• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ରାପଡା ଓ ଯାଜପୁର : ସ୍ମାର୍ଟ କାର୍ଡର ସୁବିଧା ସବୁଠାରୁ ଗରିବ ଲୋକ ସବୁଠାରୁ ଭଲ ହସ୍‌ପିଟାଲରେ ଚିକିତ୍ସା ପାଇପାରିବେ – ଲୋକଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର ହେବା ଦ୍ବାରା ମୁଁ ବ୍ୟକ୍ତିଗତ ଭାବେ ବହୁତ ଖୁସି – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 15, 2021
in ଓଡ଼ିଶା, କେନ୍ଦ୍ରାପଡା
0
କେନ୍ଦ୍ରାପଡା ଓ ଯାଜପୁର : ସ୍ମାର୍ଟ କାର୍ଡର ସୁବିଧା ସବୁଠାରୁ ଗରିବ ଲୋକ ସବୁଠାରୁ ଭଲ ହସ୍‌ପିଟାଲରେ ଚିକିତ୍ସା ପାଇପାରିବେ – ଲୋକଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର ହେବା ଦ୍ବାରା ମୁଁ ବ୍ୟକ୍ତିଗତ ଭାବେ ବହୁତ ଖୁସି – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଇତିହାସର ସବୁଠାରୁ ବଡ ସଫଳତା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା, ସାରା ଓଡିଶା ସାରା ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ଚିକିତ୍ସା , ସୁବିଧା ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ଲୋକ ସ୍ମାର୍ଟ କାର୍ଡରେ ଚିକିତ୍ସା ସୁବିଧା ପାଇଛନ୍ତି , ସରକାର ଦେଇଛନ୍ତି ୨୭୮ କୋଟି ଟଙ୍କାର ସହାୟତା ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ଯୋଡି ହେଲା , ହିତାଧିକାରୀଙ୍କ ସମବେତ ସ୍ବର ଧନ୍ୟବାଦ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ୧୫୦୦ କୋଟି ଓ ଯାଜପୁରରେ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ,

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଡିସେମ୍ବର ବୁଧବାର) କେନ୍ଦ୍ରାପଡା ଜିଲ୍ଲା, ଯାଜପୁର ଜିଲ୍ଲା :- ସ୍ବାସ୍ଥ୍ୟସେବା ଇତିହାସରେ ଓଡିଶା ଆଜି ପାଇଛି ସବୁଠାରୁ ବଡ ସଫଳତା  । ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି ।ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।

ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି । କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ । ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା । ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି । କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି ।

ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର । ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି ।

ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ । ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି smart card ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ । ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version