ପଞ୍ଚାୟତ ନିର୍ବାଚନ : ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଏବଂ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ – ବିଜ୍ଞପ୍ତି ଜାରି କଲେ ନିର୍ବାଚନ ଅଧିକାରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ଗ୍ରାମ ପଞ୍ଚାୟତ କାର୍ଯ୍ୟଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଏବଂ ଜିଲ୍ଲା ଓ ବ୍ଲକ କାର‌୍ୟ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ବାହାରିଛି । ପଞ୍ଚାୟତ ନିର୍ବାଚନ ପାଇଁ ବ୍ଲକ ସ୍ତରରେ ବିଜ୍ଞପ୍ତି ଜାରିକଲେ ନିର୍ବାଚନ ଅଧିକାରୀ । ଜାନୁଆରୀ ୧୭ରୁ ୨୧ ଯାଏଁ ଚାଲିବ ନାମାଙ୍କନ । ଏଥର ନାମାଙ୍କନ ବେଳେ ନିଜର ସମ୍ପତ୍ତି ବିବରଣୀ, ଶିକ୍ଷାଗତ ଯୋଗ୍ୟତା ଏବଂ ଅପରାଧିକ ପୃଷ୍ଠଭୂମି ବାବଦରେ ସତ୍ୟପାଠ ଦାଖଲ କରିବେ । ଭୁଲ୍ ସତ୍ୟପାଠ ଦେଲେ ଦଣ୍ଡର ବ୍ୟବସ୍ଥା ରହିଛି ।

ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କ ସତ୍ୟପାଠ ଜିଲ୍ଲା ପ୍ରଶାସନ ୱେବସାଇଟରେ ରହିବ । ଅନ୍ୟ ପ୍ରାର୍ଥୀମାନଙ୍କ ସତ୍ୟପାଠ ନିର୍ବାଚନ ଅଧିକାରୀଙ୍କ ନୋଟିସ ବୋର୍ଡରେ ପ୍ରଦର୍ଶିତ ହେବ । ଏହାସହ ଏଥର ବୁଥ୍ ଗଣତି ବଦଳରେ ବ୍ଲକସ୍ତରରେ ଗଣତି କରାଯିବ । ସବୁ ପର୍ଯ୍ୟୟ ନିର୍ବାଚନ ପରେ ଫେବ୍ରୁଆରୀ ୨୬ରୁ ୨୮ ପର‌୍ୟ୍ୟନ୍ତ ଭୋଟ୍ ଗଣତି କରାଯିବ ।