• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ ସମୀକ୍ଷା ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ : ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ – ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ

Proprietor Abhimanyu Maharana by Proprietor Abhimanyu Maharana
January 11, 2022
in ଓଡ଼ିଶା, ମହାନଗର, ହୋମ୍
0
କୋଭିଡ ସମୀକ୍ଷା ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ : ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ – ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା hospitalization ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି କହିଥିଲେ ।

ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ । ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ Rapid Response Team ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର.କେ. ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । କମ୍‌ ହସ୍‌ପିଟାଲାଇଜେନ ସତ୍ତ୍ବେ ଦ୍ବିତୀୟ ଲହର ଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି ଏବଂ ତା ସହିତ ଅକ୍‌ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି । ଟିକାକରଣ କ୍ଷେତ୍ରରେ ରାଜ୍ୟର ପଦର୍ଶନ ସଂପର୍କରେ ସୂଚନା ଦେଇ ଶ୍ରୀ ଶର୍ମା କହିଥିଲେ ଯେ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଥିବା ବେଳେ, ଦ୍ବିତୀୟ ଡ଼ୋଜର ହାର ୬୮.୪ ପ୍ରତିଶତ ରହିଛି । ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ । ଭୁବନେଶ୍ବର ମହାନଗର ନିଗମ କଟକ ମହାନଗର ନିଗମର ମ୍ୟୁନିସପାଲଟି କମିଶନର ଦ୍ବୟ ତଥା ସମ୍ବଲପୁର ଓ ସୁନ୍ଦରଗଡର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରାଇଥିଲେ ।

କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନୀଲ ବନ୍ ଶଲ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version