• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 18, 2022
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳିତ
Share on FacebookShare on TwitterWhatsapp

ମା’ମାନଙ୍କ ଦକ୍ଷତା ଓ ସଫଳତା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଏପ୍ରିଲ ରବିବାର ) ଭୁବନେଶ୍ୱର :- ମହିଳା ସଶକ୍ତିକରଣ ବିଜୁବାବୁଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ଥିଲା । ଏ ଦିଗରେ ସେ ଅନେକ ମାଇଲ ଷ୍ଟୋନ ସୃଷ୍ଟି କରିଯାଇଛନ୍ତି । ଆଜି ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ଶ୍ରାଦ୍ଧୋତ୍ସବରେ ଭର୍ଚ୍ୟìଆଲ ପ୍ଲାଟଫର୍ମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କରିଛନ୍ତି ।  ବିଜୁ  ବାବୁଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିକଟରେ ଅନୁଷ୍ଠିତ ହୋଇଥିବା ପଞ୍ଚାୟତ ଓ ନଗରପାଳିକା ନିର୍ବାଚନରେ ମହିଳାମାନେ ବହୁସଂଖ୍ୟାରେ ଭାଗନେଇ ସଫଳତା ହାସଲ କରିବା ତାଙ୍କ ପାଇଁ ବହୁତ ଖୁସିର କଥା । ମା’ମାନେ ହିଁ ହେଉଛନ୍ତି ଆମ ନୂଆ ଓଡିଶାର ସାରଥି ବୋଲି ମତପ୍ରକାଶ କରି ସେ କହିଥିଲେ ଯେ ସେମାନଙ୍କ ଦକ୍ଷତା ଓ ସଫଳତା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ।

ସେ କହିଥିଲେ ଯେ ବିଜୁ ବାବୁ ଥିଲେ ସବୁବେଳେ ଅନନ୍ୟ । ତାଙ୍କର କାମ କରିବାର ତରିକା ମଧ୍ୟ ଥିଲା ଅନନ୍ୟ । ତାଙ୍କର ଏକମାତ୍ର ଲକ୍ଷ୍ୟ ଥିଲା ଓଡିଶା ଓ ଓଡିଆ ଜାତିର ଉନ୍ନତି । ବିକାଶ, ସଶକ୍ତିକରଣ ଓ ଓଡିଆ ସ୍ୱାଭିମାନ ହିଁ ସବୁବେଳେ ତାଙ୍କର ସବୁ କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା । ଏସବୁ ସହିତ ସେ କେବେ ବି ସାଲିସ କରୁ ନ ଥିଲେ । ଜଣେ ରାଜନେତା ନୁହେଁ, ବରଂ ଜଣେ ଜନନାୟକ ଭାବରେ ସେ ସାରା ଭାରତରେ ପ୍ରସିଦ୍ଧ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ମହାନ ଜନନାୟକ ବିଜୁବାବୁଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ଓଡ଼ିଶାର ଅନନ୍ୟ ପରିଚୟ ଥିଲେ ବିଜୁବାବୁ । ଜୀବିତାବସ୍ଥାରେ ସେ ଥିଲେ ଯେତିକି ଚର୍ଚ୍ଚିତ, ଅବର୍ତ୍ତମାନରେ ମଧ୍ୟ ତାଙ୍କ କୃତି ଓ କୃତିତ୍ୱ ପାଇଁ ଏବର ପିଢ଼ି ପାଖରେ ସେ ସେତିକି ଆଦୃତ ।

ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଭୂମିକା ଯେତିକି ଉଲ୍ଲେଖନୀୟ ଥିଲା, ସ୍ୱାଧୀନୋତ୍ତର ଭାରତରେ ସେତିକି ପ୍ରେରଣାଦାୟୀ ଥିଲା । ଓଡ଼ିଶାର ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ସେ ନିରବଚ୍ଛିନ୍ନ ଉଦ୍ୟମ କରିଥିଲେ । ବିଜୁବାବୁଙ୍କ ଅବଦାନ ଚିରକାଳ ପାଇଁ ଅବିସ୍ମରଣୀୟ ।
ଭୁବନେଶ୍ୱର ମହାନଗର ନିଗମର ମେୟର ବିଜୁ ପଟ୍ଟନାୟକଙ୍କୁ ଜଣେ କିମ୍ବଦନ୍ତୀ ପୁରୁଷ ବୋଲି ଅଭିହିତ କରି କହିଲେ ଯେ ଦୀର୍ଘ ଅର୍ଦ୍ଧଶତାବ୍ଦୀ ଧରି ତାଙ୍କ ଦେଶପ୍ରୀତି, ଦୁଃସାହସର କାହାଣୀ ଓ ରାଜ୍ୟର ବିକାଶ ପାଇଁ ନେଇଥିବା ପଦକ୍ଷେପ ତାଙ୍କୁ ଚିରସ୍ମରଣୀୟ କରି ରଖିବ । ମହିଳା ସଶକ୍ତିକରଣ ନିମନ୍ତେ ବିଜୁବାବୁଙ୍କ ଉଦ୍ୟମ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ସେ ଉଲ୍ଲେଖ କରିଥିଲେ । ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ବିଜୁ ପଟ୍ଟନାୟକଙ୍କ ଅମ୍ଳାନ ସ୍ମୃତି ଓ ମହାନ ଜୀବନାଦର୍ଶ ଓଡ଼ିଆ ଜାତିର ଇତିହାସକୁ ଗୌରବମଣ୍ଡିତ କରିବ ବୋଲି ମତବ୍ୟକ୍ତ କରିଥିଲେ ।

ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ମୁକ୍ତିସଂଗ୍ରାମର ଦୁର୍ଦ୍ଦର୍ଷ ଯୋଦ୍ଧା ବିଜୁବାବୁଙ୍କୁ ଓଡ଼ିଆ ଜାତିର ସର୍ବାଧିକ ଲୋକପି୍ରୟ ରାଜନୀତିଜ୍ଞ ବୋଲି ଉଲ୍ଲେଖ କରିଥିଲେ । ଭଣ୍ଡାରିପୋଖରୀ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ତାଙ୍କ ବକ୍ତବ୍ୟରେ ବିଜୁବାବୁଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିବା ସହ ଶ୍ରମିକଙ୍କ ସ୍ୱାର୍ଥରକ୍ଷାଠାରୁ ଆରମ୍ଭ କରି ନାରୀ ସଶକ୍ତିିକରଣ, ପଞ୍ଚାୟତିରାଜ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପାୟନ ଆଦି ପ୍ରତ୍ୟେକ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ ବୋଲି ପ୍ରକାଶ କରିଥିଲେ । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ବିଜୁବାବୁଙ୍କୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ପରାମର୍ଶଦାତା ଶ୍ରୀ ଉପେନ୍ଦ୍ର ତି୍ରପାଠୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।
ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ପ୍ରବାଦପୁରୁଷ ବିଜୁବାବୁ ଥିଲେ ସ୍ୱଦେଶପ୍ରୀତି, ଅନନ୍ୟ ନାୟକତ୍ୱ ଓ ଅସାଧାରଣ ନେତୃତ୍ୱର ପ୍ରତୀକ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ତଥା ବହୁ ବୁଦ୍ଧିଜୀବୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବାବେଳେ ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version