• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ : ଜନସାଧାରଣଙ୍କୁ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
January 19, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ : ଜନସାଧାରଣଙ୍କୁ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Share on FacebookShare on TwitterWhatsapp

ଟିକାକରଣ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ସମସ୍ତଙ୍କ ସହଯୋଗ ରହିଲେ ଜୀବନ ଜୀବିକାକୁ ପ୍ରଭାବିତ ନ କରି ମଧ୍ୟ ଆମେ ପରିସ୍ଥିତିର ମୁକାବିଲା କରିପାରିବା

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଜାନୁଆରୀ ମଙ୍ଗଳବାର ) ଭୁବନେଶ୍ୱର :-  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି, ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ active case ସଂଖ୍ୟା କମିବା ଆରମ୍ଭ ହେଲାଣି ।

ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ । ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୋଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ frontline worker ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ micro containment ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସବୁ କୋଭିଡ ହସ୍‌ପିଟାଲକୁ କାର୍ଯ୍ୟକ୍ଷମ କରାଯିବା ସହିତ ଔଷଧପତ୍ର ଏବଂ ଅନ୍ୟାନ୍ୟ ଜରୁରୀ ସମାଗ୍ରୀର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନ ହୁଏ, ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍‌.କେ. ଶର୍ମା ସମଗ୍ର ବିଶ୍ବ, ଦେଶ ଓ ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଏକ ତୁଳନାତ୍ମକ ଚିତ୍ର ରଖି କହିଥିଲେ ଯେ ବର୍ତ୍ତମାନ ତୃତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ପହଞ୍ଚିବାର ସୂଚନା ମିଳୁଛି ।

ରାଜ୍ୟରେ ଦୈନିକ ୧୦ ରୁ ୧୧ ହଜାର ମଧ୍ୟରେ ନୂଆ ରୋଗୀ ସଂଖ୍ୟା ଦେଖା ଦେଉଥିଲେ ମଧ୍ୟ ହସ୍‌ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବହୁତ କମ୍‌ ଅଛି । ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ୧୧,୨୯୧ଟି ବେଡ୍‌ ରହିଛି ଏବଂ ଏଥିରୁ ମାତ୍ର ୧୧ ପ୍ରତିଶତ ବେଡ୍‌ରେ ରୋଗୀ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଔଷଧ, ଅକ୍‌ସିଜେନ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ବୋଲି ସେ କହିଥିଲେ । ଟିକାକରଣ ଉପରେ ସୂଚନା ଦେଇ ସେ କହିଥିଲେ ଯେ ୯୨.୭ ପ୍ରତିଶତ ପ୍ରଥମ ଡୋଜ ଓ ୭୦.୭ ପ୍ରତିଶତ ଦ୍ବିତୀୟ ଡୋଜ ନେଇସାରିଛନ୍ତି।

୧୫ ରୁ ୧୮ ବୟସ୍କ କିଶୋକ ମାନଙ୍କ କ୍ଷେତ୍ରରେ ୪୫.୮ ପ୍ରତିଶତ ଟିକାକରଣ ହୋଇଛି ଏବଂ ୧୪ ପ୍ରତିଶତ ବୁଷ୍ଟର ଡୋଜ ଟିକାକରଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ । ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ, କଟକ ଓ ମୟୁରଭଂଜର ଜିଲ୍ଲାପାଳ, ଭୁବନେଶ୍ବର ଓ କଟକର ମ୍ୟୁନିସ୍‌ପାଲ କମିଶନର ପ୍ରମୁଖ ସେମାନଙ୍କ ନିଜ ନିଜ କ୍ଷେତ୍ରର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ବୈଠକରେ ଉନ୍ନୟନ କମିଶନର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version