No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ ( ୪ ଫେବ୍ରୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ପ୍ରତୀକ ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତୀୟତାର ଜନକ ତଥା ନବଜାଗରଣର ପ୍ରବର୍ତ୍ତକ ମଧୁବାବୁଙ୍କର ବଳିଷ୍ଠ ନେତୃତ୍ୱ ଏ ଜାତିର ଜୀବନଧାରାକୁ ସଂଜୀବିତ କରି ଏହାକୁ ସଂଗ୍ରାମର ମାର୍ଗ ପ୍ରଦର୍ଶନ କରାଇଥିଲା । ତାଙ୍କରି ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ଭାଷାଭିତ୍ତିରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସମ୍ଭବ ହୋଇଥିଲା । ଧୈର୍ଯ୍ୟ-ସହିଷ୍ଣୁତା, ସଂଗ୍ରାମ-ସାଧନାକୁ ପାଥେୟ କରି ଜାତିପ୍ରେମ ବହ୍ନି ପ୍ରଜ୍ୱଳିତପୂର୍ବକ ଓଡ଼ିଆ ଜାତିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ମଧୁବାବୁ ସଦାଚେଷ୍ଟିତ ଥିଲେ ।
ସମାଜ, ସାହିତ୍ୟ, ଶିକ୍ଷା, ଅର୍ଥନୀତି ଓ ରାଜନୀତି ଆଦି ବିଭିନ୍ନ କ୍ଷେତ୍ରରେ ଏହି ଜନନାୟକଙ୍କର ପ୍ରେରଣା ଉତ୍କଳୀୟ ଜୀବନରେ ନବସୂର୍ଯେ୍ୟାଦୟ ସମ୍ଭବ କରାଇଥିଲା । ଯଥାର୍ଥରେ ଉତ୍କଳ ମାଟିର ଯୋଗ୍ୟତମ ସନ୍ତାନ, ଉତ୍କଳୀୟ ଜାତୀୟତାର ମନ୍ତ୍ରଦାତା, ଶତାବ୍ଦୀର ସୂର୍ଯ୍ୟ ଉତ୍କଳଗୌରବ ମଧୁସୂଦନ ଦାସ ପ୍ରତ୍ୟେକ ଓଡ଼ିଆ ପାଇଁ ଚିରବନ୍ଦନୀୟ । ଆଜି ଭୁବନେଶ୍ୱରସ୍ଥିତ ରାଜଭବନ ଛକରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧଦିବସ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।
ବିଭାଗ ତରଫରୁ ପ୍ରତିମୂର୍ତ୍ତି ସ୍ଥଳରେ ଆକର୍ଷଣୀୟ ସାଜସଜ୍ଜା କରାଯାଇ କୋଭିଡ୍ ମାର୍ଗଦର୍ଶିକାର ଅନୁପାଳନ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍ ମହାନ୍ତି ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ମାନସ ରଞ୍ଜନ ଖୁଣ୍ଟିଆ ଓ ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ତଥା ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ନିବେଦନ କରିଥିଲେ ।
No Result
View All Result