No Result
View All Result
ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି

ଓଡ଼ିଶା ତାଜା ନ୍ୟୁଜ୍ (୧ ଫେବ୍ରୁଆରୀ ମଙ୍ଗଳବାର ) ଭୁବନେଶ୍ୱର :- କମିବ ଶୀତ। ହେବ ବର୍ଷା । ଆଗାମୀ ୩ ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ।ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରୀ ୪ତାରିଖରେ ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁୁୁଝରର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍. ବିଶ୍ୱାସ କହିଛନ୍ତି, ଆଜିଠାରୁ ଫେବ୍ରୁଆରୀ ଦୁଇ ତାରିଖ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବ। ୩ ତାରିଖ ସନ୍ଧ୍ୟା ଓ ରାତିରେ ଉତ୍ତର ଓଡ଼ିଶାରେ କେତେକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ଉତ୍ତର ଓଡ଼ିଶାରେ କେତେକ ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। କୁଆପଥର ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ବୋଲି ବିଶ୍ୱାସ କହିଛନ୍ତି।
ଆସନ୍ତା ଫେବ୍ରୁଆରୀ ୪ ତାରିଖରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାଛଡ଼ା ଘଡ଼ଘଡି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା କରାଯାଉଛି। ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ କିଛି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ମୁଖ୍ୟତଃ ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହୋଇପାରେ। ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢ଼େଙ୍କାନାଳ, କଟକ, ଯାଜପୁର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡକ୍ଟର ବିଶ୍ୱାସ କହିଛନ୍ତି।
ଫେବ୍ରୁଆରୀ ୧ ଓ ୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଜିଲ୍ଲାରେ ହୋଇପାରେ। ସେହିପରି ୩ ତାରିଖ ସକାଳେ ଉପକୂଳ ଓଡ଼ିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ବାକି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

No Result
View All Result