ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା : ନୟାଗଡ ଜିଲ୍ଲା – ସାରା ରାଜ୍ୟର ୨୮ଟି ଜିଲ୍ଲା ସାମିଲ
ନୟାଗଡରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ଓଡ଼ିଶା ତାଜା ନ୍ୟୁଜ୍ (୧୪ ଡିସେମ୍ବର ମଙ୍ଗଳବାର ) ନୟାଗଡ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ନୟାଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ । ଏହାସହିତ ରାଜ୍ୟର ୨୮ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିପାରିବ । ଏହାଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।
ମୁଖ୍ୟମନ୍ତ୍ରୀ ନୟାଗଡ ଜିଲ୍ଲାରେ ୧୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ନୟାଗଡ ମାଟିର ଗୌରବ ପ୍ରସିଦ୍ଧ ଜ୍ୟୋତିର୍ବିଜ୍ଞାନୀ ପଠାଣୀ ସାମନ୍ତ ତଥା ସଂଗ୍ରାମୀ, ଶହୀଦ ରଘୁ ଦିବାକରଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ସାରା ରାଜ୍ୟରେ ପିଇବା ପାଣି ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୟାଗଡରେ ୧୦୦୦ କୋଟି ଟଙ୍କା ବିନିଯୋଗରେ ଏକ ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ଏହାଦ୍ବାରା ଜିଲ୍ଲାର ୮ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।
ନୟାଗଡର ମିଶନ ଶକ୍ତିର ମା ମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କ ବିଜିନେସ୍ରେ ସୁବିଧା ପାଇଁ ୧୬୪ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମଧ୍ୟ ଜିଲ୍ଲାରେ ଭଲ କାମ ହେଉଛି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ଏବଂ ଏହା କୃଷି, ଶିଳ୍ପ ସବୁ କ୍ଷେତ୍ରରେ ଉନ୍ନତ । ଅନେକ ସରକାରୀ ଯୋଜନା ଏଠାରେ ସଫଳ ଭାବରେ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାରେ ବହୁତ ଭଲ କାମ ହେଉଛି ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ ।