ଓଡ଼ିଶା ତାଜା ନ୍ୟୁଜ୍ (୨୧ଏପ୍ରିଲ,ଗୁରୁବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ବ୍ଲକ୍ ସ୍ତରୀୟ ସ୍ବାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ତାରକ୍ ପ୍ରସନ୍ନ ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ବାସ୍ଥ୍ୟ ମେଳା ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ
ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସ୍ବାସ୍ଥ୍ୟ ହିଁ ସମ୍ପଦ ଏବଂ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଯୋଜନା ସମ୍ପର୍କରେ ବର୍ଣ୍ଣନା କରିଥିଲେ ।
ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ବିଡ଼ିଓ ପ୍ରମୋଦ କୁମାର ନାୟକ,ନୂଆଗାଁ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ସାସମଲ୍,୧୭ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,
ମହିପୁର ସି ଏଚ ସି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ୍. ଦେବୀ ପ୍ରସାଦ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ମେଳା ରେ ବିଭିନ୍ନ ବିଭାଗର ବହୁ ବରିଷ୍ଠ ଡାକ୍ତର ଯୋଗ ଦେଇ ,ରୋଗୀ ସେବା କରିଥିଲେ । ମାଗଣା ରକ୍ତଦାନ ଶିବିର ଅନୁଷ୍ଠିତ ହେବା ସହିତ ପାଲା ମାଧ୍ୟମରେ ସ୍ବାସ୍ଥ୍ୟ ସଚେତନତା କରାଯାଇଥିଲା ।














