• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ନାନ ‘ମକର ଚାଉଳ’ ଓ ଦାନର ପର୍ବ – ମକର ସଂକ୍ରାନ୍ତି

Proprietor Abhimanyu Maharana by Proprietor Abhimanyu Maharana
January 14, 2022
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ସ୍ନାନ ‘ମକର ଚାଉଳ’ ଓ ଦାନର ପର୍ବ – ମକର ସଂକ୍ରାନ୍ତି
Share on FacebookShare on TwitterWhatsapp

ମକର ସଂକ୍ରାନ୍ତି 

ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ ତଥା ସୂର୍ଯ୍ୟଙ୍କର ଧନୁ ରାଶିରୁ ମକର ରାଶିରେ ପ୍ରବେଶ କରିବାକୁ ‘ମକର ସଂକ୍ରାନ୍ତି’ କୁହାଯାଏ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ବିଶ୍ୱାସ କରାଯାଏ ଯେ ମକର ସଂକ୍ରାନ୍ତି ଦିନ ଭଗବାନ ସୂର୍ଯ୍ୟଦେବ ନିଜ ପୁତ୍ର ଭଗବାନ ଶନିଦେବଙ୍କ ଘରକୁ ଯାଆନ୍ତି। ଏହି ପରିସ୍ଥିତିରେ ମକର ସଂକ୍ରାନ୍ତିରେ ପିତା ଏବଂ ପୁତ୍ରଙ୍କର ମିଳନ ଦେଖେଇ ଥାଏ।

ପୁରାଣରେ ଉଲ୍ଲେଖ ରହିଛି ଯେ,ଯେତେବେଳେ ଦିବାକାର ଅର୍ଥାତ୍‌ ସୂର୍ଯ୍ୟ ମକରସ୍ଥ ହୋଇଥା’ନ୍ତି, ସେତେବେଳ ପ୍ରତ୍ୟେକ ସମୟ,ପ୍ରତିଦିନ ଓ ପ୍ରତ୍ୟେକ ସ୍ଥାନ ଶୁଭ ହୋଇଥାଏ। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକରସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ।ଏଣୁ ମକର ସଂକ୍ରାନ୍ତିରୁ ଯେ କୌଣସି ଶୁଭ କାର୍ଯ୍ୟର ଶୁଭାରମ୍ଭ କରାଯିବାରେ କିଛି ଅସୁବିଧା ନାହିଁ ବୋଲି କୁହାଯାଏ। ବେଦରେ କୁହାଯାଇଛି ଏହି ଅବସରରେ ଯେଉଁଭଳି ସୂର୍ଯ୍ୟଦେବଙ୍କ କୃପା ହେତୁ ଅନ୍ନଦାତା ଆମକୁ ନବାନ୍ନ ଉପହାର ଦେଇଥା’ନ୍ତି,ଠିକ୍‌ ସେହିଭଳି ଏହି ଆଲୋକ ଆମକୁ ଆଳସ୍ୟ ତ୍ୟାଗ କରି ନୂତନ ସକାରାତ୍ମକ ବିଚାର ଗ୍ରହଣ କରିବା ଲାଗି ପ୍ରୋତ୍ସାହନ ଦେଇଥାଏ। କାମ-କ୍ରୋଧ,ମଦ-ଲୋଭ ଆଦି ଦୂଷିତ ବିଚାରରୁ ନିଜକୁ ମୁକ୍ତ କରି ନୂଆ ଜୀବନ ଆରମ୍ଭ କରିବାକୁ ପ୍ରେରଣା ଦେଇଥାଏ।

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ୱର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି ।

ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉସôବ ମହାସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଦପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।

‘ମକର ଚାଉଳ’ ଭୋଗ ପ୍ରଥା –

ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । ଏହି ଭୋଗ ଖିଆଖେଇ ହୋଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା’ନ୍ତି ।

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟଙ୍କର ଗତି ପରିବର୍ତ୍ତନ ପ୍ରତ୍ୟେକ ରାଶିକୁ ହୁଏ । ଏଣୁ ରାଶି ଅନୁଯାୟୀ ସଂକ୍ରାନ୍ତିର ନାମକରଣ ହୋଇଛି । ସୂର୍ଯ୍ୟ ଉତ୍ତରାୟଣ ଗତିରେ ମକର ରାଶିରେ ପ୍ରବେଶ କରିବା ଦିନକୁ ମକର ସଂକ୍ରାନ୍ତି କୁହାଯାଏ । ଏହା ବ୍ୟତୀତ ଏହି ଦିନକୁ ଦେବଦାନ ପର୍ବ ମଧ୍ୟ କୁହାଯାଏ । ଏଥିପାଇଁ ଏହି ସଂକ୍ରାନ୍ତି ଅନ୍ୟ ସଂକ୍ରାନ୍ତିଠୁ ଅନ୍ୟତମ ଓ ଗୁରୁତ୍ୱପୂର୍ଣ୍ଣ । ଏହି ଦିନ ପବିତ୍ର ଗଙ୍ଗା ନଦୀରେ ସ୍ନାନ କରି ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ମହାପୂଣ୍ୟ ପ୍ରାପ୍ତ ହୁଏ ବୋଲି ବିଶ୍ୱାସ ରହିଛି । ଅନ୍ୟାନ୍ୟ ନଦୀରେ ପ୍ରାତଃରୁ ବୁଡ଼ ପକାଇ ଦେବ ଦର୍ଶନରେ ମଧ୍ୟ ପାପ କ୍ଷୟ ହୋଇଥାଏ । ସ୍ନାନ ଓ ଦେବ ଦର୍ଶନ ପରେ ଶକ୍ତି ମୁତାବକ ଶ୍ରଦ୍ଧା ପୂର୍ବକ ଦାନ କଲେ ଭଗବାନଙ୍କ ଅଶେଷ କୃପା ପ୍ରାପ୍ତ ହୁଏ । ଏହି ଦିନ ମଧ୍ୟ ଭଗବାନଙ୍କୁ ଧ୍ୟାନ ଓ ଜପ କରିବା ଦ୍ୱାରା କୋଟି ଜନ୍ମର ପାପରୁ ମୁକ୍ତି ମିଳେ । ମକର ରାଶିର ସ୍ୱାମୀ ଶନିଦେବ । ପୁରାଣାନୁସାରେ ସୂର୍ଯ୍ୟଦେବ ତାଙ୍କ ପୁତ୍ର ଶନିଙ୍କ ରାଶିରେ ପ୍ରବେଶ କରନ୍ତି । ଏଥିପାଇଁ ଏହି ଦିନକୁ ପିତାପୁତ୍ରଙ୍କ ମିଳନ ଦିନ ଭାବେ ଧରାଯାଏ । ଏହି ଦିନ ପୁତ୍ର ପିତାଙ୍କୁ ତିଳକ ଲଗାଇ ସ୍ୱାଗତ କରିବାର ପରମ୍ପରା ମଧ୍ୟ ରହିଛି ।

ସ୍ନାନ ଓ ଦାନର ପର୍ବ – ମକର ସଂକ୍ରାନ୍ତି

ମକର ସଂକ୍ରାନ୍ତି ଦିନ ଭଗବାନ ବିଷ୍ଣୁ ପୃଥିବୀରେ ଅସୁର ମାନଙ୍କର ସଂହାର କରି ସେମାନଙ୍କର ମୁଣ୍ଡ କାଟି ମନ୍ଦରା ପର୍ବତରେ ପୋତି ଦେଇ ଏହି ଦିନ ଯୁଦ୍ଧ ସମାପ୍ତି ଘୋଷଣା କରିଥିଲେ । ସେଥିପାଇଁ ମକର ସଂକ୍ରାନ୍ତିକୁ ସମସ୍ତ କୁକର୍ମ ଉପରେ ବିଜୟ ପ୍ରାପ୍ତି ପର୍ବ ଭାବରେ ପାଳନ କରାଯାଏ । ପୁରଣ ଅନୁସାରେ ରାଜା ଭଗିରଥୀଙ୍କ କଠୋର ତର୍ପଣ ସ୍ୱୀକାର କରି ଗଙ୍ଗାଦେବୀ ମକର ସଂକ୍ରାନ୍ତି ଦିନ ଧରିତ୍ରୀ ଆସି ସମୁଦ୍ରରେ ମିଶିଥିଲେ । ସେଥିପାଇଁ ଏହି ଦିନ ଗଙ୍ଗା ସାଗରରେ ମେଳା ପାଳନ ହୁଏ । ଏହି ଦିନ ପବିତ୍ର ଗଙ୍ଗୀନଦୀର ସ୍ପର୍ଶରେ ରାଜା ଭଗିରଥୀଙ୍କ ପୂର୍ବଜଙ୍କୁ ସ୍ୱର୍ଗପ୍ରାପ୍ତି ହୋଇଥିଲା । ଏଣୁ ଏହି ଦିନ ଗଙ୍ଗାନଦୀରେ ମକର ବୁଡ଼ ପକାଇ ପୁଣ୍ୟ ଅର୍ଜନ କରିବାର ବିଶ୍ୱାସ ରହିଛି । ଅପରପକ୍ଷରେ ଏହି ଦିନଠାରୁ ଶୀତ ଟିକେ କମି ଗରମ ବଢେ଼ । ଶରୀରର ତାପମାତ୍ରାକୁ ନିୟନ୍ତ୍ରଣରେ ରଖିବା ପାଇଁ ଦୃଢ଼ ଆବଶ୍ୟକ । ଏଣୁ ଏହି ଦିନ ବିଭିନ୍ନ ପବିତ୍ର ନଦୀମାନଙ୍କରେ ମକର ବୁଡ଼ ପକାଇବାର ବିଧି ରହିଛି ।

ବିଷ୍ଣୁ ଧର୍ମଶାସ୍ତ୍ର ଅନୁସାରେ ପିତୃଦେବଙ୍କ ଆତ୍ମାଶାନ୍ତି ପାଇଁ ଏବଂ ଉତ୍ତମ ସ୍ୱାସ୍ଥ୍ୟ ତଥା ସର୍ବକଲ୍ୟାଣ ପାଇଁ ରାଶି ଏକ ପ୍ରୟୋଗ ପୁଣ୍ୟାତ୍ମକ ଏବଂ ଫଳଦାୟକ ବୀଜ । ସେଥିପାଇଁ ଏହି ଦିନ ରାଶି ତେଲ ଶରୀରରେ ଲଗାଇବା, ରାଶି ମିଶ୍ରିତ ଜଳରେ ସ୍ନାନ କରିବା, ରାଶି ଦାନ କରିବା ଏବଂ ରାଶିରେ ପ୍ରସ୍ତୁତ ଖାଦ୍ୟ ଖାଇବା ଅତ୍ୟନ୍ତ ଶୁଭଦାୟକ । ସୂର୍ଯ୍ୟ ଉତ୍ତରାୟଣ ହୋଇସାରିବା ପରେ ବ୍ରହ୍ମ ମୁହୂର୍ତ୍ତ ଉପାସନାର ପୁଣ୍ୟକାଳ ଆରମ୍ଭ ହୋଇଯାଏ । ଏହାକୁ ବିଦ୍ୟାକାଳ କୁହାଯିବା ସହ ସିଦ୍ଧିକାଳ ମଧ୍ୟ କୁହାଯାଏ । ଏହି କାଳରେ ଦେବୀ ପ୍ରତିଷ୍ଠା, ଗୃହ ନିର୍ମାଣ ଯଞ୍ଚକର୍ମ ଆଦି କରାଯାଇଥାଏ । ଏହି ଦିନ ସୂର୍ଯ୍ୟଙ୍କ କିରଣର ପ୍ରଭାବ ପ୍ରାୟତଃ ଗଙ୍ଗା ଯମୁନା ସଙ୍ଗମ ସ୍ଥଳରେ ପଡ଼ିଥାଏ । ଏହି ଭୌଗୋଳିକ ସ୍ଥିତି କାରଣରୁ ମାଘ ମେଳା, ମକର ସଂକ୍ରାନ୍ତି, ପୂର୍ଣ୍ଣ କୁମ୍ଭ ତଥା ଅର୍ଦ୍ଧ କୁମ୍ଭର ବିଶେଷ ଉତ୍ସବ ଆୟୋଜନ ହୋଇଥାଏ । କୃଷି ଭିତ୍ତିକ ପର୍ବ: ମକର ସଂକ୍ରାନ୍ତି କୃଷି ଭିତ୍ତିକ ଏକ ମୁଖ୍ୟ ପର୍ବ । ବହୁ ପରିଶ୍ରମ ପରେ ଖଳାକୁ ଆସନ୍ତି ଧନଲକ୍ଷ୍ମୀ ।

କୃଷକ ତା ଫସଲକୁ ମକର ଚାଉଳ ମାଧ୍ୟମରେ ପ୍ରଥମେ ପ୍ରଭୁଙ୍କୁ ସମର୍ପଣ କରେ । ନୂଆ ଚାଉଳ, ନୂଆ ଗୁଡ଼, ପାଚିଲା କଦଳୀ, ଛେନା, ଖଣ୍ଡ ଆଖୁ, କର୍ପୂର ଏବଂ ଜାଇଫଳ ଇତ୍ୟାଦିରେ ମକର ଚାଉଳ ପ୍ରସ୍ତୁତ କରେ । ଏହାକୁ ଚଉରାମୂଳରେ, ଖଳାବାଡ଼ିରେ, ଘରେ ଠାକୁରଙ୍କୁ ଭୋଗ ଲଗାଏ । ବୈଜ୍ଞାନିକ ଦୃଷ୍ଟିରେ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିରେ ହଜମ ଶକ୍ତି ବୃଦ୍ଧି ହୁଏ । ଏଣୁ ଏହିଦିନ ଲୋକେ ମକର ଚାଉଳ ଭୋଗ କରି ଖାଆନ୍ତି । ଗୁଡ଼ି ଉଡ଼ାଇବାର ପରମ୍ପରା ରହିଛି : ମକର ସଂକ୍ରାନ୍ତିରେ ଆମ ଓଡ଼ିଶା ସହ ଭାରତର ବିଭିନ୍ନ ରାଜ୍ୟରେ ଏହି ଦିନ ଗୁଡ଼ି ଉଡ଼ା ପ୍ରତିଯୋଗିତା ପ୍ରାଧାନ୍ୟ ଦେଇଥାନ୍ତି । ବିଜ୍ଞାନ କାରଣ ଅନୁଯାୟୀ ଶୀତ ଦିନେ ଆମ ଶରୀର ଥଣ୍ଡାର ପ୍ରକୋପରେ କଫ, କାଶ ଓ ତ୍ୱଚା ରୋଗରେ ପୀଡ଼ିତ ଥାଏ । ଏହି ଦିନ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥାଏ । ସୂର୍ଯ୍ୟଙ୍କର ସିଧା କିରଣ ଆମ ଶରୀର ଉପରେ ପଡେ଼ । ଯାହା ଶରୀରରୁ ବିଭିନ୍ନ ରୋଗକୁ ଦୂର କରେ । ଗୁଡ଼ି ଉଡ଼ାଇବା ସମୟରେ ବ୍ୟକ୍ତିର ପୁରା ଶରୀର ଉପରେ ସୂର୍ଯ୍ୟଙ୍କ କିରଣ ପଡ଼ି ଶରୀରକୁ ରୋଗ ମୁକ୍ତ କରେ ।

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ପାଳନ :-
 
ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ । ଘଣ୍ଟ, ଛତା, କାହାଳୀ ପଟୁଆର ସହିତ ତଳିଚ୍ଛୁ ଓ ପ୍ରଧାନୀ (ସେବକ)ଙ୍କ ହାତପୈଠ (ହାତୁଆଣୀ) ହୋଇ ରୋଷଘରଠାରୁ ଭୋଗ ଶ୍ରୀଛାମୁକୁ ଆସିଥାଏ । ଭୋଗଟେରା (ଭୋଗପୂଜା ସମୟରେ ସାଧାରଣଙ୍କ ପ୍ରବେଶ ନିରୋଧ କରିବାକୁ ଶ୍ରୀମନ୍ଦିର ଭିତର କଳାହାଟ ଦ୍ୱାର ସମ୍ମୁଖରେ ବନ୍ଧା ହେଉଥିବା କନାର ଲୁଗା) ବନ୍ଧାହେବା ପରେ ଦିଗପାଳ ବଳି ନୀତି ହୋଇଥାଏ ।

ଭୋଗ ବଢ଼ିବା ପରେ ପାଣି ପଡ଼ି ଧୋପଖାଳ (ଲୋକମାନଙ୍କୁ ବାହାର କରାଯାଇ ଭୋଗ ବଢ଼ାଯିବା ସ୍ଥାନ ଧୁଆଧୋଇ କରି ପରିଷ୍କାର କରାଯିବା) ହୋଇ ଟେରା ବନ୍ଧାଯାଏ । ଇତି ମଧ୍ୟରେ ମକରଚାଉଳ ପ୍ରସ୍ତୁତି ନିମନ୍ତେ ରୋଷଘରକୁ ଗୋଦାମରୁ ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରମାନ ଅଣାଯାଇଥାଏ । ହାଣ୍ଡି କୁଡ଼ୁଆ ଇତ୍ୟାଦି ସଜଡ଼ା ଯାଇଥାଏ । ସୁଦୁ ସୁଆର ସେବକ ଉପରୋକ୍ତ ଦ୍ରବ୍ୟଗୁଡ଼ିକରେ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି । ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ / ପନ୍ତିବଡ଼ୁ (ଶ୍ରୀଛାମୁରେ କୋଠଭୋଗ ବାଢ଼ିବା ସେବକ) ସେବକମାନେ ମୁହଁରେ ବାଘମୁହାଁ (ଭୋଗ ନେବାବେଳେ ପାଟିରୁ ଛେପ ନ ପଡ଼ିବା ପାଇଁ ମୁହଁରେ ବନ୍ଧାଯାଉଥିବା କନା) ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁ (ମହାନାୟକ ସେବକ ଓ ପରିଚ୍ଛାଙ୍କ ପ୍ରତିନିଧି)ଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି ।

ଏହାପରେ ମହାଭୋଇ (ଶ୍ରୀମନ୍ଦିରର ମୁଖ୍ୟ ଗଉଡ଼ ସେବକ) ଦୁଧ, ଗୁଡ଼ିଆ ଶାକର ଓ ଣାସବୁକୁ ଉପରୋକ୍ତ ପ୍ରକାରେ ଏକଥର ବଡ଼ଦେଉଳ ପରିକ୍ରମା କରି ଜୟବିଜୟ ଦ୍ୱାରଠାରେ ମହାସୁଆରଙ୍କ ଜିମା ଦେଲେ ମହାସୁଆର ତାକୁ ନେଇ ଛାମୁରେ ବାଢ଼ି ଥାଆନ୍ତି । ହଡ଼ପ ନାୟକ ସେବକ (ମହାପ୍ରଭୁଙ୍କ ପାଇଁ ବିଭିନ୍ନ ନୀତିରେ ରୂପାବଟାରେ ବିଡ଼ିଆପାନ ଯୋଗାଉଥିବା ସେବକ) ହଡ଼ପ (ଖିଲିପାନର ଉପକରଣ) ଘରଠାରୁ ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି । ମୁଦିରସ୍ତ / ମୁଦିହସ୍ତ / ମୁଦିରଥ (ବିବିଧ ନାମରେ ପରିଚିତ ସେବକ, ଗଜପତି ମହାରାଜାଙ୍କ ପ୍ରତିନିଧି ଭାବେ ମହାପ୍ରଭୁଙ୍କ ସେବାକାରୀ) ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି ।

ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ । ଏ ସଂପର୍କରେ ସ୍କନ୍ଦପୁରାଣର ବିଷ୍ଣୁଖଣ୍ଡରେ ଉଲ୍ଲେଖ ରହିଛି ଯେ ମହର୍ଷି କଶ୍ୟପ ପୂର୍ବ କଳ୍ପ (ବ୍ରହ୍ମାଙ୍କର ଏକଦିନ ମନୁଷ୍ୟ ଗଣନାରେ ୪୩୨ କୋଟି ବର୍ଷ)ରେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରୀତି ନିମନ୍ତେ ଶ୍ରୀମନ୍ଦିରରେ ଏହି ମହୋତ୍ସବ ପାଳନ କରିଥିଲେ । ଏହି ନୀତି ସଂପାଦନ ସମୟରେ ଘଣ୍ଟ, ଛତା, କାହାଳୀର ମହାର୍ଘ ପଟୁଆରରେ ହଜାର ହଜାର ଭକ୍ତ ମନ୍ଦିର ପ୍ରଦକ୍ଷିଣ କରନ୍ତି । ବିଶେଷଭାବେ ଜଗମୋହନରେ ଶ୍ରୀଜିଉଙ୍କର ଅର୍ପିତ ଅମୃତୋଗମ ମକରଚାଉଳ (ମକରାନ୍ନ କୈବଲ୍ୟ) ବା ମକରଭୋଗ ଲାଭ କରିବା ନିମନ୍ତେ ଦର୍ଶକମାନଙ୍କଠାରେ ପ୍ରବଳ ଆଗ୍ରହ ଦେଖାଦିଏ । ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ‘ଳ ପ୍ରାପ୍ତି ହୋଇଥାଏ । ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version