ଓଡ଼ିଶା ତାଜା ନ୍ୟୁଜ୍ (୧୬ ଡିସେମ୍ବର ଗୁରୁବାର) ନୟାଗଡ଼ :- ନୟାଗଡ଼ ସହର ଉପକଣ୍ଠ ଲେଖନପୁର ଠାରେ ଗଢିଉଠିଥିବା ବୃଦ୍ଧାଶ୍ରମ (ସମର୍ପଣ) ହେଉଛି ଅସହାୟ ମାନଙ୍କର ସହାୟ । ଗରିବ, ଦୁଃସ୍ଥ, ନିଷ୍ପେଷିତ, ଅବହେଳିତ ବୃଦ୍ଧବୃଦ୍ଧା ମାନଙ୍କ ପାଇଁ ଏହା ଏକ ସୁନ୍ଦର ଆଶ୍ରୟସ୍ଥଳୀ । ବଦାନ୍ଯ ବ୍ଯକ୍ତି ମାନଙ୍କର ସାହାଯ୍ୟ ସହଯୋଗ ତଥା ମାନ୍ଯବର ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁଙ୍କ ପ୍ରତ୍ଯେକ୍ଷ ମାର୍ଗଦର୍ଶନରେ ପରିଚାଳିତ ହେଉଥିବା ଏହି ବୃଦ୍ଧାଶ୍ରମର ଅନ୍ତେବାସୀ ମାନଙ୍କର ମାସିକ ସ୍ବାସ୍ଥ୍ଯ ଚିକିତ୍ସା ଓ ସ୍ବାସ୍ଥ୍ଯ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ସମର୍ପଣ ପରିଚାଳନା କମିଟିର କାର୍ଯ୍ଯନିର୍ବାହୀ ସଦସ୍ଯ ସମାଜସେବୀ ଶ୍ରୀଧର ସାହୁଙ୍କ ପ୍ରତ୍ଯେକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ସ୍ବାସ୍ଥ୍ଯ ସେବା କାର୍ଯ୍ୟକ୍ରମରେ ଶଙ୍ଖେଇ ପ୍ରାଥମିକ ସ୍ବାସ୍ଥ୍ଯ କେନ୍ଦ୍ରର ଚିକିତ୍ସା ଅଧିକାରୀ ଡାକ୍ତର ବିଭୁତି ଭୂଷଣ ଦଳେଇ ଓ ନୂଆଗାଁ ପ୍ରାଥମିକ ସ୍ବାସ୍ଥ୍ଯ କେନ୍ଦ୍ରର ଚିକିତ୍ସା ଅଧିକାରୀ ଡାକ୍ତର ସମ୍ବିତ୍ ଜେନା ଯୋଗଦେଇ ସମସ୍ତ ଅନ୍ତେବାସୀ ମାନଙ୍କର ସ୍ବାସ୍ଥ୍ଯ ପରୀକ୍ଷା ଓ ଚିକିତ୍ସା କରିଥିଲେ । ଏହି କାର୍ଯ୍ୟକ୍ରମରେ ସମର୍ପଣର ସଂପାଦକ ଅରୁଣ କୁମାର ମହାନ୍ତି,କୋଷାଧ୍ୟକ୍ଷ ଧୀରେନ୍ଦ୍ର କୁମାର ପଟ୍ଟନାୟକ ଉପସ୍ଥିତି ଥିଲେ। ପ୍ରତି ମାସରେ ଡାକ୍ତର ବନ୍ଧୁମାନେ ସଂକଳ୍ପିତ ହୋଇ ନିଶ୍ଳୁକ ସେବା ଯୋଗାଇ ଦେଉଥିବାରୁ ସମର୍ପଣ ତରଫରୁ ସେମାନଙ୍କୁ ଧନ୍ଯବାଦ ପ୍ରଦାନ କରାଯାଇଛି।