ରେ ସୁବିଧା ପାଇଁ ୧୬୪ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମଧ୍ୟ ଜିଲ୍ଲାରେ ଭଲ କାମ ହେଉଛି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ଏବଂ ଏହା କୃଷି, ଶିଳ୍ପ ସବୁ କ୍ଷେତ୍ରରେ ଉନ୍ନତ । ଅନେକ ସରକାରୀ ଯୋଜନା ଏଠାରେ ସଫଳ ଭାବରେ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାରେ ବହୁତ ଭଲ କାମ ହେଉଛି ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ ଏହି ବିଶ୍ୱ ସ୍ତରୀୟ ଯୋଜନା ଜିଲ୍ଲାରେ ଶୁଭାରମ୍ଭ କରିଥିବାରୁ ଜିଲ୍ଲାବାସୀଙ୍କ ତରଫରୁ ରାଜ୍ୟ ମୁଖ୍ୟଙ୍କୁ ରାଜ୍ୟ କୃଷି ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ନୟାଗଡରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, କୃଷି ମନ୍ତ୍ରୀ ଡଃ ଅରୁଣ ସାହୁ ପ୍ରମୁଖ ଯୋଗ ଦେଇଥିବା ବେଳେ,   ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦର୍ଶୀ କାର୍ଯ୍ୟକ୍ରମ ଯୋଗୁ ଓଡିଶା ଆଜି ବିଭିନ୍ନ କ୍ଷେତ୍ରରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ । ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version