• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2022
in ଓଡ଼ିଶା, ଦେଶ, ପୁରୀ, ମହାନଗର, ହୋମ୍
0
ପୁରୀ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ଜାନୁଆରୀ ଗୁରୁବାର) ପୁରୀ/ଭୁବନେଶ୍ୱର :- ପୁରୀ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ଗତକାଲି ତାଳବଣିଆସ୍ଥିତ ଇନଡୋର ଷ୍ଟାଡିୟମ ଠାରେ ପାଳିତ ହୋଇଯାଇଛି l ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଏହି ପବିତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରବା ସହିତ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ l ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟ ଅତିଥି ପୁରୀ ଜିଲ୍ଲାବାସୀ, ପ୍ରଶାସନିକ ପଦାଧିକାରୀ, କରୋନା ଯୋଦ୍ଧା, ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ।

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ମୌଲନା ଆଜାଦ, ଡଃ ଆମ୍ବେଦକର, ସରୋଜିନୀ ନାଇଡୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ବିର୍ସା ମୁଣ୍ତା, ସହିଦ ଲକ୍ଷ୍ମଣ ନାୟକ, ମା’ ରମାଦେବୀ, ରଘୁ ଦିବାକର, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀମାନଙ୍କ ପ୍ରତି ମନ୍ତ୍ରୀ ଶ୍ରୀ ଦାସ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି କହିଥିଲେ ଯେ,ଏହି ମହାନ ଜାତୀୟତାବାଦୀ ଦେଶପ୍ରେମୀ ଓ ସଂଗ୍ରାମୀମାନଙ୍କ ଅବିରତ ସଂଗ୍ରାମ, ତ୍ୟାଗ ଓ ବଳିଦାନର ଫଳ ସ୍ୱରୂପ ସ୍ୱାଧୀନତା ପ୍ରାପ୍ତ ଏବଂ ସମ୍ବିଧାନ ଲାଭ ହୋଇଛି ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ପୀଠ ଶ୍ରୀକ୍ଷେତ୍ର ପୁରୀ, କେବଳ ଆଧ୍ୟାତ୍ମିକ ପୀଠ ନୁହେଁ ବରଂ ବହୁ ମୁକ୍ତି ସଂଗ୍ରାମୀଙ୍କ ଜନ୍ମପୀଠ ଓ କର୍ମପୀଠ ଭାବେ ଅଲିଭା ସ୍ୱାକ୍ଷର ବହନ କରିଛି । ଅବିଭକ୍ତ ପୁରୀ ଜିଲ୍ଲାରୁ ମହାନ ବିପ୍ଲବୀ ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ଚାଖି ଖୁଣ୍ଟିଆ, ଉତ୍କଳମଣି ଓ ପଞ୍ଚସଖାମାନଙ୍କ ଭାରତର ସ୍ୱାଧୀନତା ଓ ରାଷ୍ଟ୍ର ଗଠନରେ ଅମୂଲ୍ୟ ଅବଦାନ ଆଜି ଉତ୍ତରପିଢି ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରକାଶ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଦାସ ଆହୁରି ମଧ୍ୟ କହିଥିଲେ ଯେ, ସାଧାରଣତନ୍ତ୍ର ଦିବସ ପ୍ରତ୍ୟେକ ଭାରତୀୟମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ।

ଆମ ସମ୍ବିଧାନ ହେଉଛି ଦେଶର ବୁଦ୍ଧିଜିବୀ, ଚିନ୍ତାନାୟକ, ରାଷ୍ଟ୍ରନୀତିଜ୍ଞ ଏବଂ କିମ୍ବଦନ୍ତୀ ନେତୃବର୍ଗଙ୍କ ଚିନ୍ତନ ଓ ଫଳପ୍ରସୂ ନିଷ୍କର୍ଷ । ଏହି ଲିଖିତ ବୃହତ ସମ୍ବିଧାନ ଆମ ଜାତିର ପ୍ରାଣପିଣ୍ତ । ସମ୍ବିଧାନ ପ୍ରତି ଅନୁରକ୍ତ ରହି ନିଜର ଦାୟିତ୍ବ ଓ କର୍ତ୍ତବ୍ୟ ପ୍ରତି ସଚେତନ ରହି ବାସ୍ତବ କ୍ଷେତ୍ରରେ ସେଥିରେ ଥିବା ନିୟମାବଳୀକୁ ଦେଶ ହିତରେ ପ୍ରୟୋଗ କଲେ ଦେଶର ବିକାଶ ପାଇଁ ମହାନ ସଂଗ୍ରାମୀମାନେ ଦେଖିଥିବା ସ୍ୱପ୍ନ ସାକାର ହୋଇପାରିବ । ଚଳିତ ବର୍ଷ ସାରା ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ” ଆଜାଦୀ କା ଅମୃତ ମହୋତ୍ସବ” ପାଳନ କରୁଛି ।

ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀକୁ ଦେଶ ‘ପରାକ୍ରମ ଦିବସ’ ଭାବେ ପାଳନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ପୁରୀସ୍ଥିତ ନେତାଜୀ ମ୍ୟୁଜିୟମ ଏହି ମହାନ ସଂଗ୍ରାମୀଙ୍କ ଅଭୁଲା ଅତୀତ ଓ ପୁରୁଣା ସାଇତା ସ୍ମୃତି ବହନ କରୁଛି । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ମା’ ରାମଚଣ୍ଡୀ, କାକଟପୁରର ମା’ ମଙ୍ଗଳା, ବ୍ରହ୍ମଗିରିର ଅଲାରନାଥ, ସତ୍ୟବାଦୀର ସାକ୍ଷୀଗୋପାଳ ମନ୍ଦିର, ସ୍ୱର୍ଣ୍ଣାଭ ବେଳାଭୂମି, ନୀଳାମ୍ବୁ ଚିଲିକା, ଓଡିଆ ଭାଗବତର ପ୍ରଣେତା ଜଗନ୍ନାଥ ଦାଶଙ୍କ ଜନ୍ମପୀଠ କପିଳେଶ୍ୱରପୁର, ଭକ୍ତ ଦାସିଆ ବାଉରୀଙ୍କ ଜନ୍ମପୀଠକୁ ନେଇ କେବଳ ପୁରୀ ନୁହେଁ, ବରଂ ସମଗ୍ର ଓଡିଶାବାସୀ ଗର୍ବ କରନ୍ତି ।

ମହାମାରୀ କରୋନାର ମୁକାବିଲା ନିମନ୍ତେ ମୁଖ୍ୟଅତିଥି ସମସ୍ତଙ୍କ ସହଯୋଗ ଲୋଡିଥିଲେ । ଆଜିର ଏହି ମହାର୍ଘ ଅବସରରେ ମହାନ ସଂଗ୍ରାମୀ, ନେତୃବୃନ୍ଦ, ସମ୍ବିଧାନ ପ୍ରଣେତା ମାନଙ୍କ ଅବଦାନ, ଚରମ ତ୍ୟାଗ ଓ ବଳିଦାନକୁ ମନେ ପକାଇ ସମୃଦ୍ଧ ଓଡିଶା ଓ ବିକଶିତ ଭାରତବର୍ଷ ଗଠନରେ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ସେ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ କରୋନା ଯୋଦ୍ଧା ଭାବେ ଜିଲ୍ଲାର ସମସ୍ତ ଡାକ୍ତର, ନର୍ସ, ଫାର୍ମାସିଷ୍ଟ, ପୋଲିସ, ଆଶା, ଅଙ୍ଗନୱାଡି କର୍ମୀ, ସଫେଇ କର୍ମଚାରୀ, ରେଡକ୍ରସ ପାଇଁ ସର୍ବାଧିକ ପାଣ୍ଠି ସଂଗ୍ରହରେ ସହଯୋଗ ନିମନ୍ତେ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ଜେନା, ହ୍ୱିଲ ଚେୟାର ମାଧ୍ୟମରେ ଗୋଟିଏ ଦିନରେ ୨୫୪.୧ କିଲୋମିଟର ଯାତ୍ରା କରି ଗିନିଜ ବୁକ ରେକର୍ଡ କରିଥିବା ବ୍ରହ୍ମଗିରିର ଶ୍ରୀ କମଳକାନ୍ତ ନାୟକଙ୍କୁ ୩୦ ହଜାର ଟଙ୍କା ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ, ସିଡିଏମଓ ଡଃ ପ୍ରଣବ ଶଙ୍କର ଦାଶ,ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର ପାତ୍ର ଏବଂ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ରିଜର୍ଭ ଇନିସପେକ୍ଟର ଶ୍ରୀ ଚନ୍ଦ୍ରଶେଖର ଦାଶ ପ୍ୟାରେଡ ପରିଚାଳନା କରିଥିଲେ । ଏହାପରେ ମୁଖ୍ୟଅତିଥି ସ୍ଥାନୀୟ ଉତ୍କଳବାଳାଶ୍ରମରେ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ ।

ଏହି ଅବସରରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ତ୍ରିପାଠୀ, ରେଡକ୍ରସ ପକ୍ଷରୁ ଶ୍ରୀ ଶ୍ୟାମ ପ୍ରକାଶ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ । ଏହାପରେ ମନ୍ତ୍ରୀ ଶ୍ରୀ ଦାସ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ । ପ୍ରାତଃ ସମୟରେ ସହରରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ ପରିବେଷଣ କରାଯିବା ସହ ପୌରସଂସ୍ଥା ପକ୍ଷରୁ ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version