No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୩ ଜାନୁଆରୀ ଗୁରୁବାର ) ପାରଳାଖେମୁଣ୍ଡି :- ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ୍ ତଥା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସତ୍ୟପିର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ କିନ୍ନର ମାନଙ୍କ ପାଇଁ ଥିବା ସାମ୍ବିଧାନିକ ଅଧିକାର ଉପରେ ଏକ ଅନଲାଇନ ସ୍ତରରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ମାନସ କୁମାର ପଣ୍ଡା ଯୋଗ ଦେଇ କିନ୍ନର ମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବିଭିନ୍ନ ସାମ୍ବିଧାନିକ ଅଧିକାର ଉପରେ ଆଲୋକପାତ କରିଥିଲେ । ଏହାସହିତ ପ୍ରାଧିକରଣର ସମ୍ପାଦକ ଶ୍ରୀ ରବି ନାରାୟଣ ବେହେରା ମଧ୍ୟ କିନ୍ନର ମାନେ କିପରି ନିଜର ସମସ୍ତ ଅଧିକାର ପାଇ ପାରିବେ ତାହାରି ଉପରେ ସଚେତନ କରିଥିଲେ ।
ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଜଜ୍, ଗଜପତି ଶ୍ରୀ ହେମେନ୍ତ କୁମାର ସେଠୀ, ବରିଷ୍ଠ ଦେବାନୀ ଅଧିକାରୀ ପାରଳାଖେମୁଣ୍ଡି, ଶ୍ରୀ ଚନ୍ଦ୍ର ହାଶ ବେହେରା ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ, ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶନୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଆଇନଜୀବୀ ବୃନ୍ଦ, ପାରା ଲିଗାଲ ଭଲ୍ୟୁଣ୍ଟର ଏବଂ ଏହି ସହରରେ ବସବାସ କରୁଥିବା କିନ୍ନର ମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମକର୍ତ୍ତା ମାନେ ପରିଚାଳନା କରିଥିଲେ।

No Result
View All Result